Posted inଜାତୀୟ

ଭାଜପାର ବୁଲ୍‌ଡୋଜର ଘୃଣା, ଆତଙ୍କ ସୃଷ୍ଟି କରୁଛି: ରାହୁଲ

ନୂଆଦିଲ୍ଲୀ, ୧୩।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପା ସରକାରଙ୍କୁ ଦେଶରେ ଦରଦାମ୍‌ ବୃଦ୍ଧି ନେଇ ଘେରିବା ଆରମ୍ଭ କରିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ଅତ୍ୟାବଶ୍ୟକ ସାମଗ୍ରୀର ଅତ୍ୟଧିକ ଦର ଏବଂ ବେରୋଜଗାରି ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗି ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଲୋକଙ୍କ ସମସ୍ୟା ଉପରେ ବୁଲ୍‌ଡୋଜର ଚଳାଇବାର ଆବଶ୍ୟକତା ରହିଛି। ମାତ୍ର ସରକାରଙ୍କ ବୁଲ୍‌ଡୋଜର କେବଳ ଲୋକଙ୍କ ମଧ୍ୟରେ ଘୃଣା ଏବଂ ଆତଙ୍କ ସୃଷ୍ଟି କରୁଛି ବୋଲି ରାହୁଲ ଅଭିଯୋଗ କରିଛନ୍ତି।
ରାମନବମୀରେ ମଧ୍ୟପ୍ରଦେଶ, ଗୁଜରାଟ, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡରେ ଘଟିଥିବା ହିଂସାକାଣ୍ଡ ପରେ ରାହୁଲ ଏଭଳି କହିଛନ୍ତି। ସରକାର ଏ କ୍ଷେତ୍ରରେ କୌଣସି ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ ନ କରି ନୀରବଦ୍ରଷ୍ଟା ସାଜିଛନ୍ତି। ମଧ୍ୟପ୍ରଦେଶର ଭାଜପା ସରକାର ଖରଗାଓଁ ଜିଲାରେ ଘଟିଥିବା ରାମନବମୀ ହିଂସାକାଣ୍ଡରେ କୌଣସି ପ୍ରତିଷେଧମୂଳକ ନିର୍ଦ୍ଦେଶ ଜାରି କରିବାରେ ପଛଘୁଞ୍ଚା ଦେଉଥିବା ସେ କହିଛନ୍ତି। ଏଠାରେ ବହୁ ଲୋକଙ୍କ ଘରେ ନିଆଁ ଲଗାଇ ଦିଆଯାଇଛି। ଏହା ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ରାଜ୍ୟର ଭାଜପା ସରକାର ଏନେଇ କିଛି ବି କରିନାହାନ୍ତି ବୋଲି ରାହୁଲ କହିଛନ୍ତିି।
ସୂଚନାଯୋଗ୍ୟ, ଏହି ଘଟଣାରେ ୭ ପୋଲିସଙ୍କ ସମେତ ୨୦ ଜଣ ଆହତ ହୋଇଥିଲେ। ସେହିପରି ଗୁଜରାଟରେ ଜଣେ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଝାଡ଼ଖଣ୍ଡରେ ଜଣଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri