Posted inଜାତୀୟ

ଦିଲ୍ଲୀ ସରକାରଙ୍କୁ ଅସ୍ଥିର କରିବା ପାଇଁ ଭାଜପା କରିଛି ଷଡ଼ଯନ୍ତ୍ର…

ମୁମ୍ବାଇ,୧୭।୪ : ସୋମବାର ଦିଲ୍ଲୀ ବିଧାନସଭାର ଏକ ଦିନିକିଆ ସ୍ବତନ୍ତ୍ର ଅଧିବେଶନ ଡକାଯାଇଛି। ଏକ୍ସାଇଜ ନୀତି ପ୍ରସଙ୍ଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ପଚରାଉଚରା କରାଯିବାର ଗୋଟିଏ ଦିନ ପରେ ଏହି ସ୍ବତନ୍ତ୍ର ଅଧିବେଶନକୁ ଡକାଯାଇଛି। ଏହି ଅଧିବେଶନ ଆରମ୍ଭରେ, ଏଏପି ବିଧାୟକ ସଞ୍ଜୀବ ଝା ନିଜର ମତ ରଖିଥିଲେ। ସେ କହିଛନ୍ତି ଗଣମାଧ୍ୟମରେ ଖବର ଆସୁଛି ଉପରାଜ୍ୟପାଳ କହୁଛନ୍ତି ଗୃହର ଅଧିବେଶନ ଡକାଯାଇପାରିବ ନାହିଁ। ଯେତେବେଳେ ଉପରାଜ୍ୟପାଳ ଏଭଳି ଦ୍ୱନ୍ଦ୍ୱପୂର୍ଣ୍ଣ କଥାବାର୍ତ୍ତା କରନ୍ତି ତାହା ଚିନ୍ତା କରିବାର ବିଷୟ। ଏହା ଜଣେ ବ୍ୟକ୍ତିର ବିଷୟ ନୁହେଁ, ଏହା ଏକ ସାମ୍ବିଧାନିକ ପଦବୀ ଏବଂ ସାମ୍ବିଧାନିକ ପଦର ସମ୍ମାନ ରହିଛି। ଏଭଳି ମନ୍ତବ୍ୟ ସାମ୍ବିଧାନିକ ଅନୁଷ୍ଠାନକୁ ଏକ ପ୍ରକାର ପରିହାସ କରୁଛି। ଦିଲ୍ଲୀକୁ ପରିହାସ କରାଯାଇଛି। ମୁଁ ଭାବୁଛି ଉପରାଜ୍ୟପାଳ ଦିଲ୍ଲୀକୁ ବୁଛନ୍ତି ନାହିଁ। ତେଣୁ ଦିଲ୍ଲୀ ଜାଣିଥିବା ଜଣେ ବ୍ୟକ୍ତିଙ୍କୁ ଉପରାଜ୍ୟପାଳ କରାଯିବା ଉଚିିତ।

ଉପରାଜ୍ୟପାଳଙ୍କର ସମ୍ବିଧାନ ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧ ବିଷୟରେ ଜ୍ଞାନ ରହିବା ଉଚିତ। ଯାହା ବର୍ତ୍ତମାନର ଉପରାଜପାଳଙ୍କ ପାଖରେ ନାହିଁ। ସେ ସିଧାସଳଖ ଗୃହକୁ କୌଣସି ବାର୍ତ୍ତା ଦେଇପାରିବେ ନାହିଁ।

ଉପରାଜ୍ୟପାଳ ପଦର ସମ୍ମାନକୁ ସମ୍ମାନ ଦିଆଯିବା ଉଚିତ କିନ୍ତୁ ଜଣେ ବ୍ୟକ୍ତି ଯିଏ ବିଭାଜନ ପାଇଁ ନିରନ୍ତର କାର୍ଯ୍ୟ କରୁଛନ୍ତି, ସେ ଦଳର ଏଜେଣ୍ଟ ଭାବରେ କାର୍ଯ୍ୟ କରୁଛନ୍ତି। ଏଭଳି ମନ୍ତବ୍ୟ ପ୍ରଦାନ କରୁଥିବା ବ୍ୟକ୍ତିଙ୍କୁ କିପରି ବିଶ୍ୱାସ କରାଯିବ?

 

ଦିଲ୍ଲୀ ସରକାରଙ୍କୁ ଅସ୍ଥିର କରିବା ପାଇଁ ଭାଜପା ଷଡ଼ଯନ୍ତ୍ର କରିଛି। ସେଥିପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ପଚରାଉଚରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?