Posted inଜାତୀୟ

ଭାଜପାର ନିର୍ବାଚନୀ ଇସ୍ତାହାର ଜାରି : ୟୁନିଫର୍ମ ସିଭିଲ କୋଡଠାରୁ ନିଯୁକ୍ତି ପର୍ଯ୍ୟନ୍ତ ୧୧ ପ୍ରତିଶ୍ରୁତି…

ଶିମଲା,୬।୧୧ : ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡା ରବିବାର ଶିମଲାରେ ହିମାଚଳ ପ୍ରଦେଶ ନିର୍ବାଚନ ପାଇଁ ଦଳର ଇସ୍ତାହାର ପ୍ରକାଶ କରିଛନ୍ତି। ଏଥିରେ ୟୁନିଫର୍ମ ସିଭିଲ କୋଡ୍‌ ଠାରୁ ଠାରୁ ଆରମ୍ଭ କରି ରାଜ୍ୟରେ ଚାକିରି ଯୋଗାଇବା ପର୍ଯ୍ୟନ୍ତ ୧୧ ଟି ବଡ ପ୍ରତିଶ୍ରୁତି ଭାଜପା ଦେଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁର, ରାଜ୍ୟ ଦଳର ସଭାପତି ସୁରେଶ କାଶ୍ୟପ, କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ।

୬୮ ଆସନ ବିଶିଷ୍ଟ ହିମାଚଳ ପ୍ରଦେଶ ବିଧାନସଭା ପାଇଁ ଭୋଟ ନଭେମ୍ବର ୧୨ ରେ ଅନୁଷ୍ଠିତ ହେବ ଏବଂ ଡିସେମ୍ବର ୮ ରେ ନିର୍ବାଚନର ଫଳାଫଳ ଘୋଷଣା କରାଯିବ।

ଜେପ ି ନଡା କହିଛନ୍ତି ଯେ ଭାଜପାସରକାର ରାଜ୍ୟରେ ୟୁନିଫର୍ମ ସିଭିଲ କୋଡ (ୟୁସିସି) ଆଣିବେ। ଏଥିପାଇଁ ବିଶେଷଜ୍ଞମାନଙ୍କର ଏକ କମିଟି ଗଠନ କରାଯିବ ଏବଂ ସେମାନଙ୍କ ରିପୋର୍ଟକୁ ଆଧାର କରି ରାଜ୍ୟରେ ଏହା କାର୍ଯ୍ୟକାରୀ ହେବ। ସେ କହିଛନ୍ତି ଯେ ଭାଜପା ସରକାର ପର୍ଯ୍ୟାୟକ୍ରମେ ୮ ଲକ୍ଷରୁ ଅଧିକ ନିଯୁକ୍ତି ସୁଯୋଗ ପ୍ରଦାନ କରିବେ। ଏଥିରେ ସରକାରୀ ଚାକିରି ଏବଂ ଅର୍ଥନୈତିକ କ୍ଷେତ୍ରରେ ଚାଲିଥିବା କାର୍ଯ୍ୟ ଅନ୍ତର୍ଭୁକ୍ତ ହେବ ।

ଆମେ ଯାହା କହିଥିଲୁ ତାହା କରିଛୁ, କିନ୍ତୁ ଆମେ ଯାହା କହି ନାହୁଁ ତାହା ମଧ୍ୟ ପୂରଣ କରିଛୁ। ଆମେ ବିକାଶର ଏକ ନୂତନ ଦିଗ ସ୍ଥିର କରିଛୁ । ନିର୍ବାଚନର ପ୍ରତିଶ୍ରୁତି ଆମ ଯୁବକ ଏବଂ କୃଷକମାନଙ୍କୁ ଶକ୍ତି ପ୍ରଦାନ କରିବ, ଉଦ୍ୟାନ କୃଷିକୁ ସୁଦୃଢ଼ କରିବ, ସରକାରୀ କର୍ମଚାରୀଙ୍କୁ ନ୍ୟାୟ ପ୍ରଦାନ କରିବ ଏବଂ ଧାର୍ମିକ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବ।

ଆସନ୍ତା ୫ ବର୍ଷ ମଧ୍ୟରେ ପ୍ରଧାନ ମନ୍ତ୍ରର ଗ୍ରାମୀଣ ସଡ଼କ ଯୋଜନା ଅନ୍ତର୍ଗତ ସମସ୍ତ ଗ୍ରାମକୁ ପକ୍କା ରାସ୍ତା ସହିତ ସଂଯୋଗ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri