Posted inଜାତୀୟ

ଭାଜପାର ନିର୍ବାଚନୀ ଇସ୍ତାହାର ଜାରି : ୟୁନିଫର୍ମ ସିଭିଲ କୋଡଠାରୁ ନିଯୁକ୍ତି ପର୍ଯ୍ୟନ୍ତ ୧୧ ପ୍ରତିଶ୍ରୁତି…

ଶିମଲା,୬।୧୧ : ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡା ରବିବାର ଶିମଲାରେ ହିମାଚଳ ପ୍ରଦେଶ ନିର୍ବାଚନ ପାଇଁ ଦଳର ଇସ୍ତାହାର ପ୍ରକାଶ କରିଛନ୍ତି। ଏଥିରେ ୟୁନିଫର୍ମ ସିଭିଲ କୋଡ୍‌ ଠାରୁ ଠାରୁ ଆରମ୍ଭ କରି ରାଜ୍ୟରେ ଚାକିରି ଯୋଗାଇବା ପର୍ଯ୍ୟନ୍ତ ୧୧ ଟି ବଡ ପ୍ରତିଶ୍ରୁତି ଭାଜପା ଦେଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁର, ରାଜ୍ୟ ଦଳର ସଭାପତି ସୁରେଶ କାଶ୍ୟପ, କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ।

୬୮ ଆସନ ବିଶିଷ୍ଟ ହିମାଚଳ ପ୍ରଦେଶ ବିଧାନସଭା ପାଇଁ ଭୋଟ ନଭେମ୍ବର ୧୨ ରେ ଅନୁଷ୍ଠିତ ହେବ ଏବଂ ଡିସେମ୍ବର ୮ ରେ ନିର୍ବାଚନର ଫଳାଫଳ ଘୋଷଣା କରାଯିବ।

ଜେପ ି ନଡା କହିଛନ୍ତି ଯେ ଭାଜପାସରକାର ରାଜ୍ୟରେ ୟୁନିଫର୍ମ ସିଭିଲ କୋଡ (ୟୁସିସି) ଆଣିବେ। ଏଥିପାଇଁ ବିଶେଷଜ୍ଞମାନଙ୍କର ଏକ କମିଟି ଗଠନ କରାଯିବ ଏବଂ ସେମାନଙ୍କ ରିପୋର୍ଟକୁ ଆଧାର କରି ରାଜ୍ୟରେ ଏହା କାର୍ଯ୍ୟକାରୀ ହେବ। ସେ କହିଛନ୍ତି ଯେ ଭାଜପା ସରକାର ପର୍ଯ୍ୟାୟକ୍ରମେ ୮ ଲକ୍ଷରୁ ଅଧିକ ନିଯୁକ୍ତି ସୁଯୋଗ ପ୍ରଦାନ କରିବେ। ଏଥିରେ ସରକାରୀ ଚାକିରି ଏବଂ ଅର୍ଥନୈତିକ କ୍ଷେତ୍ରରେ ଚାଲିଥିବା କାର୍ଯ୍ୟ ଅନ୍ତର୍ଭୁକ୍ତ ହେବ ।

ଆମେ ଯାହା କହିଥିଲୁ ତାହା କରିଛୁ, କିନ୍ତୁ ଆମେ ଯାହା କହି ନାହୁଁ ତାହା ମଧ୍ୟ ପୂରଣ କରିଛୁ। ଆମେ ବିକାଶର ଏକ ନୂତନ ଦିଗ ସ୍ଥିର କରିଛୁ । ନିର୍ବାଚନର ପ୍ରତିଶ୍ରୁତି ଆମ ଯୁବକ ଏବଂ କୃଷକମାନଙ୍କୁ ଶକ୍ତି ପ୍ରଦାନ କରିବ, ଉଦ୍ୟାନ କୃଷିକୁ ସୁଦୃଢ଼ କରିବ, ସରକାରୀ କର୍ମଚାରୀଙ୍କୁ ନ୍ୟାୟ ପ୍ରଦାନ କରିବ ଏବଂ ଧାର୍ମିକ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବ।

ଆସନ୍ତା ୫ ବର୍ଷ ମଧ୍ୟରେ ପ୍ରଧାନ ମନ୍ତ୍ରର ଗ୍ରାମୀଣ ସଡ଼କ ଯୋଜନା ଅନ୍ତର୍ଗତ ସମସ୍ତ ଗ୍ରାମକୁ ପକ୍କା ରାସ୍ତା ସହିତ ସଂଯୋଗ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri