ଭାଜପାର ମିଥ୍ୟା ପ୍ରତିଶ୍ରୁତି ଲୋକଲୋଚନକୁ ଆଣିବା ପାଇଁ ଦୃଢ଼ ପ୍ରତିଜ୍ଞା, ଜିଲାର ଦାୟିତ୍ୱ ବାହାର ରାଜ୍ୟ ନେତାଙ୍କୁ ନ ଦେଇ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ ପକ୍ଷରୁ ଗୁରୁବାର ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି। ଏହି ଅବସରରେ ୧୦ ନଂ ଜୋନ୍‌ର ଜିଲାପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ ଅତିଥି ପରିଚୟ ପ୍ରଦାନ ଓ ସ୍ବାଗତ ଭାଷଣ ଦେଇଥିଲେ ପରେ ଦଳର ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟକାରୀ ସଭାପତି ଦିଲୀପ କୁମାର ପ୍ରଧାନଙ୍କ ମଞ୍ଚ ପରିଚାଳନା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ତଥା ତତ୍କାଳ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେଇଥିବା ବେଳେ ଅନ୍ୟତମ ମଞ୍ଚାସୀନ ଅତିଥି ଜିଲାପରିଷଦ ଉପାଧ୍ୟାକ୍ଷ ସାଧବାଣୀ ନାୟକ, ରାଇକିଆ ବ୍ଲକ ଅଧ୍ୟକ୍ଷ ପ୍ରୀତମ ପ୍ରଧାନ, ଟିକାବାଲି ବ୍ଲକ ଅଧ୍ୟକ୍ଷ ଦିଲୀପ କହଁର, ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ଜି. ଉଦୟଗିରି ଏନ୍‌ଏସିର ଉପାଧ୍ୟକ୍ଷ ସନ୍ତୋଷ ବାଗ୍‌, ସଭାପତି ସଞ୍ଜୀବ ପାତ୍ର, ଦାରିଙ୍ଗବାଡ଼ି ବ୍ଲକ ସଭାପତି ଜ୍ୟୋତିରାଜ ପ୍ରଧାନ, ରାଇକିଆ ବ୍ଲକ ସଭାପତି ରାଜମୋହନ ଦିଗାଲ,ଜି. ଉଦୟଗିରିର ଲିଙ୍ଗତାଜ କହଁର, ଜି. ଉଦୟଗିରି ଜିଲାପରିଷଦ ସଦସ୍ୟା ଲିଳିମା ପ୍ରଧାନ, ଛାତ୍ର ସଭାପତି ରୂପକ କୁମାର ସାହୁ,ଦଳର ଜିଲା ସମ୍ପାଦକ ଦୀପକ କୁମାର ସାହୁ, ଯୁବଛାତ୍ର ସମ୍ପାଦକ ବାବୁନି ପଣ୍ଡା ପ୍ରମୁଖ ଯୋଗଦେଇ ଥିଲେ। ଏହି ଅବସରରେ ପ୍ରଥମେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ ପୁଷମାଲ୍ୟ ଓ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଭକ୍ତିପୂତ ସମ୍ମାନ ଜଣାଇଥିଲେ। ପରେ ଦଳର ସଂଗଠନ ସମ୍ପର୍କରେ ଆଲୋଚନା କରାଯାଇଥିଲା।

୧୯୯୭ରେ ଏହି ଦିନରେ ଦଳ ଗଠନ ହୋଇଥିବା ବେଳେ ବିଜେଡିର ମୁଖ୍ୟ ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୀର୍ଘ ବର୍ଷ ଧରି ଲୋକଙ୍କ ସେବା କରି ଗରିବ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା କରି ସ୍ବାବଲମ୍ବୀ କରିପାରିଛନନ୍ତି। ବିଭିନ୍ନ ଯୋଜନା ଯୋଗୁ ଓଡ଼ିଶାବାସୀଙ୍କୁ ସରକାରଙ୍କ ଯୋଜନା ଯୋଗୁ ଅନେକ ଫାଇଦା ମିଳିଥିଲା କିନ୍ତୁ ଭାଜପା ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ତଥା ଭତ୍ତା ୩ ହଜାର, ବିଦ୍ୟୁତ ୩ ଶହ ୟୁନିଟ୍‌ ମାଗଣା ଭଳି ଅନେଇ ମିଥ୍ୟା ପ୍ରଚାର କରି ଲୋକଙ୍କୁ ଠକି ଦେଇଛନ୍ତି। ଏହାର ଜବାବ ନିଶ୍ଚିତ ଲୋକ ଦେବେ ବୋଲି କୁହାଯାଇଛି। ତେଣୁ କର୍ମୀମାନେ କେହି ମନ ଦୁଃଖ ନ କରି ଲୋକଙ୍କ ସେବା କରିବା ଓ ଆଗାମୀ ଦିନରେ ପୁଣି ବିଜୟୀ ହୋଇ ରାଜ୍ୟକୁ ଶାସନ କରିବା ଲକ୍ଷରେ କାମ କରିବାକୁ କୁହାଯାଇଥିଲା। ସେହିପରି ଆମ କନ୍ଧମାଳ ଜିଲାରେ ଦଳକୁ ମଜଭୁତ କରିବା ପାଇଁ ଜିଲା ବାହାରୁ ନେତୃତ୍ୱ ଅପେକ୍ଷା ଆମ ଜିଲାର ନେତାଙ୍କୁ ଜିଲାର ନେତୃତ୍ୱ ଦିଆଗଲେ ଦଳ ଆହୁରି ମଜଭୁତ କରିବାକୁ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?