ଆଜିଠୁ ଭାଜପାର ୫ ଦିନିଆ ପଦଯାତ୍ରା

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ଚଳିତ ମାସ ୫ ତାରିଖରୁ ‘ପରୀ’କୁ ନ୍ୟାୟ ପାଇଁ ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାଜପା ଗଣଧାରଣା କରୁଛି। ୧୪୭ ନିର୍ବାଚନମଣ୍ଡଳୀରେ ଦଳ ପକ୍ଷରୁ ପଦଯାତ୍ରା କରାଯାଉଛି। ପରୀ ସମେତ ରାଜ୍ୟରେ ନିଖୋଜ ୫ ହଜାରରୁ ଊର୍ଦ୍ଧ୍ୱ ଶିଶୁଙ୍କୁ ନ୍ୟାୟ ପାଇଁ ରବିବାର ୫ ଦିନିଆ ‘ପରୀକୁ ନ୍ୟାୟ ପାଇଁ ପଦଯାତ୍ରା’ ଆରମ୍ଭ ହେବ। ସକାଳ ୯ଟାରେ ଭୁବନେଶ୍ୱରରୁ ଏକ ପଦଯାତ୍ରା ପରୀ ଗାଁ ନୟାଗଡ଼ ଜିଲା ଯଦୁପୁର ଅଭିମୁଖେ ଯାତ୍ରା କରିବ। ଏହି ପଦଯାତ୍ରା ଲିଙ୍ଗରାଜ ମନ୍ଦିରରୁ ଆରମ୍ଭ ହୋଇ ଆଗାମୀ ୫ ଦିନରେ ୯୮କି.ମି. ଯାତ୍ରା କରି ଯଦୁପୁରରେ ପହଞ୍ଚିବ ବୋଲି ରାଜ୍ୟ ମୁଖପାତ୍ର ଯତୀନ ମହାନ୍ତି ଜଣାଇଛନ୍ତି।

ଶନିବାର ରାଜ୍ୟ କାଯର୍‌ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ଯେ, ଏହି ପଦଯାତ୍ରା ଦିନକୁ ପାଖାପାଖି ୨୦କି.ମି. ହେବ ଏବଂ ଏଥିରେ ଭାଜପାର ସମସ୍ତ ଶୀର୍ଷ ନେତୃତ୍ୱ ବିଭିନ୍ନ ପର୍ଯ୍ୟାୟରେ ଭାଗ ନେବେ। ପ୍ରଥମଦିନ ଏହି ପଦଯାତ୍ରା ଲିଙ୍ଗରାଜ ମନ୍ଦିରଠାରୁ ଆରମ୍ଭ ହୋଇ ଯାଆଁଳା ପର୍ଯ୍ୟନ୍ତ ଯିବ। ସେହିପରି ଦ୍ୱିତୀୟ ଦିନରେ ଯାଆଁଳାରୁ ସାରୁଅ, ତୃତୀୟ ଦିନରେ ସାରୁଅରୁ ବୋଲଗଡ, ଚତୁର୍ଥ ଦିନରେ ବୋଲଗଡରୁ ଇଟାମାଟି ଏବଂ ଶେଷ ଦିନରେ ଇଟାମାଟିରୁ ପରୀର ଗାଁ ଯଦୁପୁରଠାରେ ପହଞ୍ଚିବ। ଏହି ଯାତ୍ରାରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ତଥା ଜାତୀୟସ୍ତରୀୟ ନେତୃବୃନ୍ଦ ଭାଗ ନେବେ। ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ରବିବାର ଆରମ୍ଭ ହେବାକୁ ଥିବା ଏହି ପଦଯାତ୍ରାରେ ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷା ଭନିତା ଶ୍ରୀନିବାସନ ସାମିଲ ହେବେ। ରାଜ୍ୟ ନେତୃତ୍ୱ ଏବଂ ରାଷ୍ଟ୍ର ନେତୃତ୍ୱ ପର୍ଯ୍ୟାୟକ୍ରମେ ଏହି ପଦଯାତ୍ରାରେ ଭାଗନେବେ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri