ଭାଜପାର ଫୋକସ୍‌ରେ ପଞ୍ଚାୟତ, ପୌର ନିର୍ୱାଚନ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତା ମା’ ଅଞ୍ଚଳେଶ୍ୱରୀ ମନ୍ଦିର ପରିସରରେ ରବିବାର ଭାଜପା ପକ୍ଷରୁ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଆଇନଜୀବୀ ସୂର୍ଯ୍ୟନାରାୟଣ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରତି ବୁଥରେ ଭାଜପାର ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ଆଗତ ପ୍ରସ୍ତାବକୁ ସଭାରେ ସର୍ୱସମ୍ମତି ଭାବେ ଗୃହୀତ କରାଯାଇଥିଲା।

ଏପରୀ କି ଦୁର୍ନୀତି ବିରୋଧରେ ସାଲିସ ବିହୀନ ସଂଗ୍ରାମ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଆଗାମୀ ପଞ୍ଚାୟତ ଏବଂ ପୌର ନିର୍ୱାଚନ ନେଇ ସଭାରେ ବିସ୍ତୃତ ଆଲୋଚନା କରାଯାଇଥିଲା। ସଭାରେ ଆଇନଜୀବୀ ତଥା ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ପୂର୍ୱତନ ସଦସ୍ୟ ମନୋଜ କୁମାର ପଣ୍ଡା, ଶୁଭେନ୍ଦୁ ପାଢ଼ୀ, ସନ୍ତୋଷ ସାହୁ, ପ୍ରଶାନ୍ତ ପୂଜାରୀ, ଶୁଭ୍ରାଂଶୁ ପ୍ରଧାନ, ଜିତୁ ପଣ୍ଡା, ଶିବରାମ ଗୌଡ଼, ଦିଲ୍ଲୀପ ପ୍ରଧାନ, ପ୍ରଦୀପ ଦାସ, ଜନାର୍ଦ୍ଦନ ପ୍ରଧାନ ପ୍ରମୁଖ ବହୁ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ବିଭିନ୍ନ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ଶେଷରେ ରଘୁନାଥ ସାମନ୍ତରାୟ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

କବିସୂର୍ଯ୍ୟଙ୍କ ଶ୍ରାଦ୍ଧତ୍ସୋବ ପାଳନ ପାଇଁ ପ୍ରସ୍ତୁତି ଚୂଡାନ୍ତ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର) ଓଡ଼ିଆ ସାହିତ୍ୟାକାଶର ଉଜ୍ଜଳତମ ନକ୍ଷତ୍ର କବିସୂର୍ଯ୍ୟ ବଳଦେବ ରଥ ବୈଶାଖ ମାସ ଅକ୍ଷୟ ତୃତୀୟା ତିଥିରେ ଜନ୍ମ ଗ୍ରହଣ କରିଥିଲେ। ପବିତ୍ର ଜନ୍ମମାଟି…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

ଶ୍ରୀନଗର ବିମାନବନ୍ଦରରୁ ୨ ଆମେରିକୀୟ ଅଟକ, ପୋଲିସର ତଦନ୍ତ ଜାରି

ଶ୍ରୀନଗର,୧୯ା୪: ଶ୍ରୀନଗର ବିମାନବନ୍ଦରରୁ ରବିବାର ୨ଜଣ ଆମେରିକୀୟଙ୍କୁ ଅଟକ ରଖାଯାଇଛି। ବିମାନବନ୍ଦରରେ ଯାଞ୍ଚ ବେଳେ ସେମାନଙ୍କ ଲଗେଜ୍‌ରୁ ସାଟେଲାଇଟ୍‌ ଫୋନ୍‌ ମିଳିଥିବା ସୁରକ୍ଷା ଅଧିକାରୀଙ୍କ ସୂତ୍ରରୁ କୁହାଯାଇଛି।…

ସମାଲୋଚନା ପରେ ବଦଳିଲା ନିଷ୍ପତ୍ତି, ନୟାଗଡ଼ରେ ୨୦ ରୁ ୨୩ ସମସ୍ତ ବିଦ୍ୟାଳୟ ଛୁଟି

ନୟାଗଡ଼, ୧୯।୪(ଲୋକନାଥ ମିଶ୍ର): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲା ପ୍ରଶାସନ ଜିଲାର ସମସ୍ତ ପ୍ରକାର ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଗୁଡ଼ିକୁ ଚଳିତ…

ଅସହ୍ୟ ତାତି: ବରଗଡ଼ରେ ୨୨ ପର୍ଯ୍ୟନ୍ତ ସ୍କୁଲ-କଲେଜ ଛୁଟି

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାରି ଭିତରେ ବରଗଡ଼ ଜିଲାରେ ମଧ୍ୟ ଅସହ୍ୟ ତାତି ଅନୁଭୂତ ହେଉଛି। ଏହାକୁ…

୧୦ ଟଙ୍କା ନିଅ ଝାଲମୁଢ଼ି ଦିଅ… ଦିଦିଙ୍କ ଗଡ଼ରେ ମଜା ନେଲେ ମୋଦି

କୋଲକାତା,୧୯ା୪: ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମୈଦାନକୁ ଓହ୍ଲାଇଛନ୍ତି । ତେବେ ପ୍ରଚାର ସମୟରେ ସେ ପାରମ୍ପରିକ ବଙ୍ଗାଳୀ…

କେକେଆର୍‌କୁ ଜିତାଇଲେ ରିଙ୍କୁ ସିଂ

କୋଲକାତା,୧୯ା୪: ସ୍ପିନରଙ୍କ ଯାଦୁଗରି ବୋଲିଂ ପରେ ରିଙ୍କୁ ସିଂଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri