ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏକ ବୈଠକରେ ଏମ୍‌ପି ଅଭିମନ୍ୟୁ ସେଠୀ, ଜିଲା ସଭାପତି ଭଗବାନ ପଣ୍ଡା, ନିର୍ବାଚନମଣ୍ଡଳୀ ନେତା ସୁଧାଂଶୁ ନାୟକ, ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ, ସମ୍ପାଦକ କିଶୋରକିଙ୍କର ପଢ଼ିହାରୀ, ଆଇଟି ସେଲ ସୁଶାନ୍ତ ପଣ୍ଡା, ଜିଲା ଉପସଭାପତି ଅମୁଲ୍ୟ ନାୟକ, ସାଧାରଣ ସମ୍ପାଦକ ଆନନ୍ଦ ଚନ୍ଦ୍ର ଓଝା, ଯଶୋବନ୍ତ ସାହୁ, କୃପାସିନ୍ଧୁ ସେଠୀ, ସମିତି ସଭ୍ୟ ପରମେଶ୍ୱର ବାରିକ,ଖଗେଶ୍ୱର ବେହେରା, ଲକ୍ଷ୍ମୀଧର ବେହେରା, ସନ୍ତୋଷ ନାୟକ, ସାଇସତ୍ୟ ନାୟକ, ବିଳାସ ଦାସ,ବସନ୍ତ କୁମାର ବିଶ୍ୱାଳ, ତାପସ କୁମାର ଦାସ, କୁନା ସାହୁ, ସୁରେଶ୍ୱର ବାରିକ ପ୍ରମୁଖଙ୍କ ସମେତ ବହୁ ଦଳୀୟ କର୍ମୀ ଉପସ୍ଥିତ ଥିଲେ l କର୍ମୀ ଏବଂ ନେତାଙ୍କ ଉପସ୍ଥିତରେ ପ୍ରଥମେ ଦଳୀୟ ପତାକା ଉତ୍ତୋଳନ କରାଯାଇଥିଲା l ନୂତନ ଭାରତ ଗଠନ କରିବାକୁ ହେଲେ ସବକା ସାଥ, ସବକା ବିକାଶକୁ ସମସ୍ତେ ମୁଖ୍ୟ ଲକ୍ଷ୍ୟ ଏବଂ ଆହ୍ବାନ ଭାବେ ଗ୍ରହଣ କରି ଆଗକୁ ଅଗ୍ରସର ହେବାକୁ ବୈଠକରେ ମତ ପ୍ରକାଶ ପାଇଥିଲା।ଉକ୍ତ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଭାଜପା ନେତା ଏବଂ ଦଳୀୟ କର୍ମୀମାନେ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri