Posted inଜାତୀୟ

ଉତ୍ତରପ୍ରଦେଶରେ ଭାଜପାର ହେଲିକପ୍ଟର ଯୋଜନା: ୧୦ରୁ ୨୦ ମଧ୍ୟରେ ହେବ ୮୦ ରାଲି…

ନୂଆଦିଲ୍ଲୀ,୨୩।୫ : ଉତ୍ତରପ୍ରଦେଶରେ ଭାଜପା ଲୋକସଭା ନିର୍ବାଚନ ପୂର୍ବରୁ ତୋଫାନୀ ଯାତ୍ରା ପାଇଁ ଯୋଜନା ପ୍ରସ୍ତୁତ କରିଛି। ମେ ୩୦ ରୁ ଜୁନ ୩୦ ମଧ୍ୟରେ ପ୍ରସ୍ତୁତ ଯୋଜନାଗୁଡିକରେ ବହୁ ଗୁରୁତ୍ୱପୂର୍ଣ୍ଣ ରାଲି ହେବ। ସେଥିମଧ୍ୟରୁ ହେଲିକପ୍ଟର ଯୋଜନା ଅନ୍ତର୍ଗତ ଜୁନ୍‌ ୧୦ରୁ ୨୦ ଜୁନ ମଧ୍ୟରେ ରାଜ୍ୟରେ ୮୦ଟି ବଡ଼ ଧରଣର ରାଲି କରାଯିବ। ଉତ୍ତରପ୍ରଦେଶର ୮୦ଟି ଲୋକସଭା ଆସନରେ ମାତ୍ର ୧୦ ଦିନ ମଧ୍ୟରେ ଦେଶର ତଥା ରାଜ୍ୟର ବଡ ନେତାଙ୍କ ସମାବେଶ ତଥା ସାଧାରଣ ସଭା ଅନୁଷ୍ଠିତ ହେବ। ରଣନୀତିଜ୍ଞମାନେ ଗୋଟିଏ ଦିନରେ ହାରାହାରି ଆଠଟି ଲୋକସଭା ନିର୍ବାଚନମଣ୍ଡଳୀକୁ ଅନ୍ତର୍ଭୁକ୍ତ କରିବା ପାଇଁ ଏକ ସମ୍ପୂର୍ଣ୍ଣ ଯୋଜନା ପ୍ରସ୍ତୁତ କରିଛନ୍ତି।

 

ଏହି ସମୟ ମଧ୍ୟରେ ଉତ୍ତରପ୍ରଦେଶରେ କେବଳ ହେଲିକପ୍ଟରର ଶବ୍ଦ ଶୁଣିବାକୁ ମିଳିବ। ଭାଜପା ନେତାମାନେ କହିଛନ୍ତି ଏହି ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ପ୍ରତିରକ୍ଷା ମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀ ପର୍ଯ୍ୟନ୍ତ ବହୁ ମନ୍ତ୍ରୀ ଏବଂ ନେତା ସାଧାରଣ ସଭାରେ ଭାଗ ନେବାକୁ ଯାଉଛନ୍ତି। ଅନ୍ୟପକ୍ଷରେ, ମେ ୩୦ ରୁ ଜୁନ ୩୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ବଡ ଅଭିଯାନରେ ଉତ୍ତରପ୍ରଦେଶର ପ୍ରତ୍ୟେକ ଘରେ ପହଞ୍ଚିବାକୁ ଦଳ ଯୋଜନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri