ଭାଜପାର ବ୍ଲକସ୍ତରୀୟ ସାଂଗଠନିକ ସମାବେଶ, କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଲେ ଜିଲା ସଭାପତି-ଧର୍ମଗଡ଼ ବିଧାୟକ

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ଦୂର୍ଗାମଣ୍ଡପଠାରେ ବୁଧବାର ଭାଜପାର ବ୍ଲକ ସ୍ତରୀୟ ସାଙ୍ଗଠନିକ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏଥିରେ କର୍ଲାମୁଣ୍ଡା ଓ ଯୋରାଡବରା ମଣ୍ଡଳର ସଭାପତି ଡୋଳାମଣୀ ଭୋଇ ଓ ଯତିନ୍ଦ୍ର ସାହୁଙ୍କ ସଭାପତିତ୍ବରେ କରିଥିଲେ । କାର୍ଯ୍ୟକ୍ରମରେ ଭାରତୀୟ ଜନତା ପାର୍ଟିର କଳାହାଣ୍ଡି ଜିଲା ସଭାପତି ଯୁଗଳ କିଶୋର ପୋଢ , ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ପୂର୍ବତନ ଜିଲ୍ଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ନମିତା ରାଣୀ ସାହୁ ଯୋଗଦେଇ ଭାରତୀୟ ଜନତା ପାର୍ଟିର ସାଙ୍ଗଠନିକ କାର୍ଯ୍ୟକ୍ରମ ଉପରେ କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଇଥିଲେ। ଏଥି ସହିତ କର୍ମୀ ମାନେ ଲୋକଙ୍କ ପାଖକୁ ଯାଇ ସରକାରଙ୍କ ଜନହିତକର ଯୋଜନା ଉପରେ ବୁଝାଇବାକୁ ପରାମର୍ଶ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବ୍ଲକ ସଭାପତି ଦୟାନିଧି ସାହୁ, ଗୋବିନ୍ଦ ଶଙ୍କର ସାହୁ , ବିଘ୍ନରାଜ ସାହୁ, ଚିତ୍ରସେନ ସାହୁ, ଗୋବିନ୍ଦ ସାହୁ, ଜିଲା ପ୍ରତିନିଧି ସଂଜୟ ଜୈନ, ଶିଶିର କୁମାର ସାହୁ, ଏସସି ମୋର୍ଚ୍ଚା ଜିଲା ସଭାପତି ଗଣେଶ କୁମାର ପ୍ରମୁଖ ମଞ୍ଚାସିନ ରହି ଭାରତୀୟ ଜନତା ପାର୍ଟିର କେମିତି ସୃଦୃଢ଼ ହେବ ଆଗାମୀ ପଞ୍ଚାୟତ ନିର୍ବାଚନରେ କେମିତି ବିଜେପିର ଆସନ ବଢିବ ସେ ଉପରେ ମତବ୍ୟକ୍ତ କରିଥିଲେ। ସଭା କାର୍ଯ୍ୟ କୁ ପୂର୍ବତନ ଯୁବମୋର୍ଚା ସଭାପତି ନବୀନ କିଶୋର ସାହୁ ସଂଯୋଜନା କରିଥିବା ବେଳେ କର୍ଲାମୁଣ୍ଡା ମଣ୍ଡଳ ସାଧାରଣ ସମ୍ପାଦକ କ୍ଷମା ସାଗର ରଣା ଧନ୍ୟବାଦ ଅର୍ପଣ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ କର୍ମକର୍ତ୍ତା ପୂର୍ବତନ ଜିଲା ପରିଷଦ ସଭ୍ୟା ପୁଷ୍ପକାନ୍ତୀ କୁମାର,ପ୍ରଭାତୀ ଭୋଇ ,ଏମପି ପ୍ରତିନିଧି ହୃଦାନନ୍ଦ ସାହୁ, ବନମାଳୀ ସାହୁ, ଗୁଣନିଧି ସାହୁ, ଲିଙ୍ଗରାଜ ସାହୁ, ଅବନୀ ସାହୁ, ଶୁଭ୍ରାଂଶୁ ସାହୁ, ଜୟନ୍ତୀ ସାହୁ, ସଞ୍ଜୁ ସାହୁ, ପୁଷ୍ପାଞ୍ଜଳି ସାହୁଙ୍କ ସମେତ ଶତାଧିକ ଭାଜପା କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

ହୋମଗାର୍ଡ ପରୀକ୍ଷାରେ ଆସିଲା ଦୁର୍ନୀତି ଅଭିଯୋଗ: ଏସ୍‌ପିଙ୍କୁ ତଦନ୍ତ ପାଇଁ ଦାବିପତ୍ର ପ୍ରଦାନ କଲେ ପ୍ରାର୍ଥୀ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ହୋମଗାର୍ଡ ପରୀକ୍ଷାରେ ମହାଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଧୀନରେ ଫର୍ମପୂଣର କରି ପରୀକ୍ଷା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri