ଭାଜପାର ବ୍ଲକସ୍ତରୀୟ ସାଂଗଠନିକ ସମାବେଶ, କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଲେ ଜିଲା ସଭାପତି-ଧର୍ମଗଡ଼ ବିଧାୟକ

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ଦୂର୍ଗାମଣ୍ଡପଠାରେ ବୁଧବାର ଭାଜପାର ବ୍ଲକ ସ୍ତରୀୟ ସାଙ୍ଗଠନିକ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏଥିରେ କର୍ଲାମୁଣ୍ଡା ଓ ଯୋରାଡବରା ମଣ୍ଡଳର ସଭାପତି ଡୋଳାମଣୀ ଭୋଇ ଓ ଯତିନ୍ଦ୍ର ସାହୁଙ୍କ ସଭାପତିତ୍ବରେ କରିଥିଲେ । କାର୍ଯ୍ୟକ୍ରମରେ ଭାରତୀୟ ଜନତା ପାର୍ଟିର କଳାହାଣ୍ଡି ଜିଲା ସଭାପତି ଯୁଗଳ କିଶୋର ପୋଢ , ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ପୂର୍ବତନ ଜିଲ୍ଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ନମିତା ରାଣୀ ସାହୁ ଯୋଗଦେଇ ଭାରତୀୟ ଜନତା ପାର୍ଟିର ସାଙ୍ଗଠନିକ କାର୍ଯ୍ୟକ୍ରମ ଉପରେ କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଇଥିଲେ। ଏଥି ସହିତ କର୍ମୀ ମାନେ ଲୋକଙ୍କ ପାଖକୁ ଯାଇ ସରକାରଙ୍କ ଜନହିତକର ଯୋଜନା ଉପରେ ବୁଝାଇବାକୁ ପରାମର୍ଶ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବ୍ଲକ ସଭାପତି ଦୟାନିଧି ସାହୁ, ଗୋବିନ୍ଦ ଶଙ୍କର ସାହୁ , ବିଘ୍ନରାଜ ସାହୁ, ଚିତ୍ରସେନ ସାହୁ, ଗୋବିନ୍ଦ ସାହୁ, ଜିଲା ପ୍ରତିନିଧି ସଂଜୟ ଜୈନ, ଶିଶିର କୁମାର ସାହୁ, ଏସସି ମୋର୍ଚ୍ଚା ଜିଲା ସଭାପତି ଗଣେଶ କୁମାର ପ୍ରମୁଖ ମଞ୍ଚାସିନ ରହି ଭାରତୀୟ ଜନତା ପାର୍ଟିର କେମିତି ସୃଦୃଢ଼ ହେବ ଆଗାମୀ ପଞ୍ଚାୟତ ନିର୍ବାଚନରେ କେମିତି ବିଜେପିର ଆସନ ବଢିବ ସେ ଉପରେ ମତବ୍ୟକ୍ତ କରିଥିଲେ। ସଭା କାର୍ଯ୍ୟ କୁ ପୂର୍ବତନ ଯୁବମୋର୍ଚା ସଭାପତି ନବୀନ କିଶୋର ସାହୁ ସଂଯୋଜନା କରିଥିବା ବେଳେ କର୍ଲାମୁଣ୍ଡା ମଣ୍ଡଳ ସାଧାରଣ ସମ୍ପାଦକ କ୍ଷମା ସାଗର ରଣା ଧନ୍ୟବାଦ ଅର୍ପଣ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ କର୍ମକର୍ତ୍ତା ପୂର୍ବତନ ଜିଲା ପରିଷଦ ସଭ୍ୟା ପୁଷ୍ପକାନ୍ତୀ କୁମାର,ପ୍ରଭାତୀ ଭୋଇ ,ଏମପି ପ୍ରତିନିଧି ହୃଦାନନ୍ଦ ସାହୁ, ବନମାଳୀ ସାହୁ, ଗୁଣନିଧି ସାହୁ, ଲିଙ୍ଗରାଜ ସାହୁ, ଅବନୀ ସାହୁ, ଶୁଭ୍ରାଂଶୁ ସାହୁ, ଜୟନ୍ତୀ ସାହୁ, ସଞ୍ଜୁ ସାହୁ, ପୁଷ୍ପାଞ୍ଜଳି ସାହୁଙ୍କ ସମେତ ଶତାଧିକ ଭାଜପା କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri