ଭବାନୀପାଟଣାରେ ଭାଜପାର ମହାଜନସମ୍ପର୍କ ଅଭିଯାନ: ବିଭିନ୍ନ ପ୍ରସଙ୍ଗରେ କଂଗ୍ରେସ, ବିଜେଡି ଉପରେ ବର୍ଷିଲେ ନଡ୍ଡା

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୂର ଷ୍ଟାଡିୟମଠାରେ ଶୁକ୍ରବାର  ମହାଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଥିଲା।
ପୂର୍ବାହ୍ନରେ ଭାଜପା  ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଖେଳ ପଡ଼ିଆରେ ହେଲିକପ୍ଟରରେ ପହଞ୍ଚି ପଥମେ ମା’ ମାଣିକେଶ୍ୱରୀଙ୍କ  ଦର୍ଶନ  କରିଥିଲେ। ସେଠାରୁ ସେ ଲାଲ ବାହାଦୂର ଷ୍ଟାଡିୟମ ଠାରେ  ଆୟୋଜିତ  ମହାଜନସମ୍ପର୍କ ଅଭିଯାନରେ ଯୋଗଦେଇଥିଲେ।
ଆୟୋଜିତ  ମହାଜନସମ୍ପର୍କ ଅଭିଯାନରେ   ନଡ୍ଡା   ବିଭିନ୍ନ ପ୍ରସଙ୍ଗରେ କଂଗ୍ରେସ ଓ ବିଜେଡି ଉପରେ ବର୍ଷିଥିଲେ। ବିଜେଡିକୁ କଟାକ୍ଷ କରିବାକୁ ଯାଇସେ କହିଥିଲେ, ରାଜ୍ୟକୁ ଚଳାଉଛି କିଏ ନେତା ନା ଅଧିକାରୀ ? ରାଜ୍ୟରେ ନବୀନ ବାବୁ ସରକାରରେ ଭ୍ରଷ୍ଟାଚାର ଚାଲିଛି । ଆବାସ ଯୋଜନାରେ ହୋଇଥିବା ଦୁର୍ନୀତି ଓ ଏଥିରେ ସାମିଲ ଥିବା ଭ୍ରଷ୍ଟା ଚାରୀଙ୍କୁ ଜେଲ ପଠାଯିବ ।
ସମାନଭାବେ କଂଗ୍ରେସ ଉପରେ ମଧ୍ୟ ବର୍ଷିଥିଲେ। କହିଥିଲେ  ମୋଦୀଙ୍କୁ ପ୍ରଶଂସା କଲେ କଂଗ୍ରେସକୁ କଷ୍ଟ ହୁଏ। ଶୁକ୍ରବାର ପାଟନାରେ କଂଗ୍ରେସ ସହ କିଛି ବିରୋଧି ଏକାଠି ହୋଇଛନ୍ତି । ରାହୁଲ ଗାନ୍ଧିଙ୍କ ଜେଜେ ମା’ ଲାଲୁ, ନୀତୀଶଙ୍କୁ ଜେଲରେ ଠୁଙ୍କିଥିଲେ। ଆଜି ସେହିମାନେ ରାହୁଲଙ୍କ ସହ ସେଠାରେ ଏକାଠି ହୋଇଛନ୍ତି ବୋଲି କହିଥିଲେ। ସେହିପରି ଉପସ୍ଥିତ ଜନତାଙ୍କ ଆଗରେ ମୋଦୀ ସରକାରଙ୍କ ୯ ବର୍ଷ ସଫଳତାର ଗୁଣଗାନ କରିଥିଲେ। ଆରମ୍ଭରେ ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ ଜୟ ଜଗନ୍ନାଥ କହି ନିଜ ଭାଷଣ ଆରମ୍ଭ କରିଥିଲେ। ଏହି ସଭାରେ ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶେଶ୍ୱର ଟୁଡୁ, ରାଜ୍ୟ ପ୍ରଭାରୀ ଡି.ପୁରୁନ୍ଦେଶ୍ୱରୀ,ରାଜ୍ୟ ସଭାପତି ମନମୋହନ ସାମଲ, ଭବାନୀପାଟଣା ବିଧାୟକ ପ୍ରଦୀପ୍ତ ନାଏକ ପ୍ରମୁଖ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri