Posted inଜାତୀୟ

ମାର୍ଚ୍ଚ ୨୧ରେ ଭାଜପାର ଘୋଷଣାପତ୍ର

ନୂଆଦିଲ୍ଲୀ,୧୯।୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ମାର୍ଚ୍ଚ ୨୧ରେ ଘୋଷଣାପତ୍ର ଜାରି କରିବ। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ଭାଜପା ଘୋଷଣା ପତ୍ର ଜାରି କରିବ ବୋଲି ଜଣାପଡିଛି। ଗତ ବୁଧବାର ତୃଣମୂଳ କଂଗ୍ରେସ ତା’ର ଘୋଷଣା ପତ୍ର ଜାରି କରିସାରିଛି। ଗତ କିଛିଦିନ ହେବ ଭାଜପା ଘୋଷଣାପତ୍ର ଜାରି କରିବା ପାଇଁ ଏକ ଅଭିଯାନ ଆରମ୍ଭ କରିଛି। ଲୋକଙ୍କ ପରାମର୍ଶ ଜାଣିବା ପାଇଁ ୩୦ ହଜାର ପରାମର୍ଶ ବାକ୍ସ ନିୟୋଜିତ କରାଯାଇଛି। ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ପାଖାପାଖି ୧୦୦ଟି ବାକ୍ସ ରଖିବାକୁ ଦଳର ଯୋଜନା ଥିଲା। ଦଳର ନେତାମାନେ କହିଥିଲେ ଯେ, ଏହି ବାକ୍ସ ବ୍ୟତୀତ ଲୋକମାନେ ଫୋନ ଏବଂ ପାର୍ଟି ୱେବସାଇଟ ମାଧ୍ୟମରେ ମଧ୍ୟ ପରାମର୍ଶ ପଠାଇ ପାରିବେ। ରାଜ୍ୟରେ ୨୯୪ ଟି ଆସନ ମଧ୍ୟରୁ ଅତିକମରେ ୨୦୦ଟି ଆସନ ଜିତିବାକୁ ଦଳ ଲକ୍ଷ୍ୟ ରଖିଛି।
ପଶ୍ଚିମବଙ୍ଗ ମମତା ବାନାର୍ଜୀ ସରକାର ଘୋଷଣାପତ୍ରରେ ପ୍ରତିଶୃତି ଦେଇଛନ୍ତି ଯେ, ତାଙ୍କ ସରକାର ବେକାରୀ ହାର ହ୍ରାସ କରିବ। ଏଥିସହ ଗୋଟିଏ ବର୍ଷରେ ୫ ଲକ୍ଷ ଚାକିରି ସୃଷ୍ଟି କରିବ। ସମସ୍ତ ପରିବାର ପାଇଁ ଆୟ ଯୋଜନା, ଛାତ୍ରୀଛାତ୍ରମାନଙ୍କୁ କ୍ରେଡିଟ କାର୍ଡ ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ରେ ଅନେକ ସମ୍ପ୍ରଦାୟକୁ ଅନ୍ତର୍ଭୁକ୍ତ କରିବା ପାଇଁ ଟାସ୍କଫୋର୍ସ ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri