ଟାଙ୍ଗଣାପଲ୍ଲୀ ପଞ୍ଚାୟତରେ ଭାଜପାର ମିଶ୍ରଣ ପର୍ବ; ଦଳ ଛାଡି…

ଛତ୍ରପୁର, ୨୩।୩( ଦିଲୀପ ସାମଲ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁଟ ବଗଡ଼ ଗ୍ରାମ ନିକଟରେ ଭାଜପାର ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଟାଙ୍ଗଣାପଲ୍ଲୀ ସରପଞ୍ଚ ବି. ସୁଦାମ, ସମିତି ସଭ୍ୟା ମିନା କୁମାରୀ ସାହୁ, ବରିଷ୍ଟ ଶିକ୍ଷାବିତ କୋରା ମହାରଣା, ଅମରେଶର ସାହୁ,ପ୍ରଶାନ୍ତ କୁମାର ପ୍ରଧାନ ଓ କେଟିଏନ୍‌ ପୁର ଶ୍ୟାମକାଳୀ ଯୁବକ ସଂଘଙ୍କ ସମେତ ବହୁ ୱାର୍ଡ ସଭ୍ୟ ଏବଂ ଟାଙ୍ଗଣାପଲ୍ଲୀ ପଞ୍ଚାୟତର ବହୁ ଜନସାଧାରଣ ବିଭିନ୍ନ ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ସେମାନେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସବକା ସାଥ ସବକା ବିକାଶରେ ବିଶ୍ୱାସ କରି ଅନ୍ୟ ଦଳ ଛାଡି ଆଜ ଭାଜପାରେ ସାମିଲ ହୋଇଥିବା କହିଥିଲେ। ବିଧାୟକ ନାୟକ ସେମାନଙ୍କ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ଦଳରେ ସାମିଲ କରିଥିଲେ।

କାର୍ଯ୍ୟକ୍ରମରେ ଟାଙ୍ଗଣାପଲ୍ଲୀ ମଣ୍ଡଳ ସଭାପତି ସମ୍ପଦ ନାହାକ ଙ୍କ ସଭାପତିତ୍ୱ କରିଥିବା ବେଳେ ଜିଲ୍ଲା ସମ୍ପାଦକ ପଦ୍ମ ଚରଣ ସାହୁ ସଂଯୋଜନାରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲ॥ ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଏମପି ପ୍ରତିନିଧି ଆର୍‌. ସନ୍ତୋଷ ରେଡ୍ଡୀ, ଛତ୍ରପୁର ବ୍ଲକ ଉପାଧ୍ୟକ୍ଷା ଏସ. ଶାରଦା ରେଡ୍ଡୀ, ଓବିସି ମୋର୍ଚ୍ଚା ସାଧାରଣ ସଂପାଦକ ବି.ଶଙ୍କର ରେଡି,ଛତ୍ରପୁର ର୍ନିବାଚନ ମଣ୍ଡଳୀ ସଂଯୋଜକ ବସନ୍ତ କୁମାର ବେହେରା,ପୂର୍ବତନ ସମିତିସଭ୍ୟ ଏନ.ଦୁର୍ଯ୍ୟୋଧନ ରେଡ୍ଡୀ, ପୂର୍ବତନ ସରପଞ୍ଚ ଗାଣ୍ଡୁଧର ଗୈାଡ, ଭିକାରୀପଲ୍ଲୀ ମଣ୍ଡଳ ସଭାପତି ପଦ୍ମ ଚରଣ ପରିଡା,ପୂର୍ବତନ ଜିଲା ପରିଷଦ ସଭ୍ୟ ଏସ. କିଶୋର ରେଡ୍ଡୀ, ସୁନ୍ଦରପୁର ସରପଞ୍ଚ ଗଗନ ବେହେରା,ଚିକଲଖଣ୍ଡି ସରପଞ୍ଚ ଭଗବାନ ବେହେରା, ପୂର୍ବତନ ସମିତି ସଭ୍ୟ ଜୟଦେବ ଲେଙ୍କା, ଅଶୋକ ପାଣିଗ୍ରାହୀ ଓ ଜ୍ୟୋତି ରଞ୍ଜନ ସାହୁ, କଣମଣା ମଣ୍ଡଳ ସଭାପତି ଏନ. ଦୀନବନ୍ଧୁ, କେ. ରଘୁନାଥ ରେଡ୍ଡୀ, ପି. ଧର୍ମା ରେଡ୍ଡୀ, ବାଦଲ ବେହେରା, ବାପି ଦାସ, ପୂର୍ବତନ ସରପଞ୍ଚ କେ. ଏଲେୟା ଙ୍କ ସମେତ ଅନ୍ୟନ୍ୟା କର୍ମକର୍ତ୍ତା ମାନେ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରାରମ୍ଭରେ ବିଧାୟକ ନାୟକଙ୍କୁ ଫୁଲ ଚନ୍ଦନ ଦେଇ ବିରାଟ ପଟୁଆରରେ ସଭା ସ୍ଥଳକୁ ପାଛୋଟି ନେଇଥିଲେ। ଶେଷରେ କୋରା ମହାରଣା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?