Posted inଜାତୀୟ

ମଣିପୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏନ ବୀରେନ ସିଂ

ଇମ୍ଫାଲ,୨୧।୩: ମଣିପୁରର ମୁଖ୍ୟମନ୍ତ୍ରୀ ଭାବରେ ସୋମବାର ଶପଥ ଗ୍ରହଣ କରିଛନ୍ତି ଏନ ବୀରେନ ସିଂ । ତାଙ୍କୁ ରାଜ୍ୟପାଳ ଏଲ ଗଣେଶନ ଶପଥ ପାଠ କରାଇଥିଲେ। ଏହି ଅବସରରେ ଭାଜପା ସଭାପତି ଜେପି ନଡାଙ୍କ ସମେତ ବହୁ ବରିଷ୍ଠ ଭାଜପା ନେତା ଉପସ୍ଥିତ ଥିଲେ। ଦ୍ୱିତୀୟ ଥର ପାଇଁ ବୀରେନ ସିଂ ମଣିପୁରର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ବୀରେନ ସିଂଙ୍କ ସହ ନେମଚା କିପଗେନ, ଓ୍ବାଇ. ଖେମଚାନ୍ଦ ସିଂ, ବିଶ୍ୱଜିତ୍‌ ସିଂ, ଆୱାଙ୍ଗବୁ ନୁମାଇ ଏବଂ ଗୋବିନ୍ଦସ କନଥୁଜାମ ଇମ୍ଫାଲରେ କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମଣିପୁରରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ୬୦ ସଦସ୍ୟ ବିଶିଷ୍ଟ ଗୃହରେ ୩୨ଟି ଆସନ ଜିତି କ୍ଷମତାକୁ ଫେରିଛି।
ଏନ ବୀରେନ ସିଂ ଜଣେ ଫୁଟବଲ ଖେଳାଳି ଭାବରେ ତାଙ୍କର ଯାତ୍ରା ଆରମ୍ଭ କରିଥିଲେ ଏବଂ ପରେ ସୀମା ସୁରକ୍ଷା ବଳରେ ଚାକିରି ପାଇଲେ।ଏହା ପରେ ସେ ସାମ୍ବାଦିକତା ଜଗତରେ ପାଦ ଦେଇ ସ୍ଥାନୀୟ ଭାଷା ଖବରକାଗଜ ‘ନାହାରୋଲଗି ଥୁଡାଙ୍ଗ’ର ସମ୍ପାଦକ ହୋଇଥିଲେ। ସିଂ ଏଠାରେ ଅଟକି ନ ଥିଲେ ଏବଂ ଦୁଇ ଦଶନ୍ଧି ପୂର୍ବରୁ ସେ ରାଜନୈତିକ ମଞ୍ଚକୁ ଡେଇଁଥିଲେ। ସେ ପ୍ରଥମେ ଡେମୋକ୍ରାଟିକ ରିଭୋଲ୍ୟୁସନ ପିପୁଲ୍ସ ପାର୍ଟିର ଟିକେଟ ରେ ୨୦୦୨ ରେ ବିଧାନସଭା ସଦସ୍ୟ ହୋଇଥିଲେ। ଏହାପରେ କଂଗ୍ରେସରେ ଯୋଗ ଦେଇଥିଲେ ଏବଂ ୨୦୦୩ରେ ତତ୍କାଳୀନ ଓକ୍ରାମ ଇବୋବି ସିଂଙ୍କ ନେତୃତ୍ୱାଧୀନ ସରକାରରେ ଭିଜିଲାନ୍ସ ମନ୍ତ୍ରୀ ହୋଇଥିଲେ ଏବଂ ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟର ସ୍ବାଧୀନ ଦାୟିତ୍ୱ ଗ୍ରହଣ କରିଥିଲେ। ପରେ ବୀରେନ୍‌ ସିଂ ଭାଜପାର ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri