Posted inରାଜ୍ୟ

୧୯ରୁ ଭାଜପାର ଦେଶବ୍ୟାପୀ ‘ଜନ ଆଶୀର୍ବାଦ ଯାତ୍ରା’

ଭୁବନେଶ୍ୱର,୧୫ା୮(ବ୍ୟୁରୋ): କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସମସ୍ତ ରାଜ୍ୟର ପ୍ରତିନିଧି ଓ ସମସ୍ତ ସମ୍ପ୍ରଦାୟର ପ୍ରତିନିଧି ସ୍ଥାନ ପାଇଛନ୍ତି । ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ସମସ୍ତ କେନ୍ଦ୍ରମନ୍ତ୍ରୀମାନେ ଦେଶର ପ୍ରାୟ ୨୧୨ଟି ସଂସଦୀୟ କ୍ଷେତ୍ରକୁ ଯାଇ ଜନ ଆଶୀର୍ବାଦ ଲୋଡିବେ। ଏହି ଜନ ଆଶୀର୍ବାଦ ଯାତ୍ରା ୧୪୨ ଦିନ ଯାଏ ଚାଲିବ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀମାନେ ଲୋକମାନଙ୍କ ସହ ସିଧାସଳଖ ଆଲୋଚନା କରି ବାସ୍ତବ ସ୍ଥିତି ଅନୁଧ୍ୟାନ କରିବେ। କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସମ୍ପର୍କରେ ସାଧାରଣ ଲୋକଙ୍କୁ ମଧ୍ୟ ଅବଗତ କରିବେ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ଜନ ଆଶୀର୍ବାଦ ଯାତ୍ରା ଅବସରରେ ଆସନ୍ତା ୧୯ ତାରିଖରେ ଓଡ଼ିଶାକୁ ୨ ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ୱିନୀ ବୈଷ୍ଣବ ୩ ଦିନିଆ ଗସ୍ତରେ ଆସୁଛନ୍ତି । ୧୯ ତାରିଖ ସକାଳେ ଉଭୟ ମନ୍ତ୍ରୀ ଭୁବନେଶ୍ୱରଠାରେ ପହଞ୍ଚିବା ପରେ ସିଧାସଳଖ ପୁରୀ ଗସ୍ତ କରି ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ। ଏହା ପରେ ଭୁବନେଶ୍ୱରସ୍ଥିତ ରାଜ୍ୟ କାଯର୍‌ୟାଳୟରେ ଖବରଦାତା ସମ୍ମିଳନୀରେ ଯୋଗଦେବେ । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ୧୯ ତାରିଖ ସନ୍ଧ୍ୟାରେ ରେଳ ଯୋଗେ ରାୟଗଡା ଗସ୍ତ କରିବେ । ୨୦ ତାରିଖ ସକାଳୁ କୋରାପୁଟ ଗସ୍ତ କରି ରାତ୍ରିଯାପନ କରିବେ। ୨୧ ତାରିଖରେ ଜୟପୁର, ନବରଙ୍ଗପୁର ଦେଇ ଗସ୍ତ କରି ଭବାନୀପାଟଣାରେ ରାତ୍ରିଯାପନ କରିବେ । ୨୨ ତାରିଖରେ ସେ କେସିଙ୍ଗା, ଟିଟିଲାଗଡ, କଣ୍ଟାବାଞ୍ଜି, ପାଟଣାଗଡ ଦେଇ ବଲାଙ୍ଗୀରଠାରେ ପହଞ୍ଚିବେ । ୨୨ ତାରିଖ ସନ୍ଧ୍ୟାରେ ବୈଷ୍ଣବ ବଲାଙ୍ଗୀରରୁ ଭୁବନେଶ୍ୱର ଫେରି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ଏହି ଜନ ଆଶୀର୍ବାଦ ଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ ବୈଷ୍ଣବ ୭ ଜିଲା, ୬ ଲୋକ ସଭା ଅଞ୍ଚଳରେ ୧୧୫ଟି ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ସଭା ଓ କାଯର୍‌ୟକ୍ରମରେ ଯୋଗଦେବେ । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର, ଖୋର୍ଦ୍ଧା, କଟକ ଜିଲାର ବିଭିନ୍ନ ସ୍ଥାନ ଗସ୍ତ କରିବେ । ଅନ୍ୟତମ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଅସୁସ୍ଥ ଥିବା କାରଣରୁ ତାଙ୍କ କାଯର୍‌ୟକ୍ରମ ସ୍ଥିର ହୋଇନାହିଁ । କେନ୍ଦ୍ରମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସୁପରିଚାଳିତ କରିବା ପାଇଁ ଏକ ଟିମ୍‌ ଗଠନ କରାଯାଇଛି । ଏହି ଟିମ୍‌ରେ ରାଜ୍ୟ ସାଧାରଣ ସମ୍ପାଦକ ତଥା ପୂର୍ବତନ ବିଧାୟକ ରବି ନାଏକ, ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ସମ୍ପାଦକ ସୀମାଞ୍ଚଳ ଖଟେଇ ପ୍ରମୁଖ ଅଛନ୍ତି ବୋଲି ମହାପାତ୍ର ସୂଚନା ଦେଇଛନ୍ତିା ଏହି ଖବରଦାତା ସମ୍ମିଳନୀରେ ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ଏବଂ ସୁଜିତ୍‌ ଦାସ୍‌ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri