ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬ ଜଣ ବରିଷ୍ଠ ନେତାଙ୍କୁ ଉପାଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ବସୁନ୍ଧରା ରାଜେ ସିନ୍ଧିଆ, ତିରଥ ସିଂ ରାୱତ, ରାମ ମାଧବ, ଡି ପୁରନ୍ଦେଶ୍ୱରୀ, ରେଖା ଭର୍ମା, ଭାରସାବନ ନରେନ୍ଦ୍ରଭାଇ ଦୋଶୀ, ଭାରତୀ ପ୍ରବୀଣ ପାୱାର, ମନପ୍ରୀତ ସିଂ ବାଦଲ, ଲାଲ ସିଂ ଆର୍ଯ୍ୟ, ପ୍ରଫେସର ଏମ ନାଗରାଜ, ପ୍ରଫେସର ତରିକ ମଞ୍ଚଚୋରଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ଓଡ଼ିଶାରୁ ୨ ଜଣଙ୍କୁ ନୀତିନ ନବୀନଙ୍କ ଟିମରେ ସ୍ଥାନ ମିଳିଛି। ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ ବୈଜୟନ୍ତ ପଣ୍ଡାଙ୍କୁ ପୁନଃ ଦାୟିତ୍ୱ ଦିଆଯାଇଛି। ସେହିପରି ନର୍ଥ ଇଷ୍ଟର ସଂଯୋଜକ ଭାବେ ସମ୍ବିତ ପାତ୍ରଙ୍କୁ ନିଯୁକ୍ତ କରାଯାଇଛି।

ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ ମହସ୍କେଙ୍କୁ ଭାଜପା ଆଇଟି ସେଲ୍‌ର ଜାତୀୟ ସଂଯୋଜକ ଦାୟିତ୍ୱ ଦିଆଯାଇଛି। ଦଳର ନୂଆ ଜାତୀୟ ଟିମରେ ସ୍ଥାନ ନମିଳିବା ପରେ ଅମିତ ମାଲବ୍ୟଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ ଦୀପକ ମହସ୍କେଙ୍କ ସମେତ ଭାଜପାର ସମସ୍ତ ନୂଆ ପଦାଧିକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ,ଭାଜପାର ନୂଆ ଟିମର ଘୋଷଣା ଏପରି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ ହୋଇଛି, ଯେତେବେଳେ ଦଳ ନୂଆ ଉଚ୍ଚତା ଛୁଇଁବା ସହ ନିଜର ବାର୍ତ୍ତା ଏବଂ ସଂଗଠନକୁ ଦେଶର ପ୍ରତ୍ୟେକ କୋଣରେ ପହଞ୍ଚାଇବା ପାଇଁ ପ୍ରସ୍ତୁତି କରୁଛି।

ଅମିତ ମାଲବ୍ୟଙ୍କୁ ୨୦୧୫ରେ ଭାଜପା ଆଇଟି ସେଲର ମୁଖ୍ୟ ଦାୟିତ୍ୱ ଦିଆଯାଇଥିଲା। ନିଜ କାର୍ଯ୍ୟକୁ ମନେ ପକାଇ ସେ କହିଛନ୍ତି, ଗତ ଏକ ଦଶନ୍ଧି ଧରି ମୁଁ ଏମାନଙ୍କ ସମସ୍ତଙ୍କ ସହ ମିଶି କାମ କରିବାର ସୁଯୋଗ ପାଇଛି। ମୋର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି ଯେ, ସେମାନଙ୍କ ନେତୃତ୍ୱରେ ଭାଜପାର ଡିଜିଟାଲ କମ୍ୟୁନିକେସନ ନୂଆ ସ୍ତରରେ ପହଞ୍ଚିବ ଏବଂ ସମ୍ପୂର୍ଣ୍ଣ ବିଶ୍ୱାସ, ସୃଜନଶୀଳତା ଓ ସ୍ପଷ୍ଟତା ସହ ଭାରତର ଜନ ଚର୍ଚ୍ଚାକୁ ଆକାର ଦେବା ଜାରି ରଖିବ।

ସେପଟେ ଭାଜପା ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନ ସୋସିଆଲ ମିଡିଆରେ ନବନିଯୁକ୍ତ ଜାତୀୟ ପଦାଧିକାରୀଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି, ଭାଜପାର ନବନିଯୁକ୍ତ ଜାତୀୟ ପଦାଧିକାରୀ ଏବଂ ବିଭିନ୍ନ ଦାୟିତ୍ୱରେ ନିଯୁକ୍ତ ସମସ୍ତ ପରିଶ୍ରମୀ ସହଯୋଗୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଉଜ୍ଜ୍ୱଳ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri