Posted inଜାତୀୟ

ଭାଜପା ନେଲା ବଡ଼ ନିଷ୍ପତ୍ତି: ରେଖା ଗୁପ୍ତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀରେ ଭାଜପା ଏହାର ମୁଖ୍ୟମନ୍ତ୍ରୀଙ୍କ ନାମ ପ୍ରକାଶ କରିଛି ଏବଂ ବିଧାୟକ ଦଳ ବୈଠକରେ ରେଖା ଗୁପ୍ତାଙ୍କ ନାମ ଚୂଡ଼ାନ୍ତ ହୋଇଛି। ଦିଲ୍ଲୀର ଶାଲିମାର ବାଗ ଆସନରୁ ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ରେଖି ଗୁପ୍ତା ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ସମସ୍ତ କଳ୍ପନାଜଳ୍ପନାକୁ ପଛରେ ପକାଇ, ଭାଜପା ଜଣେ ମହିଳାଙ୍କ ଉପରେ ବାଜି ଲଗାଇଛି ଏବଂ ବୈଶ୍ୟ ସମ୍ପ୍ରଦାୟରୁ ଆସିଥିବା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନେଇଛି। ଏବେ ଗୁରୁବାର ସେ ରାମଲୀଳା ମଇଦାନରେ ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ।

ମୁଖ୍ୟମନ୍ତ୍ରୀ ଦୌଡ଼ରେ ତାଙ୍କ ନାମ ସବୁଠାରୁ ଆଗରେ ଥିଲା। ବିଧାୟକ ଦଳର ବୈଠକରେ ବିଜେନ୍ଦ୍ର ଗୁପ୍ତା ଏବଂ ପ୍ରବେଶ ବର୍ମା ରେଖା ଗୁପ୍ତାଙ୍କ ନାମ ପ୍ରସ୍ତାବ କରିଥିଲେ।

ରେଖା ଗୁପ୍ତା ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ପାଠପଢ଼ିଛନ୍ତି ଏବଂ କଲେଜ ସମୟରୁ ଅଖିଳ ଭାରତୀୟ ଛାତ୍ର ପରିଷଦ (ABVP) ସହିତ ଜଡିତ ଅଛନ୍ତି। ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ (DUSU)ର ସଭାପତି ଏବଂ ସମ୍ପାଦକ ପଦ ପାଇଁ ନିର୍ବାଚନରେ ​​ମଧ୍ୟ ବିଜୟୀ ହୋଇଥିଲେ। ଏହା ବ୍ୟତୀତ ସେ ତିନିଥର ଦିଲ୍ଲୀ ମ୍ୟୁନିସିପାଲ୍ କର୍ପୋରେସନରେ କାଉନସିଲର ରହିସାରିଛନ୍ତି। ସେ ଶାଲିମାର ବାଗ ଆସନରୁ ଆପ ପ୍ରାର୍ଥୀ ବନ୍ଦନା କୁମାରୀଙ୍କୁ ୩୦ ହଜାର ଭୋଟରେ ପରାସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri