Posted inଜାତୀୟ

ରାଜ୍ୟ ସଭାରେ ହଠାତ୍‌ ଭୋ-ଭୋ ହୋଇ କାନ୍ଦିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୫।୩: ପାର୍ଲାମେଣ୍ଟର ଉଭୟ ଗୃହରେ ଆଜି ଉତ୍ତେଜନାପୂର୍ଣ୍ଣ ଥିଲା। ଶୁକ୍ରବାର ଭାଜପା ସମେତ ଅଧିକାଂଶ ଦଳ ପଶ୍ଚିମବଙ୍ଗ ବୀରଭୂମ ହିଂସାକୁ ନେଇ ଲୋକ ସଭା ଓ ରାଜ୍ୟ ସଭାରେ ଟିଏମସିକୁ ଜବାବ ମାଗିଥିଲେ। ଭାଜପା ଏମ୍‌ପି ରୂପା ଗାଙ୍ଗୁଲି ମଧ୍ୟ ରାଜ୍ୟ ସଭାରେ ଟିଏମସିକୁ ଟାର୍ଗେଟ କରିଥିଲେ। ଏହି ହିଂସା ବିଷୟରେ କହି ରୂପା ହଠାତ୍‌ କାନ୍ଦିବାକୁ ଲାଗିଥିଲେ। ସେ କହିଛନ୍ତି, ଆମେ ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଚାହୁଁଛୁ। ସେଠାରେ ବହୁତ ହତ୍ୟାକାଣ୍ଡ ଘଟୁଛି। ଲୋକମାନେ ନିଜ ଘର ଛାଡି ପଳାୟନ କରିବାକୁ ବାଧ୍ୟ ହେଉଛନ୍ତି। ସେହି ରାଜ୍ୟ ଆଉ ରହିବା ଯୋଗ୍ୟ ନୁହେଁ। ଆମର ବଞ୍ଚିବାର ଅଧିକାର ଅଛି। ପଶ୍ଚିମବଙ୍ଗରେ ଜନ୍ମ ହେବା ଅପରାଧ ନୁହେଁ। ଏହା କହି ସେ କାନ୍ଦିବାକୁ ଲାଗିଥିଲେ। ଗାଙ୍ଗୁଲିଙ୍କ ଏହି ବିବୃତ୍ତି ପରେ ଭାଜପା ଏବଂ ଟିଏମସି ଏମ୍‌ପିମାନେ ପରସ୍ପରକୁ ଟାର୍ଗେଟ କରିଥିଲେ। ଏହି କାରଣରୁ ଗୃହର ପ୍ରକ୍ରିୟା କିଛି ସମୟ ପାଇଁ ସ୍ଥଗିତ ରଖାଯାଇଥିଲା।
ସୂଚନାଯୋଗ୍ୟ, ନିକଟରେ ଟିଏମ୍‌ସି ନେତା ଭାଦୁ ଶେଖଙ୍କୁ ହତ୍ୟା କରାଯାଇଥିଲା। ଏହାର ପ୍ରତିଶୋଧ ନେବା ପାଇଁ ଡଜନେରୁ ଅଧିକ ଘର ଜାଳି ଦିଆଯାଇଥିଲା। ଏଥିରେ ୨ ଜଣ ଶିଶୁଙ୍କ ସମେତ ୮ ଜଣଙ୍କର ମୃତ୍ୟୁ ଘଟିଥିଲା।
ଅନ୍ୟପକ୍ଷରେ, ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେସନ (ସଂଶୋଧନ) ବିଲ, ୨୦୨୨ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଲୋକ ସଭାରେ ଉପସ୍ଥାପିତ ହୋଇଛି। ଏହି ସଂଶୋଧନ ମାଧ୍ୟମରେ କେନ୍ଦ୍ର ସରକାର ଦିଲ୍ଲୀର ତିନୋଟି ମ୍ୟୁନିସିପାଲିଟି କର୍ପୋରେସନ ମିଶ୍ରଣ କରି ଗୋଟିଏ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri