ଭାଜପାର ଆତ୍ମ ନିର୍ଭର ଭାରତ ସଂକଳ୍ପ ଅଭିଯାନ: ଯୋଗ ଦେଇ ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ ସୋମବାର ଭାରତୀୟ ଜନତା ପାର୍ଟି ଭାଜପା ପକ୍ଷରୁ ମଣ୍ଡଳସ୍ତରୀୟ ଆତ୍ମ ନିର୍ଭର ଭାରତ ସଂକଳ୍ପ ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସଂକଳ୍ପ ଅଭିଯାନ ସଂଯୋଜକ ଗୈାତମ ମହାରଣାଙ୍କ ସଂଯୋଜନାରେ ଆୟୋଜିତ କର୍ମଶାଳାରେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ଯୋଗଦେଇ ଗ୍ରାମାଞ୍ଚଳରେ ସ୍ବଦେଶୀ ଜିନିଷ ବ୍ୟବହାର ଏବଂ ତାହାର ଉପଯୋଗୀ କିପରି କରିବା ଏବଂ ପ୍ରଚାର ପ୍ରସାର କରିବା ସହ ନିଜେ ସ୍ବାବଲମ୍ବୀ ହେବା ସହ ଅନ୍ୟମାନେ କିପରି ସ୍ବାବଲମ୍ବୀ ହୋଇପାରିବେ ସେ ନେଇ ସବିଶେଷ ଆଲୋଚନା କରିଥିଲେ। ଏହି କର୍ମଶାଳାରେ ଗୋକର୍ଣ୍ଣପୁର ସରପଞ୍ଚ ପ୍ରତିନିଧି ସନ୍ତୋଷ ଦୋରା , ଭାଜପା ଭୀଷ୍ମଗିରି ମଣ୍ଡଳ ଉପସଭାପତି ଟୁକୁନା ସାହୁ , ଭାଜପା କର୍ମକର୍ତ୍ତା ଦେବ ଗୌଡ , ଟୁନା ଚୌଧୁରୀ, ସିମାଞ୍ଚଳ ସାସମଲ ,ଶକ୍ତି ପ୍ରସାଦ ପାତ୍ର ସମେତ ବହୁ ଦଳୀୟ କର୍ମୀ ଉପସ୍ଥିତ ରହି କର୍ମଶାଳା ପରିଚାଳନାରେ ସହଯୋଗ କରିଥିଲେ ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri