Posted inଜାତୀୟ

‘ଭାଜପାର ସଫଳତା ହାର ୫୬ ପ୍ରତିଶତ, କଂଗ୍ରେସର…’: ମୋଦି

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସଂସଦୀୟ ଦଳ ବୈଠକରେ ଉଦବୋଧନ ଦେଇ କହିଛନ୍ତି ଯେ ସରକାର ଚଳାଇବା ପାଇଁ ଭାଜପା ଲୋକଙ୍କ ପ୍ରିୟ ପାଲଟିଛି। ଏହାକୁ ନେଇ ସେ କିଛି ଆକଳନ ମଧ୍ୟ କରିଛନ୍ତି। ସେ କହିଛନ୍ତି ଯେ କଂଗ୍ରେସ ଏବଂ ଅନ୍ୟ ଦଳ ଅପେକ୍ଷା କ୍ଷମତା ବଜାୟ ରଖିବାରେ ଭାଜପାର ରେକର୍ଡ ଭଲ।
ପ୍ରକାଶ ଯେ ଏହି ବୈଠକରେ ପ୍ରଧାନମନ୍ତ୍ରୀ କୌଣସି ନେତାଙ୍କୁ ଶ୍ରେୟ ଦେଇନାହାଁନ୍ତି ବରଂ ନିକଟରେ ହୋଇଥିବା ବିଧାନସଭା ନିର୍ବାଚନରେ ଭାଜପାର ବଡ଼ ବିଜୟ ପାଇଁ ଦଳର ଟିମ ଭାବନାକୁ ଶ୍ରେୟ ଦେଇଛନ୍ତି। ସେ କହିଛନ୍ତି ଯେ ତିନୋଟି ରାଜ୍ୟରେ ବିଜୟ ବ୍ୟତୀତ ତେଲଙ୍ଗାନା ଏବଂ ମିଜୋରାମରେ ଦଳର ଶକ୍ତି ମଧ୍ୟ ବୃଦ୍ଧି ପାଇଛି।
ପିଟିଆଇର ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଉଦ୍ଧେଶ୍ୟରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଗଣମାଧ୍ୟମକୁ କହିଛନ୍ତି ଯେ ସେହି ରାଜ୍ୟଗୁଡିକରେ ସରକାର ଥିବାବେଳେ କଂଗ୍ରେସ ୪୦ ଥର ବିଧାନସଭା ନିର୍ବାଚନର ସମ୍ମୁଖୀନ ହୋଇଥିଲା ଏବଂ ସେଥିମଧ୍ୟରୁ କେବଳ ୭ଟି ଜିତିପାରେ, ଯେଉଁଥିରେ ଏହାର ସଫଳତା ହାର ୧୮ ପ୍ରତିଶତ ଥିଲା ଯାହା ଖୁବ ନିରାଶାଜନକ। ଏଥି ସହିତ ଭାଜପା ୩୯ଟି ନିର୍ବାଚନରେ ୨୨ରେ ବିଜୟୀ ହୋଇଥିଲା। ଯେଉଁଥିରେ ସଫଳତା ହାର ୫୬ପ୍ରତିଶତ ରହିଛି ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri