ଭାରତୀୟ ସେନାର ପରାକ୍ରମକୁ ସମ୍ମାନ ଜଣାଇ ଭାଜପାର ତ୍ରିରଙ୍ଗା ଶୋଭାଯାତ୍ରା

କେସିଙ୍ଗା,୨୫ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମସ୍ଥିତ ଶ୍ରୀଜଗନ୍ନାଥମନ୍ଦିର ପରିସରରେ ଭାଜପା ବୋରିଆ ମଣ୍ଡଳ ପକ୍ଷରୁ ଏକ ଶୋଭାଯାତ୍ରା ରବିବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ବାଲସି ଗ୍ରାମର ଅବସର ସୁବେଦାର ସେନାକର୍ମଚାରୀ କ୍ଷମାସାଗର ସାହୁ ଙ୍କୁ ଭାଜପା ବାରିଆମଣ୍ଡଳ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଅପରେଶନ ସିନ୍ଦୂରରେ ଭାରତୀୟ ସେନା ବିଜୟ ଲାଭ କରିଥିବାରୁ ସେନାର ପରାକ୍ରମ ଏବଂ ବୀରତ୍ୱକୁ ସମ୍ମାନ ଜଣାଇବା ପାଇଁ ସାରା ଭାରତରେ ସେନାର ପରାକ୍ରମ ଶୋଭାଯାତ୍ରା। ତ୍ରିରଙ୍ଗା ଯାତ୍ରା ଚାଲୁଅଛି। ଏହି ପରିପେକ୍ଷୀରେ ଭାଜପା ବୋରିଆ ମଣ୍ଡଳ ଦ୍ୱାରା ଆୟୋଜିତ ତ୍ରିରଙ୍ଗା ଯାତ୍ରାରେ ବାଲସି ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଅବସର ସେନା କର୍ମଚାରୀ ସୁବେଦାର କ୍ଷମାସାଗର ସାହୁଙ୍କୁ ସ୍ବାଗତ ଓ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଦେଶ ସେବାରେ ସୁବେଦାର ସାହୁଙ୍କ ସମେତ ତାଙ୍କର ଜ୍ୟେଷ୍ଠପୁତ୍ର ମେଜର ଅମିତ ସାହୁ ମଧ୍ୟ ବର୍ତ୍ତମାନ ଜମ୍ମୁ-କଶ୍ମୀରରେ କାର୍ଯ୍ୟରତ ଏବଂ ଅପରେଶନ ସିନ୍ଦୂର ସଫଳତା ଆଣିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। ଯାହା ପାଇଁ ଉପସ୍ଥିତ ଅତିଥିମାନେ ଗୌରବ ମନେ କରିବା ସହ ପ୍ରଶଂସା କରିଥିଲେ। ସୁବେଦାର କ୍ଷମାସାଗର ସାହୁ ୧୯୯୯ରେ କାରଗିଲ ଯୁଦ୍ଧ ସମୟରେ ଅପେରଶନ କାରଗିଲରେ ସାମିଲଥିଲେ। ସେ ସମୟର ଅନୁଭୂତିକୁ ନିଜ ଅଭିଭାଷଣରେ ବ୍ୟକ୍ତ କରିଥିଲେ। ବର୍ତ୍ତମାନର ଅପରେଶନ ସିନ୍ଦୂର ସଫଳତା ପାଇଁ ସେନାଙ୍କୁ ପ୍ରଶଂସା କରିବା ସହ ଦେଶବାସୀ ସବୁବେଳେ ସେନାର ମନୋବଳ ବଢ଼େଇ ଥିବାରୁ ଦେଶବାସୀ ଏବଂ ବିଶେଷକରି କେନ୍ଦ୍ର ସରକାରକୁ ଧନ୍ୟବାଦ ଅର୍ପଣ କରିଥିଲେ। ଭାଜପା କର୍ମୀମାନେ ଶ୍ରୀଜଗନ୍ନାଥ ମନ୍ଦିରରୁ ବାଲସି ଗ୍ରାମରେ ପରିକ୍ରମା କରିଥିଲେ। ଏହି କାର୍ଯ୍ୟକ୍ରମରେ ବୋରିଆ ମଣ୍ଡଳ ଭାଜପା କର୍ମୀ ତଥା ଲଇତରା ପଞ୍ଚାୟତର ସରପଞ୍ଚ ଆଶୋକ ପୋଢ଼, ଯୁବନେତା ଭବାନୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri