Posted inଜାତୀୟ

ନୁପୁର ଶର୍ମା ମାମଲାରେ ଭାଜପାର ୟୁଟର୍ନ…

ନୂଆଦିଲ୍ଲୀ, ୫।୬ : ମୁଖପାତ୍ର ନୁପୁର ଶର୍ମାଙ୍କ ମାମଲାରେ ଭାଜପା ୟୁଟର୍ନ ନେଇଛି। ନୁପୁର ମହାପୁରୁଷ ମହମ୍ମଦଙ୍କ ବିରୋଧରେ ମନ୍ତବ୍ୟ ଦେବା ପରେ ପ୍ରଥମ ଥର ପାଇଁ ଦଳ ଏକ ବିବୃତ୍ତି ଜାରି କରିଛି। ଭାରତୀୟ ଜନତା ପାର୍ଟି ପକ୍ଷରୁ କୁହାଯାଇଛି ଯେ ଏହା ସମସ୍ତ ଧର୍ମକୁ ସମ୍ମାନ କରେ ଏବଂ କୌଣସି ଧର୍ମ କିମ୍ବା ଧାର୍ମିକ ବ୍ୟକ୍ତିଙ୍କ ଅପମାନକୁ ଦୃଢ଼ ଭାବେ ନିନ୍ଦା କରେ। ଏହା ଦ୍ୱାରା ନୁପୁର ଏକୁଟିଆ ପଡ଼ି ଯାଇଥିବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

ସୂଚନା ଯୋଗ୍ୟ ଭାଜପା ମୁଖପାତ୍ର ନୁପୁର ଶର୍ମା କିଛି ଦିନ ପୂର୍ବରୁ ଏକ ଟିଭି ଚ୍ୟାନେଲରେ ମହାପୁରୁଷ ମହମ୍ମଦଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବାର ଅଭିଯୋଗ ହୋଇଥିଲା। ସେବେଠାରୁ ବହୁ ମୁସଲମାନ ସଂଗଠନ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଆସୁଥିଲେ।

ଦଳର ସାଧାରଣ ସମ୍ପାଦକ ଅରୁଣ ସିଂ କହିଛନ୍ତି ଯେ ଦଳ ଯେ କୌଣସି ଧର୍ମ କିମ୍ବା ଧର୍ମକୁ ଅପମାନ କରୁଥିବା ବ୍ୟକ୍ତିଙ୍କୁ ବିରୋଧ କରିଥାଏ। ଭାଜପା ଏପରି ଲୋକଙ୍କୁ କିମ୍ବା ଧାରଣାକୁ ପ୍ରୋତ୍ସାହିତ କରେ ନାହିଁ।

ଦଳର ସାଧାରଣ ସମ୍ପାଦକ କୌଣସି ଘଟଣା କିମ୍ବା ବ୍ୟକ୍ତିବିଶେଷଙ୍କ ବିଷୟରେ ଉଲ୍ଲେଖ ନକରି କହିଛନ୍ତି ଯେ ହଜାର ହଜାର ବର୍ଷର ଭାରତ ଇତିହାସରେ ପ୍ରତ୍ୟେକ ଧର୍ମ ଭାରତରେ ନିଜର ଉପସ୍ଥିତି ଜାହିର କରିଛନ୍ତି। ଭାରତର ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ନିଜ ପସନ୍ଦର ଯେ କୌଣସି ଧର୍ମ ପାଳନ କରିବାର ଅଧିକାର ଦେଇଥାଏ ଏବଂ ପ୍ରତ୍ୟେକ ଧର୍ମକୁ ସମ୍ମାନ ଦେଇଥାଏ।

ସେ  କହିଛନ୍ତି ଯେ ଭାରତ ସ୍ବାଧୀନତାର ୭୫ ତମ ବର୍ଷ ପାଳନ କରୁଥିବାବେଳେ ଆମେ ଭାରତକୁ ଏକ ମହାନ ଦେଶ ଭାବେ ଗଢ଼ି ତୋଳିବା ପାଇଁ ପ୍ରତିଶ୍ରୁତିବଦ୍ଧ। ଭାରତରେ ସମସ୍ତ ଲୋକ ସମାନ, ଭାରତର ଏକତା ଏବଂ ଅଖଣ୍ଡତା ପାଇଁ ଆମେ ପ୍ରତିବଦ୍ଧ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri