Posted inଜାତୀୟ

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା ପାଇଁ ଦଳ ସାରା ରାଜ୍ୟରେ ୯ଟି ପରିବର୍ତ୍ତନ ଯାତ୍ରା ବାହାର କରିବାକୁ ଘୋଷଣା କରିଛି। ଏହି ଯାତ୍ରା ମାଧ୍ୟମରେ ରାଜ୍ୟର ସମସ୍ତ ବିଧାନସଭା କ୍ଷେତ୍ରକୁ କଭର୍‌ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।
ଏହି ସମୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହ ମନ୍ତ୍ରୀ ଅମିତ ଶାହ,ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା, ନିତିନ ଗଡ଼କରୀ ଏବଂ ଓଡ଼ିଶାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି ହେଭିୱେଟ ନେତାମାନେ ଅଲଗା ଅଲଗା ସ୍ଥାନରେ ଉପସ୍ଥିତ ରହିବେ। ଏହି ଅବସରରେ ୬୦ରୁ ଅଧିକ ବଡ଼ ଜନସଭା ଏବଂ ୩୦୦ରୁ ଅଧିକ ଛୋଟ ସଭା ଆୟୋଜନ କରାଯିବ। କୋଲକାତାର ୨୯ଟି ବିଧାନସଭା କ୍ଷେତ୍ରରେ ସ୍ବତନ୍ତ୍ର ପ୍ରଚାର ଗାଡ଼ି ଓ କ୍ୟାମ୍ପେନ କରାଯିବ।
ଏହି ପରିବର୍ତ୍ତନ ଯାତ୍ରା ଦୁଇଟି ପର୍ଯ୍ୟାୟରେ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ (ମାର୍ଚ୍ଚ ୧)ରେ କୁଚବିହାର, କ୍ରିଷ୍ଣାନଗର, କୁଲଟି, ଗରବେଟା ଏବଂ ରାୟଦିଘିରୁ ଯାତ୍ରା ଆରମ୍ଭ ହେବ। ସେହିଭଳି ଦ୍ୱିତୀୟ ପର୍ଯ୍ୟାୟ (ମାର୍ଚ୍ଚ ୨)ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ହାୱଡ଼ାରୁ ଯାତ୍ରାର ଶୁଭାରମ୍ଭ କରିବେ। ଏହା ବ୍ୟତୀତ ଇସଲାମପୁର, ସନ୍ଦେଶଖାଲି, ହାସନ ଏବଂ ଅମତା କ୍ଷେତ୍ରରୁ ମଧ୍ୟ ଯାତ୍ରା ବାହାରିବ।
ହୋଲି ପାଇଁ ମାର୍ଚ୍ଚ ୩ ଏବଂ ୪ ତାରିଖରେ ଯାତ୍ରା ସ୍ଥଗିତ ରହିବ ଏବଂ ମାର୍ଚ୍ଚ ୫ରୁ ପୁଣି ଥରେ ଆରମ୍ଭ ହେବ। ଏହି ୯ଟି ଯାତ୍ରା ମୋଟ ୫,୦୦୦ କିଲୋମିଟର ପଥ ଅତିକ୍ରମ କରିବ। ମାର୍ଚ୍ଚ ଶେଷ ସପ୍ତାହରେ କୋଲକାତାରେ ଏହି ସମସ୍ତ ଯାତ୍ରାର ସମାପନ ହେବ। ଏହି ଅବସରରେ ଏକ ବିଶାଳ ସମାବେଶ ଆୟୋଜିତ ହେବ, ଯାହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିବେ। କହିରଖୁଛୁ, ୨୦୨୧ ର୍ନିବାଚନରେ ଭାଜପା ୭୭ଟି ସିଟ ଜିତି ମୁଖ୍ୟ ବିରୋଧୀ ଦଳର ମାନ୍ୟତା ପାଇଥିଲା। ଏଥର ଦଳ ସମ୍ପୂର୍ଣ୍ଣ ଶକ୍ତି ଲଗାଇ ଟିଏମସି (TMC) କୁ କଡ଼ା ଟକ୍କର ଦେବାକୁ ପ୍ରସ୍ତୁତି କରିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri