ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ (OSNELIA) ସଂଘ କଟକ ଜିଲ୍ଲା ସଂଯୋଜକ କେଶବ ଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନେ କଳା ବ୍ୟାଚ୍ ପରିଧାନ କରି ଗୁରୁଦିବସ ବଦଳରେ ‘କଳା ଦିବସ’ ପାଳନ କରିଛନ୍ତି।

ସୂଚନାଯୋଗ୍ୟ, ୨୦୦୮ରୁ ୨୦୧୮ ମସିହା ମଧ୍ୟରେ ସମସ୍ତ ସରକାରୀ ଓ ବେସରକାରୀ କଲେଜରେ ପରିଚାଳନା କମିଟି ଦ୍ୱାରା ନିଯୁକ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ସ୍ଥାୟୀ ନିଯୁକ୍ତିରେ ଅନ୍ତର୍ଭୁକ୍ତ କରିବା ପାଇଁ ସଂଘ ପକ୍ଷରୁ ଦୀର୍ଘ ଦିନ ହେବ ଦାବି ହୋଇଆସୁଛି। ଗତ ୨୦୨୫ ଡିସେମ୍ବର ମାସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହା ପୂରଣ ହୋଇନାହିଁ।

ସରକାରଙ୍କୁ ଏହି ପ୍ରତିଶ୍ରୁତି ମନେପକାଇବା ପାଇଁ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ସମ୍ମୁଖରେ ଏହି ପ୍ରତିବାଦ କରାଯାଇଥିଲା। ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ରତର କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।

ଏହି କାର୍ଯ୍ୟକ୍ରମରେ ଭୁବନାନନ୍ଦ ସାହୁ, ନରେଶ ସ୍ୱାଇଁ, ପ୍ରେମାନନ୍ଦ ବାରିକ, ସୁଧୀର ସ୍ୱାଇଁ, ସୁପ୍ରଭା ମହାରଣା, ସ୍ନିଗ୍ଧା ମହାନ୍ତି, ଗିରିଶ ଚନ୍ଦ୍ର ଖଟୁଆ, ଶ୍ରୀକାନ୍ତ କୁମାର ବାଘ ଓ ଅଶୋକ କୁମାର ମନ୍ତ୍ରୀଙ୍କ ସମେତ ସମସ୍ତ କର୍ମଚାରୀ କଳା ବ୍ୟାଚ୍ ପିନ୍ଧି ପ୍ରତିବାଦ ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri