ମୁଖ୍ୟମନ୍ତ୍ରୀଙ୍କୁ କଳାପତାକା

କଟକ ଅଫିସ, ୧୧।୧୧: କଟକ ଜିଲାର ଅରିଲୋଠାରେ ଓମ୍‌ଫେଡର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ଭାଜପା ବିରୋଧ କରିଥିଲା। କଟକ ନଗର ଭାଜପା ସଭାପତି ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ବହୁସଂଖ୍ୟକ କର୍ମୀ ଶୋଭାଯାତ୍ରାରେ ଆସି ନାରାବାଜି ଦେବା ସହ ନରାଜ ପୋଲ ମୁଣ୍ଡରେ କଳାପତାକା ପ୍ରଦର୍ଶନ କରିଥିଲେ। ମମିତା ମେହେର ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦାସୀନତା ଓ ଦୋଷୀଙ୍କୁ ସାଙ୍ଗରେ ଧରି ବୁଲିବା ଘଟଣାକୁ ନେଇ ଭାଜପା କର୍ମୀମାନେ ନିନ୍ଦା କରିଥିଲେ। ତେବେ ଭାଜପା ରାଜ୍ୟ ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ସିକନ୍ଦର ଅଲ୍ଲି, ରାଜ୍ୟ ମହିଳା ମୋର୍ଚ୍ଚା ସମ୍ପାଦିକା ରଶ୍ମିରେଖା ଦାସ, ରଞ୍ଜିତା ନାଏକ, ଜୟକୃଷ୍ଣ ସ୍ବାଇଁ, ସବ୍ୟସାଚୀ ମହାପାତ୍ର, ସୁବାସ ମହାନ୍ତି,ସଞ୍ଜୀବ ଚିନାରା, ଅମ୍ବିକା ସାମଲ, ସଞ୍ଜୟ ଜେନା, ମହମ୍ମଦ ସବିରଙ୍କ ସମେତ ଅନ୍ୟ କର୍ମୀଙ୍କୁ ପୋଲିସ ଗିରଫ କରିବା ପରେ ବ୍ୟକ୍ତିଗତ ମୁଚାଲିକାରେ ଛାଡି ଦେଇଥିଲା।
ସେହିପରି ଭାଜପା ଓ କଂଗ୍ରେସର କେତେଜଣ କର୍ମକର୍ତ୍ତା ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ଲୋଗାନ ଦେଉଥିବା ସମୟରେ ବିଜେଡି କର୍ମୀ ପହଞ୍ଚି ଅଟକାଇବାକୁ ଉଦ୍ୟମ କରିଥିଲେ। ଏହାକୁ ନେଇ ସେଠାରେ ମୁହଁାମୁହିଁ ପରିସ୍ଥିତି ଦେଖାଦେଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିଥିଲା। ଏଥିସହ ଭାଜପା ଓ କଂଗ୍ରେସର ପ୍ରାୟ ୭୦ଜଣ କର୍ମୀଙ୍କୁ ଗିରଫ କରି ପରେ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦେଇଥିବା ଏସିପି ଚନ୍ଦନ ଘଡେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri