୧୦ରାଜ୍ୟରେ ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ

ନୂଆଦିଲ୍ଲୀ,୧୪।୫: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଏବେ ବିଭିନ୍ନ ରାଜ୍ୟରେ ବିରଳ ମ୍ୟୁକୋରମାଇକୋସିସ୍‌ ବା ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଚିନ୍ତା ବଢ଼ାଇ ଦେଇଛି। ଏହି ଫଙ୍ଗସ୍‌ ଆଖି, ସାଇନସସ୍‌, ମସ୍ତିଷ୍କ, ଫୁସ୍‌ଫୁସ୍‌କୁ ସଂକ୍ରମଣ କରି ନଷ୍ଟ କରିଦେବା ସହ ଜୀବନ ପ୍ରତି ବିପଦ ସୃଷ୍ଟି କରିଛି। ଫଳରେ ଏଭଳି ରୋଗୀଙ୍କ ଚିକିତ୍ସା ପାଇଁ ଆଇସିୟ ଆବଶ୍ୟକ ପଡ଼ୁଛି। କରୋନା ରୋଗୀଙ୍କଠାରେ ପୂର୍ବରୁ ଯଦି କୌଣସି ଗୁରୁତର ରୋଗ ରହିଥାଏ ତେବେ ସେମାନଙ୍କ ମଧ୍ୟରେ ବ୍ଲାକ୍‌ ଫଙ୍ଗସ୍‌ ହେବାର ଆଶଙ୍କା ଅଧିକ ରହିଛି। ବିଶେଷତଃ ମଧୁମେହ ରୋଗୀଙ୍କଠାରେ ଏହାର ଲକ୍ଷଣ ଅଧିକ ରହିଥିବା ଦେଖିବାକୁ ମିଳିଛି। ଏହି ବ୍ଲାକ୍‌ ଫଙ୍ଗସ୍‌ ଏବେ ଦେଶର ୧୦ଟି ରାଜ୍ୟରେ ବ୍ୟାପିସାରିଛି। ଯଥାକ୍ରମେ ଗୁଜୁରାଟ ସମେତ ମହାରାଷ୍ଟ୍ର, ଦିଲ୍ଲୀ, ମଧ୍ୟପ୍ରଦେଶ ରାଜସ୍ଥାନ, କର୍ନାଟକ, ତେଲେଙ୍ଗାନା, ଉତ୍ତରପ୍ରଦେଶ, ବିହାର ଓ ହରିଆଣାରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇସାରିଛନ୍ତି। ଗୁଜୁରାଟରେ ୧୦୦ରୁ ଉର୍ଦ୍ଧ୍ୱ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ସ୍ଥିତି ଏଭଳି ହୋଇଛି ଯେ, ରାଜ୍ୟସରକାର ଉକ୍ତ ରୋଗୀଙ୍କ ପାଇଁ ହସ୍ପିଟାଲରେ ଅଲଗା ଓ୍ବାର୍ଡ ତିଆରି କରିଛନ୍ତି। କୁହାଯାୁଛି ଏହି ରୋଗୀଙ୍କ ମଧ୍ୟରେ ଅନେକ ନିଜର ଦୃଷ୍ଟିଶକ୍ତି ମଧ୍ୟ ହରାଇଛନ୍ତି। ସେହିପରି ମହାରାଷ୍ଟ୍ରରେ ବ୍ଲାକ୍‌ ଫଙ୍ଗସ୍‌ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ ଏପର୍ଯ୍ୟନ୍ତ ରାଜ୍ୟରେ ୨ହଜାରରୁ ଉର୍ଦ୍ଧ୍ୱ ରୋଗୀ ଚିହ୍ନଟ ହୋଇସାରିଛନ୍ତି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ସୂଚନା ଦେଇଛନ୍ତି। ଅନ୍ୟପଟେ ରାଜସ୍ଥାନରେ ୧୪, ତେଲେଙ୍ଗାନାରେ ୬୦, କର୍ନାଟକରେ ୩୮ ମାମଲା ସାମ୍ନାକୁ ଆସିଥିବା ବେଳେ ମଧ୍ୟପ୍ରଦେଶରେ ୫୦ରୁ ଊର୍ଦ୍ଧ୍ୱ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଏହି ରୋଗରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri