କରୋନା ମଧ୍ୟରେ ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ: ରାଜସ୍ଥାନରେ ଚିହ୍ନଟ ହେଲେ ୭ଶହରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ଜୟପୁର,୨୦।୫: କରୋନା ସଙ୍କଟ ମଧ୍ୟରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଏବେ ଚିନ୍ତା ବଢ଼ାଇଦେଇଛି। ଦେଶର ଅନେକ ରାଜ୍ୟରେ ଏହି ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କେବଳ ରାଜସ୍ଥାନରେ ୭୦୦ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ସରକାର ଏବେ ଆକ୍ସନମୁଡରେ ଆସିଯାଇଛନ୍ତି। ବୁଧବାର ରାଜସ୍ଥାନ ସରକାର ବ୍ଲାକ୍‌ ଫଙ୍ଗସ୍‌କୁ ମହାମାରୀ ଘୋଷଣା କରିଥିଲେ। ଏଥିସହ ଅଧିକାରୀଙ୍କୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ପୁରା ରାଜ୍ୟରେ ମୋଟ ୭୦୦ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ କେବଳ ଗୋଟିଏ ହସ୍ପିଟାଲରେ ୧୦୦ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି। କେବଳ ରାଜସ୍ଥାନରେ ନୁହେଁ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଦିଲ୍ଲୀ ଭଳି ଆଦି ଅନେକ ରାଜ୍ୟରେ ନିୟମିତ ବ୍ୟବଧାନରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହେଉଛନ୍ତି। ଅନ୍ୟପଟେ ମହାରାଷ୍ଟ୍ରରେ ବି ଏହାକୁ ନେଇ ହାହାକାର ଦେଖାଦେଇଛି। ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ପ୍ରାୟ ୨ହଜାରରୁ ଊର୍ଦ୍ଧ୍ୱ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ଏଥିଯୋଗୁ ୯୦ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଦିଲ୍ଲୀ କଥା କହିବାକୁ ଗଲେ ଗୁରୁବାର ସର ଗଙ୍ଗାରାମ ହସ୍ପିଟାଲରୁ ୪୦ରୁ ଊର୍ଦ୍ଧ୍ୱ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ମ୍ୟାକ୍ସ ହସ୍ପିଟାଲରୁ ୨୫, ଏମ୍ସରୁ ୨୦ ଓ ମୁଲଚନ୍ଦ ହସ୍ପିଟାଲରୁ ଜଣେ ଲେଖାଏ ରୋଗୀ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri