ଗୁଣିଗାରେଡ଼ି ସନ୍ଦେହ: ମୃତ ବ୍ୟକ୍ତିଙ୍କ ଜୁଇରେ ଅନ୍ୟଜଣଙ୍କୁ ମାରି ଜାଳିଦେଲେ

କୋରାପୁଟ/ନାରାୟଣପାଟଣା,୯ା୧୨(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ଗୁଣିଗାରେଡି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ୫ଜଣ ମାରିଦେଇ ଅନ୍ୟଜଣେ ମୃତ ବ୍ୟକ୍ତି ପୋଡାଯାଉଥିବା ଯୁଇରେ ପକାଇ ଜାଳି ଦେଇଛନ୍ତି। ଏ ନେଇ ବନ୍ଧୁଗାଁ ଥାନାରେ ନଂ. ୧୧୨/୨୪ରେ ମାମଲା ରୁଜୁ ହୋଇଛି। ୫ଜଣଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି।

ସୂଚନାଯୋଗ୍ୟ, କୋରାପୁଟ ଜିଲା ବନ୍ଧୁଗାଁ ଥାନା ଜାର୍ପା ଗାଁ’ର ଦସ ମୀନ୍ୟାକା ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ରବିବାର ଅପରାହ୍ନରେ ତାଙ୍କର ମତ୍ୟୁ ହୋଇଥିଲା। ପ୍ରଥମେ ଦସଙ୍କ ଭାଇ ଜଙ୍ଗାମାଙ୍କର ମୃତ୍ୟୁ ଘଟିଥିବା ଆଖପାଖ ପ୍ରଚାରିତ ହୋଇଥିଲା। ଘଟଣାରେ କେହି ମୁଁହ ଖୋଲୁନଥିବାରୁ ଏହା ଠିକ୍‌ ଭାବେ ଜଣାପଡି ନ ଥିଲା। ବନ୍ଧୁଗାଁ ପୋଲିସ ତନାଘନା କରିବାପରେ ପ୍ରକୃତ ସତ୍ୟ ପଦାକୁ ଆସିଛି।

ଜାର୍ପା ଗାଁ’ର ଶିବ ମିନ୍ୟାକାଙ୍କ ସହ ଦସ ମିନ୍ୟକା ଏବଂ ତାଙ୍କ ସମ୍ପର୍କୀୟ ଭାଇଙ୍କର ପୂର୍ବ ଶତ୍ରୁତା ଲାଗି ରହିଥିଲା। ବିଭିନ୍ନ ସମୟରେ ଶିବ ମିନ୍ୟାକା ଦସ ଓ ତାଙ୍କ ସମ୍ପର୍କୀୟ ଭାଇମାନଙ୍କୁ ଗୁଣି ଗାରେଡ଼ି କରି ଜୀବନରେ ମାରି ଦେବାକୁ ଧମକ ଦେଉଥିଲେ। ହଠାତ୍‌ ଦସଙ୍କର ରବିବାର କୌଣସି କାରଣରୁ ମୃତ୍ୟୁ ହୋଇଥିଲା। ମୃତଦେହ ଦାହ ହେଉଥିବା ସ୍ଥାନକୁ ଶିବ ଯାଇଥିବା ବେଳେ ଦସଙ୍କ ପରିବାର ଏବଂ ସମ୍ପର୍କୀୟ ୫ଜଣ ତାଙ୍କୁ ଗୁଣି ସନ୍ଦେହରେ କାଠଫାଳିଆରେ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ଶିବଙ୍କର ମୃତ୍ୟୁ ହୋଇଥିଲା। ଏହାକୁ ଚପାଇ ଦେବାପାଇଁ ଶିବଙ୍କ ମୃତଦେହ ଦସଙ୍କ ଜୁଇରେ ରଖି ଜାଳିଦେଇଥିଲେ। ପରେ ଗାଁ ଓ ସମ୍ପର୍କୀୟମାନଙ୍କୁ ଘଟଣା ବିଷୟରେ କାହାରିକୁ କିଛି ନ କହିବାକୁ ତାଗିଦ କରିଥିଲେ।

ଯେଉଁଥିପାଇଁ ଶିବଙ୍କ ପରିବାର ଲୋକେ ଭୟରେ ପୋଲିସରେ ଅଭିଯୋଗ କରି ନ ଥିଲେ। ସୋମବାର ସକାଳେ ଘଟଣା ପ୍ରଚାରିତ ହୋଇଥିଲା। ପରେ ବନ୍ଧୁଗାଁ ଥାନା ଅଧିକାରୀ ପ୍ରସନ୍ନ କୁମାର ମିଶ୍ର ଓ ସାଇଣ୍ଟିଫିକ୍‌ ଟିମ୍‌, କୋରାପୁଟ ଅତିରିକ୍ତ ଏସ୍‌ପି ମନୋବ୍ରତା ଶତପଥୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତନାଘନା କରିବାରୁ ଗୁଣିଗାରେଡ଼ି ସନ୍ଦେହରେ ଶିବଙ୍କୁ ହତ୍ୟା କରିଥିବା ଅଭିଯୁକ୍ତମାନେ ସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?