କଳାଧନ: ସୁପ୍ରିମକୋର୍ଟଙ୍କୁ ଦିଆଗଲାଣି ୮ ରିପୋର୍ଟ

କଟକ,୨୯।୧୧ (କାର୍ତ୍ତିକ ସାହୁ): କଟକ ତେଲେଙ୍ଗାବଜାରସ୍ଥିତ ଜଷ୍ଟିସ ଅରିଜିତ ପଶାୟତଙ୍କ ବାସଭବନରେ ସ୍ପେଶାଲ ଇନ୍‌ଭେଷ୍ଟିଗେସନ୍‌ ଟିମ୍‌ (ଏସ୍‌ଆଇଟି)ର ଦଶମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜଷ୍ଟିସ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କଳାଧନ ରୋକିବା ଦିଗରେ ବିଭିନ୍ନ ତଦନ୍ତକାରୀ ସଂସ୍ଥାର ଉଚ୍ଚପଦସ୍ଥ ଅଧିକାରୀ ଯୋଗଦେଇ ଆଲୋଚନା କରିଥିଲେ। ଅଦ୍ୟାବଧି କଳାଧନ ସମ୍ପର୍କିତ ୮ଟି ରିପୋର୍ଟ ସୁପ୍ରିମକୋର୍ଟଙ୍କୁ ପ୍ରଦାନ କରାଯାଇଥିବାବେଳେ ଆଗାମୀ ୩ ମାସ ମଧ୍ୟରେ ପରବର୍ତ୍ତୀ ରିପୋର୍ଟ ଦିଆଯିବ ବୋଲି ଜଷ୍ଟିସ ପଶାୟତ ସୂଚନା ଦେଇଛନ୍ତି।
ରାଜ୍ୟରେ ଅନେକ ସମୟରେ ସରକାରୀ ଅଧିକାରୀମାନଙ୍କ ପାଖରୁ କଳାଧନ ଜବତ ନେଇ ହେଉଥିବା ମାମଲାଗୁଡ଼ିକରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ବିଭିନ୍ନ ଉପାୟରେ କଳାଧନ ଗଚ୍ଛିତ ହେଉଛି। କେଉଁ ପନ୍ଥା ଆପଣେଇଲେ କଳାଧନ କାରବାର ରୋକିହେବ ସେନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବଂ ଇନ୍‌କମ୍‌ ଟ୍ୟାକ୍ସ ଅଧିକାରୀମାନଙ୍କ ସହ ଆଲୋଚନା ହୋଇଥିଲା। କଳାଧନ କେଉଁଠାରେ ନିବେଶ ହୋଇଛି, ତାହାକୁ କିଭଳି ରୋକା କରାଯାଇପାରିବ ତାହା ଉପରେ ଇଡି ଏବଂ ଆୟକର ବିଭାଗ ନଜର ଦେଉଛି। ଆବଶ୍ୟକ ପଡ଼ିଲେ ମାମଲା ରୁଜୁ କରି ଅଧିକ ତଦନ୍ତ ମଧ୍ୟ କରୁଛି। ଅନେକ ମାମଲା ରୁଜୁ ହେବା ପରେ ସେହି ଅଭିଯୁକ୍ତମାନଙ୍କ ବିରୋଧରେ ଇଡି ଏବଂ ଆୟକର ବିଭାଗ ଅଧିକ ତଥ୍ୟ ହାସଲ କରିପାରୁଛି ବୋଲି ଜଷ୍ଟିସ ପଶାୟତ କହିଛନ୍ତି। ସେହିପରି ନିର୍ବାଚନରେ କଳାଧନ ବ୍ୟବହାର ଉପରେ ଏସ୍‌ଆଇଟି ନଜର ରଖିବ। ବର୍ତ୍ତମାନ ଦେଶରେ ନାର୍କୋଟିକ୍ସ ମାମଲା ଚିନ୍ତାର ବିଷୟ ପାଲଟିଛି। ଆଶାଠାରୁ ଅଧିକ ପରିମାଣର ନାର୍କୋଟିକ୍ସ ଦ୍ରବ୍ୟ ଜବତ ହୋଇଛି। ଓଡ଼ିଶାରେ ଗଞ୍ଜେଇ ଅଧିକ ପରିମାଣର ଜବତ ହେଉଥିବାବେଳେ ବ୍ରାଉନ୍‌ ସୁଗାର ଏବଂ ହେରୋଇନ୍‌ ମଧ୍ୟ ଜବତ ହେଉଛି। ନାର୍କୋଟିକ୍ସ, ରିୟଲ ଇଷ୍ଟେଟ ଓ ସୁନା ବ୍ୟବସାୟ ଆଳରେ ଅଧିକ ମାତ୍ରାରେ କଳାଧନ କାରବାର ହେଉଛି। ଏହି ବୈଠକରେ ରାଜର୍ଷି କୁମାର, ଜ୍ଞାନେଶ୍ୱର ସିଂହ, ସନ୍ଦୀପ କୁମାର, ଡ. ସଚିନ କୁମାର, ସୁବୋଧ କୁମାର, ଅରୁଣ ବୋଥ୍ରା, ଡ. କିଶୋର କୁମାର ପାଣିଗ୍ରାହୀ, ଆଶିଷ ବର୍ମା, ରାହୁଲ ନବୀନ, ରାଜେଶ କେଡିଆଙ୍କ ସମେତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଆୟକର ବିଭାଗ, ଡାଇରେକ୍ଟ ଟ୍ୟାକ୍ସ ବିଭାଗ, ସେଣ୍ଟ୍ରାଲ ଏକ୍ସାଇଜ୍‌ ଓ କଷ୍ଟମ, ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ, ସିଟି ଜିଏସ୍‌ଟି, କ୍ରାଇମବ୍ରାଞ୍ଚ, ଭିଜିଲାନ୍ସ ଏବଂ ଓଡ଼ିଶା ପୋଲିସର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ସୂଚନାଯୋଗ୍ୟ, ଦେଶରେ ଦ୍ରୁତଗତିରେ କଳାଧନ କାରବାର ବୃଦ୍ଧି ପାଇବାରେ ଲାଗିଛି। ଓଡ଼ିଶାରେ ଅଣାୟତ୍ତ ନିଶା କାରବାର ମଧ୍ୟ କଳାଧନ ବୃଦ୍ଧି ପାଇଁ ଦାୟୀ। କଳାଧନ କାରବାର ବନ୍ଦ କରିବା ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ଏସ୍‌ଆଇଟି ଗଠିତ ହୋଇଛି। ପ୍ରତି ୩ ମାସରେ ଏହାର ବୈଠକ ହେବା ସହ ନିୟମିତ ଭାବେ ସୁପ୍ରିମକୋର୍ଟଙ୍କୁ ଏସ୍‌ଆଇଟି ରିପୋର୍ଟ ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri