ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ରାଜ୍ୟର ୫୩ ଲକ୍ଷ ଚାଷୀଙ୍କୁ କାଳିଆ ସହାୟତା ଦେବାପରେ ପୁଣିଥରେ ରାଜନୀତି ଜୋର ଧରିଛି। ପଞ୍ଚାୟତ ଏବଂ ପୌର ନିର୍ବାଚନ ପୂର୍ବରୁ କାଳିଆ ଯୋଜନାରେ ଅର୍ଥ ଦେଇ ଭୋଟ ରାଜନୀତି କରିବାକୁ ଚେଷ୍ଟା କରାଯାଉଥିବା ଭାଜପା ଓ କଂଗ୍ରେସ ଅଭିଯୋଗ କରିଛନ୍ତି।
ଭାଜପା ନେତା ଗୋଲକ ମହାପାତ୍ର କହିଛନ୍ତି, ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର କାଳିଆ ଯୋଜନା ଆରମ୍ଭ କଲେ। ନିର୍ବାଚନ ଜିତିବା ପରେ ପାଖପାଖି ଦୁଇ ବର୍ଷ ହେବ କାଳିଆ ଯୋଜନାରେ ଟଙ୍କାଟିଏ ମଧ୍ୟ କାହା ପାଖରେ ପହଞ୍ଚିଲା ନାହିଁ ା ଏହା ଚାଷୀଙ୍କ ପ୍ରତି ଛଳନା, ଅପମାନ ଓ ପ୍ରତାରଣ ସଦୃଶ। ପ୍ରଧାନମନ୍ତ୍ରୀ କିଷାନ ଟଙ୍କା ଓଡିଶାର ଚାଷୀଙ୍କ ପାଖରେ ପହଞ୍ଚିବାରେ ରାଜ୍ୟ ସରକାର କଣ୍ଟା ନ ହୁଅନ୍ତୁ। ରାଜ୍ୟରେ ଚାଷୀ ଅସନ୍ତୋଷ ଚାପିବା ପାଇଁ ରାଜ୍ୟ ସରକାରଙ୍କ କାଳିଆ ଥୋପ। ଯଦି ରାଜ୍ୟ ସରକାରଙ୍କ ପାଖରେ ୫୩ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀଙ୍କ ତାଲିକା ଅଛି ତେବେ ପିଏମ୍ କିଷାନ ପାଇଁ କାହିଁକି କେନ୍ଦ୍ରକୁ ଠିକ୍ ତାଲିକା ପଠାଉନାହାନ୍ତି। ୫୩ ଲକ୍ଷ ଚାଷୀଙ୍କ ତାଲିକା ପଞ୍ଚାୟତ ଅଫିସ ବାହାରେ ଲଗାଯାଉ ବୋଲି ସେ କହିଛନ୍ତି।
ବରିଷ୍ଠ କଂଗ୍ରେସ ନେତା ଶରତ ରାଉତ କହିଛନ୍ତି, ଇଏ ପ୍ରଚାର ସର୍ବସ୍ବ ସରକାର। ଚାଷୀ ଆନ୍ଦୋଳନ ସବୁଆଡ଼େ ଚାଲିଥିବା ବେଳେ ସେଥିପ୍ରତି ଦରଦ ନାହିଁ। ମଣ୍ଡିରେ ଚାଷୀମାନେ ଧାନ ପକାଇ ବସିଛନ୍ତି। କେନ୍ଦ୍ର ଆଣିଥିବା ୩ଟି କୃଷି ଆଇନକୁ ପାର୍ଲାମେଣ୍ଟରେ ବିଜେଡି ସମର୍ଥନ ଜଣାଇଛି। ଗତ ବର୍ଷ ମଧ୍ୟ ନିର୍ବାଚନ ପୂର୍ବରୁ କାଳିଆ ଯୋଜନା ଜରିଆରେ ଲୋକଙ୍କୁ ବୋକା ବନେଇବାକୁ ଚେଷ୍ଟା କରିଥିଲା। ଏବେ ପଞ୍ଚାୟତ ନିର୍ବାଚନ ଏବଂ ରାଜ୍ୟରେ ଚାଷୀମାନେ ମଣ୍ଡିରେ ଜୋରଦାର ଆନ୍ଦୋଳନ ଚଳାଇଥିବାରୁ ସରକାର ଏଭଳି କରିଥିବା ସେ ଅଭିଯୋଗ କରିଛନ୍ତି।
ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ କହିଛନ୍ତି, ଚାଷୀଙ୍କୁ ସହାୟତା ଯୋଗାଇ ଦେବା ଲାଗି ଏହି ଯୋଜନା ପାଇଁ ନୀତିଗତ ନିଷ୍ପତ୍ତି ନିଆଯାଇଛି। କାଳିଆ ଯୋଜନା ଘୋଷଣା ସମୟରେ ବିରୋଧୀ ଏହାକୁ ନିର୍ବାଚନ ଚାଲ୍ ବୋଲି କହିଲେ। ଯେଉଁମାନେ ଏହାକୁ ନିର୍ବାଚନ ଚାଲ୍ ବୋଲି କହିଲେ ପରବର୍ତ୍ତୀ ସମୟରେ କେତେଜଣ ଚାଷୀ ଏହି ଯୋଜନାରେ ଅର୍ଥ ପାଇଛନ୍ତି ବୋଲି ପ୍ରଶ୍ନ କଲେ। ଏବେ ସରକାରଙ୍କ ପୂର୍ବ ଘୋଷଣା ମୁତାବକ କୃଷକଙ୍କୁ ପ୍ରତ୍ୟକ୍ଷ ଭାବେ ସହାୟତା ଯୋଗାଇଛନ୍ତି ବୋଲି ଶତପଥୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...
ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ
ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ): ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...
Archives


