ଆକାଶରେ ଦିଶିବନି ‘କଳା ଜହ୍ନ’: ୩୧ ରାତିରେ ଧଳା ବଙ୍କୁଲି ଭଳି ଦେଖାଯିବ ଜହ୍ନ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ଡିସେମ୍ବର ୩୧ ଆକାଶରେ ତଥାକଥିତ ‘କଳା ଜହ୍ନ’ ଦେଖାଯିବ ନାହିଁ। ତେଣୁ ବିଭିନ୍ନ ଗଣମାଧ୍ୟମ ଓ ସୋସିଆଲ ମିଡିଆରେ ପ୍ରଚାରିତ ହେଉଥିବା ‘କଳା ଜହ୍ନ’ କଥା ଠିକ୍‌ ନୁହେଁ। ସବୁ ଅମାବାସ୍ୟା ଭଳି ଡିସେମ୍ବର ୩୦ ରାତି ଆକାଶରେ ବିଲ୍‌କୁଲ୍‌ ଜହ୍ନ ଦେଖାଯିବ ନାହିଁ। ସେହିପରି ୩୧ ରାତିରେ ଧଳା ବଙ୍କୁଲି ଭଳି ଜହ୍ନ ଦେଖାଯିବ ବୋଲି ପଠାଣି ସାମନ୍ତ ପ୍ଲାନେଟୋରିୟମ୍‌ର ପୂର୍ବତନ ଉପନିର୍ଦ୍ଦେଶକ ତଥା ଜନବିଜ୍ଞାନୀ ଡ. ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି।
ଇଂଲିଶ କ୍ୟାଲେଣ୍ଡର ମାସରେ ଦୁଇଟି ପୂର୍ଣ୍ଣିମା ପଡିଲେ ଦ୍ୱିତୀୟ ପୂର୍ଣ୍ଣିମାକୁ ‘ନୀଳ ଜହ୍ନ’ ଭାବେ ନାମିତ କରାଯାଏ। ସେହିପରି ଏକ ଇଂଲିଶ କ୍ୟାଲେଣ୍ଡର ମାସରେ ଦୁଇଟି ଅମାବାସ୍ୟା ପଡିଲେ ଦ୍ୱିତୀୟ ଅମାବାସ୍ୟାକୁ ‘କଳା ଜହ୍ନ’ ଭାବେ ନାମିତ କରାଯାଏ। ତେବେ ଚନ୍ଦ୍ରର ରଙ୍ଗ ସହିତ ଏହାର କୌଣସି ସମ୍ପର୍କ ନାହିଁ। ଏହି ନାମ କେବଳ ଦ୍ୱିତୀୟ ଅମାବାସ୍ୟାକୁ ବ୍ୟାଖା କରିବା ପାଇଁ ବ୍ୟବହୃତ ହୁଏ। ସେହିପରି କଳା ଜହ୍ନ ଶବ୍ଦକୁ ଜ୍ୟୋତିର୍ବିଜ୍ଞାନରେ ଏତେ ବ୍ୟବହାର କରାଯାଏ ନାହିଁ। ଦୁଇଟି କ୍ରମାଗତ ପୂର୍ଣ୍ଣିମା ବା ଅମାବାସ୍ୟା ମଧ୍ୟରେ ସମୟ ପ୍ରାୟ ୨୯.୫ ଦିନ ରହିଥାଏ। ୩୦ ଦିନିଆ ମାସ ଅପେକ୍ଷା ୩୧ଦିନିଆ ମାସରେ କଳାଜହ୍ନ ହେବାର ସମ୍ଭାବନା ଅଧିକ। ବାୟୁମଣ୍ଡଳରେ ଆଗ୍ନେୟଗିରି ପାଉଁଶ ଓ ଧୂଆଁ, ବାୟୁରେ ଜଳ ବୁନ୍ଦା କିମ୍ବା କିଛି ପ୍ରକାରର ମେଘ ଆଦିର ସ୍ଥିତି ଯୋଗୁ କେବେକେବେ ଏକ ପୂର୍ଣ୍ଣିମା ଜହ୍ନ କିଛି ସମୟ ପାଇଁ କଳା ଦେଖାଯାଇପାରେ। ମାତ୍ର ଏହା ଅତି ବିରଳ ବୋଲି ଡ. ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri