୬ ବର୍ଷ ପରେ ପୁଣି ଦେଖାଗଲା ବ୍ଲାକ୍‌ ପାନ୍ଥର

ଭୁବନେଶ୍ୱର, ୧୪।୩(ଅସମାପିକା ସାହୁ)ଓଡ଼ିଶାରେ ପୁଣି ଦେଖିବାକୁ ମିଳିଛି ବ୍ଲାକ ପାନ୍ଥର ବା କଳା କଲରାପତରିଆ ବାଘ। ସୁନ୍ଦରଗଡ଼ ହେମଗିରି ବନାଞ୍ଚଳରେ ଏହି ବିରଳ ବାଘ ରହିଥିବା ନେଇ ପିସିସିଏଫ୍‌(ଓ୍ବାଇଲ୍ଡଲାଇଫ) ସୁଶାନ୍ତ ନନ୍ଦ ନିଜ ସୋସିଆଲ ମିଡିଆ ‘ଏକ୍ସ’ ଆକାଉଣ୍ଟରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ୨୦୧୮ରେ ସୁନ୍ଦରଗଡ଼ ଜଙ୍ଗଲରେ ପ୍ରଥମଥର ଏହି ବାଘ ଦେଖାଯାଇଥିଲା। ପୂର୍ବଥର ପରି ଏଥର ବି କଳା ବାଘର ଫଟୋଚିତ୍ର କ୍ୟାମେରାରେ କଏଦ ହୋଇଥିବା ପିସିସିଏଫ୍‌ କହିଛନ୍ତି। ପୂର୍ବରୁ ଶିମିଳିପାଳ ଓ ଫୁଲବାଣୀରେ ମଧ୍ୟ ଏହି ପ୍ରଜାତିର ବାଘ ଦେଖାଯାଉଥିବା କୁହାଯାଉଥିଲେ ମଧ୍ୟ ବାସ୍ତବରେ ଏନେଇ କୌଣସି ପ୍ରମାଣ ନ ଥିଲା। କିନ୍ତୁ କ୍ୟାମେରାରେ ବାରମ୍ବାର ଏହି ପ୍ରଜାତିର ବାଘ ସାମ୍ନାକୁ ଆସିବା ପରେ ଓଡ଼ିଶାରେ ବ୍ଲାକ ପାନ୍ଥର ଥିବା ନେଇ ସ୍ପଷ୍ଟ ହୋଇଛି। ରାଜ୍ୟର ୩ଟି ବନଖଣ୍ଡ ଅଞ୍ଚଳରେ କଳା କଲରାପତରିଆ ବାଘ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି। ବିଭିନ୍ନ ସମୟରେ କଳାବାଘର ଉପସ୍ଥିତିକୁ ନେଇ ସମ୍ପୂର୍ଣ୍ଣ ଭାବରେ ତଥ୍ୟ ରହିଛି। ତେବେ କଲରାପତରିଆ ପ୍ରଜାତିର ଏହି ବିରଳ ବାଘ ସମ୍ପୂର୍ଣ୍ଣ କଳା ରଙ୍ଗର ହୋଇଥିବାରୁ ଏହାକୁ ବ୍ଲାକ ପାନ୍ଥର ବୋଲି କୁହାଯାଉଛି। ଦେଶର ଅନ୍ୟ ୮ଟି ରାଜ୍ୟରେ ମଧ୍ୟ ଏପରି ବ୍ଲାକ ପାନ୍ଥର ଥିବା ଜଣାପଡିଛି। ତେବେ କଳା ମହାବଳ ପରେ ଏବେ କଳା କଲରାପତରିଆ ବାଘ ଦେଖାଯିବା ଘଟଣାକୁ ନେଇ ବନ୍ୟପ୍ରାଣୀ ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି। ବିଶେଷକରି ରାଜ୍ୟରେ କଲରାପତରିଆ ବାଘ ସଂଖ୍ୟା ହ୍ରାସ ପାଉଥିବାବେଳେ କଳା କଲରାପତରିଆ ବାଘଙ୍କ ଉପସ୍ଥିତିକୁ ନେଇ ନାନା ଚର୍ଚ୍ଚା ଓ ଆଲୋଚନା ଆରମ୍ଭ ହୋଇଛି। ଉଲ୍ଲେଖଯୋଗ୍ୟ, କଲରାପତରିଆ ଗଣନା ରିପୋର୍ଟ-୨୦୨୨ ଅନୁସାରେ ରାଜ୍ୟରେ କଲରାପତରିଆ ବାଘ ସଂଖ୍ୟା ହ୍ରାସ ପାଇଛି। ୪ବର୍ଷରେ ୧୯୨ଟି କଲରପତରିଆ ବାଘ କମିଥିବା ଜଣାପଡ଼ିଛି। ୨୦୧୮ ମସିହାରେ କଲରାପତରିଆ ଗଣନା ବେଳେ ରାଜ୍ୟରେ ୭୬୦ଟି କଲରାପତରିଆ ବାଘ ଥିବା ବେଳେ ବର୍ତ୍ତମାନ ରାଜ୍ୟରେ ୫୬୮ଟି ରହିଛନ୍ତି। ତେବେ ରାଜ୍ୟରେ ଏତେ ସଂଖ୍ୟକ କଲରାପତରିଆ ବାଘଙ୍କ ସଂଖ୍ୟା କମିଥିବାକୁ ରାଜ୍ୟ ସରକାର ଗ୍ରହଣ କରି ନ ଥିଲେ। ତେଣୁ ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା କରିବେ। ମେ’ରୁ ହାତୀ ଗଣନା ସହ ଏକକାଳୀନ କଲରାପତରିଆ ବାଘ ଗଣନା କରାଯିବ। ରାଜ୍ୟର ସବୁ ଅଞ୍ଚଳରେ କଲରାପତରିଆ ବାଘ ଗଣନା ହେବ ବୋଲି ବନ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri