ଚୋରି କରିନେଲେ କୋଟିଏ ଟଙ୍କାର କଳାପଥର

ଯାଜପୁର,୬ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଡଙ୍କାରୀ ପାହାଡ଼ ପାଦଦେଶରେ ପ୍ରଶାସନ ପକ୍ଷରୁ ମହଜୁଦ ଥିବା ପ୍ରାୟ କୋଟିଏ ଟଙ୍କାର କଳାପଥର ଲୁଟ ହୋଇଛି। ଉକ୍ତ କଳାପଥର ଗତ ମେ ୧୬ ତାରିଖରେ ପାହାଡ଼ରୁ ଧସିଯାଇଥିଲା। ଫଳରେ କଳାପଥର ତଳେ ଚାପି ହୋଇ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ଲଘୁ ଖଣି ବିଭାଗ ପକ୍ଷରୁ ସାଟେଲାଇଟ୍‌ ମାପଚୁପ କରାଯାଇ ଧସିଥିବା ପ୍ରାୟ ୪୦ ହଜାର ଟନ କଳାପଥରକୁ ମହଜୁଦ ରଖାଯାଇଥିଲା, ଯାହାର ମୂଲ୍ୟ ଆନୁମାନିକ ୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି କୁହାଯାଉଛି। ଏଥିପାଇଁ ପ୍ରଶାସନ ପକ୍ଷରୁ ୧୪୪ ଧାରା ମଧ୍ୟ ଜାରି ହୋଇଥିଲା। ଏହାସତ୍ତ୍ୱେ କେଉଁମାନେ ମୂଲ୍ୟବାନ କଳାପଥରକୁ ଚୋରି କରି ନେଇଗଲେ ତାହା ସାଧାରଣରେ ନାନା ଆଶଙ୍କା ଉଙ୍କିମାରିଛି। ଏପରିକି ସରକାରଙ୍କ ଉକ୍ତ ରାଜସ୍ବ କ୍ଷତି ପାଇଁ କେଉଁମାନେ ଦାୟୀ ରହିବେ ଏବଂ ସରକାର କ’ଣ ପଦକ୍ଷେପ ନେବେ ବୋଲି ଅଞ୍ଚଳବାସୀ ଚାହିଁ ରହିଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଏକ ମାମଲା ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ରେ ଚାଲିଥିବାବେଳେ ରକ୍ତଭିଜା କଳାପଥରକୁ ଲୁଟି ନିଆଯାଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।
ସୂଚନା ଅନୁସାରେ ଡଙ୍କାରୀ ପାହାଡ଼ର ଖାତା ନମ୍ବର ୪୬୫ରେ ପ୍ଲଟ୍‌ ନମ୍ବର ୧୨୮(ପି) ଓ ୪୫(ପି)ର ୪ ଏକର ଜମିରେ କଳାପଥର ଉତ୍ତୋଳନ ପାଇଁ ଲିଜଧାରୀ ନାରାୟଣ ରାଉତଙ୍କୁ ଅନୁମତି ମିଳିଥିଲା। ହେଲେ ଲିଜଧାରୀ ଅନୁମତି ଅଞ୍ଚଳ ବାହାରେ ବିସ୍ଫୋରଣ କରୁଥିବା ସମୟରେ ପ୍ରାୟ ୪୦ ମିଟର ଅଞ୍ଚଳ ପାହାଡ଼ ଧସି ପଡ଼ିଥିଲା। ଏହାକୁ ଉଦ୍ଧାର କରିବା ପାଇଁ ପ୍ରାୟ ୪ ଦିନ ସମୟ ଲାଗିଥିଲା। ତେବେ ଧସିଥିବା କଳାପଥର ତଳେ ୩ ଜଣ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଏହି ଘଟଣା ସାରା ରାଜ୍ୟରେ ଚହଳ ପକାଇ ଦେଇଥିଲା। ଏହାପରେ କେନ୍ଦ୍ର ସରକାରଙ୍କ ଖଣି ସୁରକ୍ଷା ନିର୍ଦ୍ଦେଶକ(ଡିଜିଏମ୍‌ଏସ୍‌), ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି), ରାଜ୍ୟ ଖଣି ବିଭାଗ, ରାଜସ୍ବ ଅଧିକାରୀ ପ୍ରମୁଖ ଘଟଣାସ୍ଥଳ ପରିଦର୍ଶନ କରି ତଦନ୍ତ କରିଥିଲେ। ଲଘୁ ଖଣି ବିଭାଗ ପକ୍ଷରୁ ସାଟେଲାଇଟ୍‌ ମାପଚୁପ କରି ୭୯୯୯୯.୪୧ ଘନମିଟର କଳାପଥର ଉତ୍ତୋଳନ ହୋଇଥିବା ଜଣାପଡ଼ିବା ପରେ ଲିଜଧାରୀଙ୍କୁ ୩ କୋଟି ୮୧ ଲକ୍ଷ ଟଙ୍କା ଜରିମାନା ଭାବେ ଡିମାଣ୍ଡ ନୋଟିସ ହୋଇଥିଲା। ଏହାବାଦ୍‌ ଏସ୍‌ପିସିବି ପକ୍ଷରୁ ପରିବେଶଗତ କ୍ଷତିପୂରଣ ବାବଦକୁ ୩ କୋଟି ୫୭ ଲକ୍ଷ ଜରିମାନା ନିର୍ଦ୍ଦେଶ ହୋଇଛି। ଜେନାପୁର ଥାନାରେ ଲିଜ୍‌ଧାରୀଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିବାବେଳେ ଏଯାଏ କାହାରିକୁ ଗିରଫ କରାଯାଇପାରିନାହିଁ। ସେହିପରି ୟୁଥ ୟୁନାଇଟେଡ ଫର ସଷ୍ଟେନେବୁଲ ଏନ୍‌ଭାଇରନ୍‌ମେଣ୍ଟ ଟ୍ରଷ୍ଟ ପକ୍ଷରୁ ଏନ୍‌ଜିଟିରେ ୧୪୭/୨୦୨୪/ଇଜେଡ୍‌ରେ ଏକ ମାମଲା ରୁଜୁ ହୋଇଛି। ଏଭଳି ନ୍ୟାୟିକ ପ୍ରକ୍ରିୟା ଚାଲିଥିବାବେଳେ ୧୪୪ ଧାରା ଅଞ୍ଚଳରୁ କଳାପଥର ଚୋରି ହେବା ଦୁର୍ଭାଗ୍ୟଜନକ ବୋଲି ମତପ୍ରକାଶ ପାଇଛି। ଏହାବାଦ ପ୍ରଶାସନିକ ଅଧିକାରୀଙ୍କ କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଏ ସଂକ୍ରାନ୍ତରେ ଯାଜପୁର ଲଘୁ ଖଣି ବିଭାଗର ଉପନିର୍ଦ୍ଦେଶକ (ଡିଡିଏମ୍‌) ଜୟପ୍ରକାଶ ନାୟକଙ୍କୁ ପଚାରିବାରେ ସେ କହିଛନ୍ତି, ମହଜୁଦ କଳାପଥର ଅଞ୍ଚଳରେ ୧୪୪ ଧାରା ଲାଗୁ ହୋଇଥିଲା। ଦିନେ ଦୁଇଦିନ ମଧ୍ୟରେ ମହଜୁଦ କଳାପଥର ଉପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ଥିଲା। କିନ୍ତୁ ଚୋରି ହେବା କଥା ତାଙ୍କ ପାଖରେ ଖବର ନାହିଁ। ରବିବାର ଘଟଣାସ୍ଥଳ ଗସ୍ତ କରି ଆବଶ୍ୟକ ତଦନ୍ତ କରିବେ ବୋଲି ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?