ଶିମିଳିପାଳରେ କଳା ବାଘୁଣୀର ମୃତଦେହ ଉଦ୍ଧାର

ବାରିପଦା,୮।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ବନଖଣ୍ଡ ଅଧୀନ ଉପରବାରାହାକାମୁଡା (ୟୁବିକେ) ରେଞ୍ଜ ଅନ୍ତର୍ଗତ ଜଟିଆନୀ କ୍ୟାମ୍ପ ନିକଟରେ (କୋର କ୍ଷେତ୍ର) ପ୍ରାୟ ୫ ବର୍ଷ ବୟସର ଏକ କଳା ବାଘୁଣୀର ମୃତଦେହ ମିଳିଛି। ୬ତାରିଖ ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଜଟିଆନୀ କ୍ୟାମ୍ପର ପଟ୍ରୋଲିଂ କର୍ମଚାରୀଙ୍କ ଦ୍ୱାରା ଏହି ମୃତଦେହ ଚିହ୍ନଟ ହୋଇଥିଲା। ଘଟଣାସ୍ଥଳକୁ ତୁରନ୍ତ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡ. ପ୍ରକାଶ ଚାନ୍ଦ ଗୋଗେନାନୀ ପରିଦର୍ଶନ କରି ତଦନ୍ତ ଆରମ୍ଭ କରିଥିଲେ।
ଶୁକ୍ରବାର ନ୍ୟାଶନାଲ ଟାଇଗର କଞ୍ଜରଭେସନ ଅଥରିଟି (ଏନଟିସିଏ)ର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର (ଏସଓପି) ଅନୁଯାୟୀ ମୃତଦେହର ପୋଷ୍ଟମର୍ଟମ ପରୀକ୍ଷା କରାଯାଇଥିଲା। ଡ. ଗୋଗିନେନୀଙ୍କ ସହ ଡା ଅଭିଲାଷ ଆଚାର୍ଯ୍ୟ, ଏସଟିଆର ଭେଟେରିନାରୀ ଆସିଷ୍ଟାଣ୍ଟ ସର୍ଜନ (ଭିଏଏସ), ଡା ଜୋଏଲ, ଆସିଷ୍ଟାଣ୍ଟ ଭେଟେରିନାରୀ ସର୍ଜନ (ଏଭିଏସ), ମୋବାଇଲ ଭେଟେରିନାରୀ ୟୁନିଟଶିମିଳିପାଳ ବାୟୋସ୍ଫିୟର ରିଜର୍ଭ (ଏମଭିୟୁ-ଏସବିଆର), ୱାଇଲ୍ଡଲାଇଫ ଟ୍ରଷ୍ଟ ଅଫ ଇଣ୍ଡିଆ (ୱିଟିଆଇ), ଡା ପ୍ରୀତିପ୍ରସନ୍ନା ସାହୁ, ଭେଟେରିନାରୀ ଆସିଷ୍ଟାଣ୍ଟ ସର୍ଜନ (ଭିଏଏସ), ଠାକୁରମୁଣ୍ଡା, ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗ ଓ ସୁଭାନୀ ରଥ, ଆସିଷ୍ଟାଣ୍ଟ ପ୍ରଫେସର, ୱାଇଲ୍ଡଲାଇଫ ଆଣ୍ଡ ବାୟୋଡାଇଭରସିଟି କଞ୍ଜରଭେସନ ବିଭାଗ, ମହାରାଷ୍ଟ୍ର (ଏନଟିସିଏ ମନୋନୀତ ପ୍ରତିନିଧି) ଘଟଣାସ୍ଥଳକୁ ତୁରନ୍ତ ସୁରକ୍ଷିତ କରାଯାଇ ଏନଟିସିଏ ଏସଓପି ଅନୁଯାୟୀ ସମସ୍ତ ଆବଶ୍ୟକୀୟ ଜୈବିକ ନମୁନା ସଂଗ୍ରହ କରାଯାଇଛି। ପ୍ରାଥମିକ ପର୍ଯ୍ୟବେକ୍ଷଣରେ ମୃତଦେହଟି ତାଜା ଥିଲା ଏବଂ କୌଣସି ଆଘାତ ଚିହ୍ନ କିମ୍ବା ସ୍ପଷ୍ଟ କାରଣ ଦେଖାଯାଇ ନଥିଲା। ସଂଗୃହୀତ ନମୁନାଗୁଡ଼ିକୁ ବିସ୍ତୃତ ଲ୍ୟାବୋରେଟରୀ ପରୀକ୍ଷା ପାଇଁ ଭୁବନେଶ୍ୱରସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ସେଣ୍ଟର ଫର ୱାଇଲ୍ଡଲାଇଫ ହେଲ୍ଥ (ସିଡବ୍ଲୁଏଚ)କୁ ପଠାଯାଇଛି। ଲ୍ୟାବ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ କାରଣ ନିର୍ଣ୍ଣୟ ହେବ। ପୋଷ୍ଟମର୍ଟମ ପରୀକ୍ଷା ଶେଷ ହେବା ପରେ ଫିଲ୍ଡ ଡାଇରେକ୍ଟର ଓ କର୍ମଚାରୀଙ୍କ ଉପସ୍ଥିତିରେ ମୃତଦେହକୁ ଦହନ କରି ନଷ୍ଟ କରାଯାଇଛି। ପୋଷ୍ଟମର୍ଟମରୁ ଆରମ୍ଭ କରି ମୃତଦେହକୁ ଭସ୍ମ କରିବା ପର୍ଯ୍ୟନ୍ତ ସମଗ୍ର ପ୍ରକ୍ରିୟା ନିର୍ଦ୍ଧାରିତ ପ୍ରୋଟୋକଲ ଅନୁଯାୟୀ ଭିଡିଓଗ୍ରାଫି ଓ ଫଟୋଗ୍ରାଫି କରାଯାଇଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଦିବ୍ୟାଙ୍ଗଙ୍କ ଘରକୁ ଯାଇ ପଲିଥିନ ଦେଲେ ଆର୍‌ଆଇ

ଲୋଇସିଂହା,୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନ୍‌ଏସି ଅଧୀନର ୨ଜଣ ଦିବ୍ୟାଙ୍ଗ ଲୋଇସିଂହା ଢୋଲମହୁଲର କାଳିଆ ବଗର୍ତ୍ତି ଓ ବାଞ୍ଜିପାଲି ଗ୍ରାମର ସେବକ ସାହୁଙ୍କ ଦୃଷ୍ଟିହୀନ ସ୍ତ୍ରୀ ଲୋଇସିଂହା…

‘ମୁଁ ବାବା ବାଗେଶ୍ୱର ନୁହେଁ…’: କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (IIT) ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି…

ଖେଳୁଖେଳୁ ପୋଖରୀରେ ବୁଡ଼ିଗଲା ଶିଶୁପତ୍ର, ପରିବାର ଲୋକଙ୍କୁ ବିଧାୟକ ଭେଟି…

ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବରଜ ଗ୍ରାମର ଶଙ୍କର ଦେ’ଙ୍କ ୪ବର୍ଷର ପୁଅ ସଙ୍କେତ ଶୁକ୍ରବାର ପୋଖରୀରେ ବୁଡ଼ି ମୃତ୍ୟୁ…

ଜିଲା ଯୋଜନା ବୋର୍ଡ ସଦସ୍ୟ ହେଲେ ମହେନ୍ଦ୍ର ରଣା: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା:୮/୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋନ ୧ ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣାଙ୍କୁ ଜିଲା ଯୋଜନା ବୋର୍ଡର ସଦସ୍ୟ ଭାବେ ମନୋନୀତ କରାଯାଇଛି।…

ମୋଦିଙ୍କୁ ଭେଟି ଏତେବଡ଼ କଥା କହିଦେଲେ ରାଘବ ଚଢା, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୮।୮: ରାଜ୍ୟ ସଭା ଏମପି ରାଘବ ଚଢା ଶନିବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ବୈଠକ ପରେ, ଚଢା ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ…

ଉଚ୍ଚଶିକ୍ଷାର ଆଲୋକବର୍ତ୍ତିକା ବାୟାବାବା କଲେଜ, ୧୯ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଶିକ୍ଷାନୁଷ୍ଠାନ ଆଜି…

ମହାକାଳପଡ଼ା, ୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦର ମହକୁମାସ୍ଥିତ ବାୟା ବାବା କଲେଜରେ ୪୯ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ…

‘ହେଲୋ ଅଙ୍କଲ ଅମରିନ୍ଦର…’: ରାହୁଲଙ୍କ ବୟାନ ପଞ୍ଜାବ ରାଜନୀତିକୁ କରିଛି ଉଷ୍ମ; ଜବାବ ଦେଲେ କ୍ୟାପଟେନ

ଚଣ୍ଡିଗଡ଼,୮।୮: ଦିଲ୍ଲୀରେ ଆୟୋଜିତ ‘ଜେନ-ଜେଡ ସମ୍ବାଦ’ କାର୍ଯ୍ୟକ୍ରମରେ ରାହୁଲ ଗାନ୍ଧୀ ତାଙ୍କ ପସନ୍ଦର ଭାଜପା ନେତାମାନଙ୍କ ମଧ୍ୟରେ କ୍ୟାପଟେନ ଅମରିନ୍ଦର ସିଂହଙ୍କ ନାମ ନେଇ ଏକ ନୂଆ…

ସନ୍ତାନ ପାଇଁ ସ୍ବାମୀ-ସ୍ତ୍ରୀ ମୁହାଁମୁହିଁ: ଛତିଶଗଡ଼ରୁ ଧାଇଁ ଆସିଥିଲେ ମା’

ଭୁବନେଶ୍ୱର,୮।୮(ତ୍ରିନାଥ ମହାନ୍ତି):ନିଜ ଛୁଆକୁ ଖୋଜି ଖୋଜି ଛତିଶଗଡ଼ରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଧାଇଁଆସିଲେ ମା’। ତେବେ ଛୁଆକୁ ଫେରାଇନେବାକୁ ଉଦ୍ୟମ କଲାବେଳେ ବିରୋଧ କଲେ ସ୍ବାମୀ। ଉଭୟ ସ୍ବାମୀ-…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri