ବ୍ରାହ୍ମଣୀରେ ବହଳିଆ କଳାପାଣି

ତାଳଚେର,୨୬ା୯(ମନୋଜ ନନ୍ଦ):ଅନୁଗୋଳ ଜିଲା ତାଳଚେର ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ ନଦୀରେ ସୋମବାର ଅପରାହ୍ନଠାରୁ ହଠାତ୍‌ ବହଳିଆ କଳାପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଥିଲା। ଏହି ଖବର ପାଇବା ପରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତୁରନ୍ତ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲା। ବିଭାଗୀୟ ଅଧିକାରୀ ନଦୀ ନିକଟକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ପରେ ବ୍ରାହ୍ମଣୀରୁ ସହରକୁ ପାନୀୟ ଜଳ ଯୋଗାଣ ବନ୍ଦ କରାଯାଇଥିଲା।
ସୂଚନା ଅନୁଯାୟୀ, ତାଳଚେର ସହର ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀ ପାଣିକୁ ସହରବାସୀଙ୍କ ସହିତ ନଦୀର ଉଭୟ ପାର୍ଶ୍ୱରେ ଥିବା ଗ୍ରାମବାସୀ ବ୍ୟବହାର କରନ୍ତି। ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପମ୍ପହାଉସ୍‌ ଜରିଆରେ ଏହି ନଦୀରୁ ଦୈନିକ ୯୦ ଲକ୍ଷ ଲିଟର ପାଣି ଉଠାଯାଇ ବିଶୁଦ୍ଧ କରାଯିବା ପରେ ତାଳଚେର ସହରବାସୀଙ୍କୁ ପାନୀୟ ଜଳ ଭାବେ ଯୋଗାଇ ଦିଆଯାଇଥାଏ। ବିଭାଗର ୬ ହଜାର କଞ୍ଜୁମର ସମେତ ସହରର ୫୦ ହଜାର ଲୋକ ଏହି ପାଇପ୍‌ ପାଣିକୁ ପାନୀୟ ଭାବେ ଗ୍ରହଣ କରିଥାନ୍ତି। ତେବେ ଅପରାହ୍ନ ୨ଟା ପରଠାରୁ ନଦୀରେ ପ୍ରବଳ ବେଗରେ ମୋଟା ବହଳିଆ କଳାପାଣି ପ୍ରବାହିତ ହୋଇଥିଲା। ଏହାକୁ ନେଇ ସହରବାସିନ୍ଦା ଉଦ୍‌ବେଗ ପ୍ରକାଶ କରିବା ପରେ ଜନସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ତୁରନ୍ତ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ବିଭାଗୀୟ ଅଧିକାରୀ ପମ୍ପହାଉସ ନିକଟରେ ପହଞ୍ଚତ୍ ନଦୀରେ କଳାପାଣି ଆସୁଥିବା ଦେଖିବାକୁ ପାଇଥିଲେ। ଏହାପରେ ସହରକୁ ଜଳ ଯୋଗାଣ ବନ୍ଦ ରଖାଯିବା ସହ ଏ ସମ୍ପର୍କରେ ସ୍ଥାନୀୟ ଉପଜିଲାପାଳଙ୍କୁ ଅବଗତ କରାଯାଇଥିଲା। ତାଳଚେର କୋଲ୍‌ ଫିଲ୍‌ଡ୍ସର କୋଇଲାଗୁଣ୍ଡ ମିଶା କଳା ପାଣି ବଙ୍ଗାରୁ ଯୋରଦେଇ ବ୍ରାହ୍ମଣୀରେ ମିଶିଛି କିମ୍ବା ନଦୀର ଉପରମୁଣ୍ଡରେ ଥିବା କାରଖାନାରୁ ରାସାୟନିକ ପଦାର୍ଥ ମିଶ୍ରିତ ପାଣି ନଦୀରେ ଆସୁଛି ବୋଲି ସାଧାରଣରେ ଅଭିଯୋଗ ହୋଇଛି। ଏପରି ଘଟଣାକୁ ନେଇ ପରିବେଶବିତ୍‌ ବାଉରୀ ବନ୍ଧୁ ବେଜ୍‌ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସହରରେ ଏବେ ଗଣପର୍ବ ଗଣେଶ ପୂଜା ପାଳନ ହେଉଥିବାରୁ ଏପରି ଦୂଷିତ ପାଣି ଲୋକେ ବ୍ୟବହାର କଲେ କିମ୍ବା ଯୋଗାଣ କରାଗଲେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯିବା ଆଶଙ୍କା ଥିବାରୁ ତୁରନ୍ତ ପ୍ରଶାସନ ପକ୍ଷରୁ ପ୍ରତିକାର ବ୍ୟବସ୍ଥା କରାଯିବା ସହ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଦାବି କରିଛନ୍ତି। ଏ ସମ୍ପର୍କରେ ଜନସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଜଳେନ୍ଦ୍ର ଦେବତା କହିଛନ୍ତି, ନଦୀରେ କଳାପାଣି ଦେଖିବା ପରଠାରୁ ଅପରାହ୍ନ ୨ଟାରୁ ସହରକୁ ପାନୀୟ ଜଳଯୋଗାଣ ବନ୍ଦ ରଖାଯାଇଛି। ଉପଜିଲାପାଳଙ୍କୁ ମଧ୍ୟ ଅବଗତ କରାଯାଇଛି। ପାଣିର ରଙ୍ଗ ପରିବର୍ତ୍ତନ ନ ହେବା ପର୍ଯ୍ୟନ୍ତ ସହରକୁ ଜଳଯୋଗାଣ ହେବା ସମ୍ଭବ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri