ଚାଲିଛି କୃଷ୍ଣସାର ମୃଗ ଗଣନା: ଗଣନା କାର୍ଯ୍ୟକୁ ତଦାରଖ କରୁଛନ୍ତି ଡିଏଫ୍‌ଓ

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବ୍ରହ୍ମପୁର ବନଖଣ୍ଡ, ଭଞ୍ଜନଗରସ୍ଥିତ ଘୁମୁସର ଦକ୍ଷିଣ ବନଖଣ୍ଡ ଓ ଘୁମୁସର ଉତ୍ତର ବନଖଣ୍ଡର ବିଭିନ୍ନ ରେଞ୍ଜରେ ଗୁରୁବାର କୃଷ୍ଣସାର ମୃଗ ଗଣନା ଚାଲିଛି । ଆଜି ସକାଳ ୬ ଟାରୁ ୯ ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଗଣନା ସରିଛି। ଏହାପରେ ଅପରାହ୍ନ ୪ଟାରୁ ୬ ଟା ମଧ୍ୟରେ ପୁଣି ଦ୍ୱିତୀୟ ପର୍ଯ୍ୟାୟ ଗଣନା ହେବ। ଏହାପରେ ସମସ୍ତ ରିପୋର୍ଟକୁ ଭିତ୍ତିକରି ଚୁଡାନ୍ତ ରିପୋର୍ଟ ପ୍ରକାଶିତ ହେବ। ଏନେଇ ୩ଟି ଯାକ ବନଖଣ୍ଡ ପକ୍ଷରୁ ପ୍ରାୟ ୧୦୦ ଟିମ ଗଠନ ହୋଇଛି। ଡିଏଫଓମାନେ ଗଣନା କାର୍ଯ୍ୟକୁ ତଦାରଖ କରୁଛନ୍ତି । ଗଣନାରେ ବନ କର୍ମଚାରୀ, କଲେଜ ଛାତ୍ରୀଛାତ୍ର ସମେତ ପରିବେଶବିତ୍‌ ପ୍ରମୁଖ ସାମିଲ ହୋଇଛନ୍ତି। ଗଣନା ପକ୍ଷରୁ ଗତକାଲି ସମସ୍ତଙ୍କୁ ତାଲିମ ଦିଆଯାଇଥିଲା।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ଘୁମୁସର ଦକ୍ଷିଣ ବନଖଣ୍ଡରେ କୃଷ୍ଣସାର ମୃଗ ପ୍ରାୟ ଅଧିକାଂଶ ଦେଖାଦିଅନ୍ତି। ଏହାପରେ ସେଠାରୁ ଜିଲାର ଅନ୍ୟ ବନ୍ୟଖଣ୍ଡକୁ ସମ୍ପ୍ରସାରଣ ହୋଇଥିଲା। ଏହା ଏକ ବିରଳ ପ୍ରାଣୀ। ଉକ୍ତ ପ୍ରାଣୀ ସହ ଆଧ୍ୟାତ୍ମିକ ସମ୍ପର୍କ ମଧ୍ୟ ଯୋଡ଼ି ରହିଛି। ତେଣୁ ଉକ୍ତ ମୃଗକୁ ଲୋକେ ପ୍ରାୟ ଶିକାର କରନ୍ତି ନାହିଁ। ଗାଁ ଭିତରେ ଏମାନେ ଅବାଧରେ ଘୁରି ବୁଲନ୍ତି। ଏହିଭଳି ବିରଳ ପ୍ରାଣୀର ସୁରକ୍ଷା ଏବଂ ସମ୍ପ୍ରସାରଣ ପାଇଁ ଗତବର୍ଷ ତତ୍କାଳୀନ ପିସିସିଏଫ ସୁଶାନ୍ତ ନନ୍ଦ ରାଜ୍ୟର ଅନ୍ୟ ବନଖଣ୍ଡରେ ମଧ୍ୟ ଏହାର ବୃଦ୍ଧି କିଭଳି ହେବ ସେନେଇ ଯୋଜନା କରିଥିଲେ। ଫଳରେ ଘୁମୁସର ଉତ୍ତର ବନଖଣ୍ଡରୁ ଗତବର୍ଷ ଏକାଧିକ ମୃଗ ଅନ୍ୟ ବନଖଣ୍ଡରେ ନେଇ ଛଡ଼ାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri