୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର
ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା। ଏହାର ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଇବା ପରେ ପରବର୍ତ୍ତୀ ପର୍ଯ୍ୟାୟରେ ତାହା ବ୍ରହ୍ମପୁର ବନଖଣ୍ଡ ଏବଂ ଘୁମୁସର ଉତ୍ତର ବନଖଣ୍ଡକୁ ବୃଦ୍ଧି ପାଇଥିଲା। ବର୍ତ୍ତମାନ ଗଞ୍ଜାମ ଜିଲାର ୩ଟି ଯାକ ବନଖଣ୍ଡର ବିଭିନ୍ନ ରେଞ୍ଜରେ ହଜାର ହଜାର ମୃଗ ଅବାଧରେ ବିଚରଣ କରୁଛନ୍ତି। ଇତିମଧ୍ୟରେ ଅଧିକାଂଶ ବନ୍ୟପ୍ରାଣୀଙ୍କ ଗଣନା ସରିଥିବା ବେଳେ ଆସନ୍ତାକାଲି ଅର୍ଥାତ ୨୯ ତାରିଖରେ କୃଷ୍ଣସାର ମୃଗ ଗଣନା ଜିଲାରେ ହେବ। ତେଣୁ ଏନେଇ ବୁଧବାର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ଲାଲସିଂ ନର୍ସରୀ ପରିସରରେ ଏକ ତାଲିମ ଶିବିର ହୋଇଥିଲା। ଏଥିରେ ଏସିଏଫ୍‌ ବିବେକ ଦାସ ଅଧ୍ୟକ୍ଷତା କରି ଗଣନା କିଭଳି ହେବ ସେନେଇ କହିଥିଲେ। ଜଗନ୍ନାଥପ୍ରସାଦ ରେଞ୍ଜର ସୁଜାତା ରାଣୀ ପଣ୍ଡା ସଭାକୁ ସଂଯୋଜନା କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଏସିଏଫ୍‌ ବିମଳ ପ୍ରଧାନ, ମୁଜାଗଡ଼ ରେଞ୍ଜର ବିମ୍ବାଧର ସାହୁ, କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ ପୃଥ୍ବୀରାଜ ପ୍ରଧାନ, ତାରସିଂ ରେଞ୍ଜର ପ୍ରଶାନ୍ତ ବେହେରା, ବନ୍ୟପ୍ରାଣୀ ବିଶେଷଜ୍ଞ ଉମା ବିଶାଳ, ବନପାଳ ଶରତ ମହାନ୍ତି, ବନରକ୍ଷୀ ପ୍ରଭାସିନୀ ଗୌଡ଼ ପ୍ରମୁଖ ଆଲୋଚନାରେ ଭାଗ ନେଇ ନିଜର ମତ ରଖିଥିଲେ। ଚଳିତ ବର୍ଷ କଲେଜ ଛାତ୍ରୀଛାତ୍ରଙ୍କୁ ଗଣନାରେ ସାମିଲ କରାଯାଇଛି। ଛାତ୍ରୀଛାତ୍ରମାନେ ଗଣନା ନେବା ସମୟରେ ସେଲ୍ଫି ନେବେ ନାହିଁ। ଏଥିସହ ଗଣନା ସମୟର ତଥ୍ୟକୁ ବାହାରେ ପ୍ରଘଟ କରିବେ ନାହିଁ ବୋଲି ବକ୍ତାମାନେ କହିଥିଲେ। ଆସନ୍ତାକାଲି ସକାଳ ୬ ଟାରୁ ୯ ଟା ଏବଂ ଅପରାହ୍ନ ୪ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଏହି ଗଣନା ହେବ। ଏନେଇ ୧୮ଟି ୟୁନିଟ୍‌ ହୋଇଛି । ଗତବର୍ଷ ଗଣନା ସମୟରେ ଏହି ବନଖଣ୍ଡରେ ୪୦୪ ଥିଲେ। ଆଗାମୀ ଦିନରେ ତାହା ନିଶ୍ଚିତ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଏଥିସହ ଘୁମୁସର ଦକ୍ଷିଣ ବନଖଣ୍ଡରେ ମଧ୍ୟ ଆଜି ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବନପାଳ ବବୁଲ ସେଠୀ ପ୍ରମୁଖ ସହଯୋଗ କରିଥିଲେ। ଅପରାହ୍ନ ଅଧିବେଶନରେ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ଯୋଗଦେଇ ଉପସ୍ଥିତ ଅଧିକାରୀମାନଙ୍କୁ ଗଣନା କିଭଳି ଶୃଙ୍ଖଳିତ ଭାବେ ହୋଇପାରିବ ସେନେଇ ତାଲିମ ଦେଇଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…

ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ…

ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri