୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର
ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା। ଏହାର ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଇବା ପରେ ପରବର୍ତ୍ତୀ ପର୍ଯ୍ୟାୟରେ ତାହା ବ୍ରହ୍ମପୁର ବନଖଣ୍ଡ ଏବଂ ଘୁମୁସର ଉତ୍ତର ବନଖଣ୍ଡକୁ ବୃଦ୍ଧି ପାଇଥିଲା। ବର୍ତ୍ତମାନ ଗଞ୍ଜାମ ଜିଲାର ୩ଟି ଯାକ ବନଖଣ୍ଡର ବିଭିନ୍ନ ରେଞ୍ଜରେ ହଜାର ହଜାର ମୃଗ ଅବାଧରେ ବିଚରଣ କରୁଛନ୍ତି। ଇତିମଧ୍ୟରେ ଅଧିକାଂଶ ବନ୍ୟପ୍ରାଣୀଙ୍କ ଗଣନା ସରିଥିବା ବେଳେ ଆସନ୍ତାକାଲି ଅର୍ଥାତ ୨୯ ତାରିଖରେ କୃଷ୍ଣସାର ମୃଗ ଗଣନା ଜିଲାରେ ହେବ। ତେଣୁ ଏନେଇ ବୁଧବାର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ଲାଲସିଂ ନର୍ସରୀ ପରିସରରେ ଏକ ତାଲିମ ଶିବିର ହୋଇଥିଲା। ଏଥିରେ ଏସିଏଫ୍‌ ବିବେକ ଦାସ ଅଧ୍ୟକ୍ଷତା କରି ଗଣନା କିଭଳି ହେବ ସେନେଇ କହିଥିଲେ। ଜଗନ୍ନାଥପ୍ରସାଦ ରେଞ୍ଜର ସୁଜାତା ରାଣୀ ପଣ୍ଡା ସଭାକୁ ସଂଯୋଜନା କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଏସିଏଫ୍‌ ବିମଳ ପ୍ରଧାନ, ମୁଜାଗଡ଼ ରେଞ୍ଜର ବିମ୍ବାଧର ସାହୁ, କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ ପୃଥ୍ବୀରାଜ ପ୍ରଧାନ, ତାରସିଂ ରେଞ୍ଜର ପ୍ରଶାନ୍ତ ବେହେରା, ବନ୍ୟପ୍ରାଣୀ ବିଶେଷଜ୍ଞ ଉମା ବିଶାଳ, ବନପାଳ ଶରତ ମହାନ୍ତି, ବନରକ୍ଷୀ ପ୍ରଭାସିନୀ ଗୌଡ଼ ପ୍ରମୁଖ ଆଲୋଚନାରେ ଭାଗ ନେଇ ନିଜର ମତ ରଖିଥିଲେ। ଚଳିତ ବର୍ଷ କଲେଜ ଛାତ୍ରୀଛାତ୍ରଙ୍କୁ ଗଣନାରେ ସାମିଲ କରାଯାଇଛି। ଛାତ୍ରୀଛାତ୍ରମାନେ ଗଣନା ନେବା ସମୟରେ ସେଲ୍ଫି ନେବେ ନାହିଁ। ଏଥିସହ ଗଣନା ସମୟର ତଥ୍ୟକୁ ବାହାରେ ପ୍ରଘଟ କରିବେ ନାହିଁ ବୋଲି ବକ୍ତାମାନେ କହିଥିଲେ। ଆସନ୍ତାକାଲି ସକାଳ ୬ ଟାରୁ ୯ ଟା ଏବଂ ଅପରାହ୍ନ ୪ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଏହି ଗଣନା ହେବ। ଏନେଇ ୧୮ଟି ୟୁନିଟ୍‌ ହୋଇଛି । ଗତବର୍ଷ ଗଣନା ସମୟରେ ଏହି ବନଖଣ୍ଡରେ ୪୦୪ ଥିଲେ। ଆଗାମୀ ଦିନରେ ତାହା ନିଶ୍ଚିତ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଏଥିସହ ଘୁମୁସର ଦକ୍ଷିଣ ବନଖଣ୍ଡରେ ମଧ୍ୟ ଆଜି ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବନପାଳ ବବୁଲ ସେଠୀ ପ୍ରମୁଖ ସହଯୋଗ କରିଥିଲେ। ଅପରାହ୍ନ ଅଧିବେଶନରେ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ଯୋଗଦେଇ ଉପସ୍ଥିତ ଅଧିକାରୀମାନଙ୍କୁ ଗଣନା କିଭଳି ଶୃଙ୍ଖଳିତ ଭାବେ ହୋଇପାରିବ ସେନେଇ ତାଲିମ ଦେଇଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri