ବ୍ଲାକ୍‌ ଲିଷ୍ଟେଡ୍‌ କମ୍ପାନୀକୁ ପରୀକ୍ଷା ପରିଚାଳନା ଦାୟିତ୍ୱ…

ଭୁବନେଶ୍ୱର,୨୪ା୯ (ଅନୁରାଧା ମହାରଣା): ରାଜ୍ୟରେ ସରକାରୀ ପଦପଦବୀରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଛି ଦୁର୍ନୀତି ବିରୋଧୀ ଛାତ୍ର ସଂଗଠନ। ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସଂଗଠନର ଆବାହକ ବିଶ୍ୱ ଭୂଷଣ ମହାପାତ୍ର କହିଛନ୍ତି, ଏଠି ଟଙ୍କା ଦେଲେ ସରକାରୀ ଚାକିିରି ମିଳୁଛି।

ବ୍ଲାକ୍‌ ଲିଷ୍ଟେଡ୍‌ କମ୍ପାନୀକୁ ପରୀକ୍ଷା ପରିଚାଳନା ଦାୟିତ୍ୱ ଦିଆଯାଉଛି। ‘ଟଙ୍କା ଦିଅ, ଚାକିରି ନିଅ’କୁ ସରକାରଙ୍କ ନୂଆ ଯୋଜନା ବୋଲି ଅଭିହିତ କରି ସେ କହିଛନ୍ତି, ଗତ ୨୦ ତାରିଖରୁ ଆର୍‌ଆଇ, ଏଆର୍‌ଆଇ, ଅମିନ ପଦବୀରେ ନିଯୁକ୍ତି ପାଇଁ ପରୀକ୍ଷା ଆରମ୍ଭ ହୋଇଛି। ରାଜ୍ୟରେ ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଆବେଦନ କରିଛନ୍ତି। ସେଣ୍ଟର ଚୟନଠାରୁ ଆରମ୍ଭ କରି ବିଭିନ୍ନ ଦିଗରେ ଦୁର୍ନୀତି ଗନ୍ଧ ବାରିହେଉଛି। ପୂର୍ବରୁ ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ସିବିଆଇ ଦ୍ୱାରା ୧୭ଜଣ ଗିରଫ ହେବା ପରେ ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ପକ୍ଷରୁ ବ୍ଲାକଲିଷ୍ଟେଡ୍‌ ହୋଇଥିବା ସଂସ୍ଥା ସିଆଇଏଫ୍‌ଓ୍ବାଇ ଟେକ୍ନୋଲୋଜିକୁ ପରୀକ୍ଷା ପରିଚାଳନା ଦାୟିତ୍ୱ କିପରି ଦିଆଗଲା ବୋଲି ସେ ପ୍ରଶ୍ନ କରିଛନ୍ତି।

ଏହି ସଂସ୍ଥା ସେଣ୍ଟର ଚୟନ ପାଇଁ ସାଇ ଏଡୁକେୟାରକୁ ଦାୟିତ୍ୱ ଦେଇଥିବାବେଳେ ସଂସ୍ଥା ୪୦ଟି ସେଣ୍ଟର ଚୟନ କରିଛି। ଏଥିରେ ରମାଦେବୀ, ଉତ୍କଳ, ବିଜେବି ଭଳି ବଡ଼ ଶିକ୍ଷାନୁଷ୍ଠାନ ପରିବର୍ତ୍ତେ ୬ ମାସରୁ ବର୍ଷେ ମଧ୍ୟରେ ଗଢ଼ିଉଠିଥିବା ଶିକ୍ଷାନୁଷ୍ଠାନକୁ ସାମିଲ କରାଯିବା ସନ୍ଦେହଜନକ। ସୋସିଆଲ ମିଡିଆରେ ଦଲାଲଙ୍କ ନାମ, ସେଣ୍ଟର ଦାମ ସହିତ ମୂଲଚାଲ ଦାମ ୧୫ରୁ ୨୦ଲକ୍ଷ ଟଙ୍କା ଲେଖାଥିବା ପୋଷ୍ଟ ଘୂରି ବୁଲୁଥିବାବେଳେ ଏଥିପ୍ରତି କିପରି ଓଏସ୍‌ଏସ୍‌ଏସ୍‌ସି କର୍ତ୍ତୃପକ୍ଷଙ୍କ ଦୃଷ୍ଟି ପଡ଼ୁନାହିଁ ବୋଲି ମହାପାତ୍ର ପ୍ରଶ୍ନ କରିଛନ୍ତି। ନିଯୁକ୍ତି ଅପେକ୍ଷାରେ ହଜାର ହଜାର ଆଶାୟୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଘଟଣାକୁ ତଦନ୍ତ ପରିସରଭୁକ୍ତ କରିବା ପାଇଁ ସେ ଦାବି କରିଛନ୍ତି। ଅଭିଯୋଗ ନେଇ ଓଏସ୍‌ଏସ୍‌ଏସ୍‌ସି କିମ୍ବା ସିଆଇଏଫ୍‌ଓ୍ବାଇ ଟେକ୍ନୋଲୋଜି କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri