ସାମ୍ବାଦିକ କରାଇଦେବା ନାଁରେ ବ୍ଲାକମେଲ

କଟକ ଅଫିସ, ୨୩ା୮:କଟକର ପୁରୁଣା ସଚିବାଳୟ ମାର୍ଗରେ ସୋମବାର ଜଣେ ମହିଳା ଏବଂ ଜଣେ ବ୍ୟକ୍ତିଙ୍କ ମଧ୍ୟରେ ଧସ୍ତାଧସ୍ତି ଓ ମାର୍‌ପିଟ୍‌ ହୋଇଛି। ସମ୍ପୃକ୍ତ ବ୍ୟକ୍ତି ତାଙ୍କୁ ସାମ୍ବାଦିକା କରାଇଦେବା ନାଁରେ ବ୍ଲାକ୍‌ମେଲ୍‌ କରୁଥିବା ମହିଳା ଜଣକ ଅଭିଯୋଗ ଆଣିଛନ୍ତି। ଦୁହେଁ ମହିଳା ଥାନାକୁ ଅଭିଯୋଗ କରିବା ପାଇଁ ଆସୁଥିବାବେଳେ ସାମ୍ନାସାମ୍ନି ହେବାରୁ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି।
ସୂଚନା ଅନୁସାରେ, ପୂର୍ବରୁ ମହିଳା ଥାନାରେ ମହିଳା ଓ ସମ୍ପୃକ୍ତ ବ୍ୟକ୍ତି ପରସ୍ପର ବିରୋଧରେ ଏତଲା ଦାଏର କରିଥିଲେ। ଉଭୟଙ୍କ ଅଭିଯୋଗ ଆଧାରରେ ଥାନାରେ ଦୁଇଟି ପୃଥକ ମାମଲା ରୁଜୁ କରାଯାଇଛି। ଗତ ଜୁଲାଇରେ ମାମଲା ରୁଜୁ ହୋଇଥିବା ବେଳେ ତଦନ୍ତ ଲାଗି ପୋଲିସ ଉଭୟଙ୍କୁ ଥାନାକୁ ଡାକିଥିଲା। ସୋମବାର ଦୁହେଁ ପୃଥକ୍‌ ଭାବେ ଥାନାକୁ ଆସୁଥିଲେ। ତେବେ ବାଟରେ ଉଭୟଙ୍କର ଭେଟ ହୋଇଥିଲା। ଏହି ସମୟରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ମହିଳା ଜଣକ ମାଡ଼ ମାରିଥିଲେ। ଥାନାଠାରୁ କିଛି ଦୂରରେ ଉଭୟଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ଚାଲିଥିଲା। ତେବେ ଏ ନେଇ କେହି ଥାନାରେ ଅଭିଯୋଗ କରିନାହାନ୍ତି। ତେଣୁ ଘଟଣାକ୍ରମ ସନ୍ଦେହ ଘେରକୁ ଆସୁଥିବା ସାଧାରଣରେ ଚର୍ଚ୍ଚା ହେଉଛି। ପୂର୍ବରୁ ମହିଳା ଥାନାରେ ହୋଇଥିବା ଅଭିଯୋଗ ଅନୁସାରେ, ପୁରୀଘାଟ ଥାନା ଅନ୍ତର୍ଗତ ହଜାରିଲେନ୍‌ ଅଞ୍ଚଳର ଉକ୍ତ ମହିଳାଙ୍କୁ ସାମ୍ବାଦିକା କରାଇଦେବା ନଁାରେ ଜଣେ ଯୁବକ ବ୍ଲାକମେଲ କରିଥିଲେ। ଦୀର୍ଘ ୫ବର୍ଷ ଧରି ତାଙ୍କ ସହ ଅନୈତିକ ସମ୍ପର୍କ ରଖିବା ସହିତ ଟଙ୍କା, ସୁନା ଆଦି ନେଇ ପ୍ରତାରଣା କରିଆସୁଥିଲେ। ତାଙ୍କ କଥାରେ ରାଜି ନ ହେଲେ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ସବୁ ଭାଇରାଲ କରିଦେବାର ଧମକ ମଧ୍ୟ ଦେଉଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କ ସହ ଅନ୍ୟ ଜଣେ ଯୁବକ ସାମିଲ ଥିବା ମହିଳା ଜଣକ ଏତଲାରେ ଦର୍ଶାଇଛନ୍ତି। ଏ ନେଇ ମହିଳା ଥାନା ଆଇଆଇସି ଅନୁସୂୟା ନାୟକ କହିଛନ୍ତି, ସୋମବାର ସେମାନଙ୍କ ମଧ୍ୟରେ କ’ଣ ସବୁ ହୋଇଛି ସେନେଇ ଆମ ପାଖରେ କୌଣସି ତଥ୍ୟ ନାହିଁ। ତେବେ ପୂର୍ବରୁ ମହିଳା ଥାନାରେ ଦୁଇଟି ମାମଲା ରୁଜୁ ହୋଇଥିବାବେଳେ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri