ନାବାଳିକାଙ୍କୁ ବ୍ଲାକ୍‌ମେଲ କରି ଦେଢ଼ଲକ୍ଷ ଟଙ୍କା, ଗହଣା ଲୁଟିଲେ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇବା ପରେ ବ୍ଲାକ୍‌ମେଲ୍‌ କରି ଟଙ୍କା ଓ ସୁନା ଗହଣା ଲୁଟିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ଠକ ପ୍ରେମିକକୁ ଗିରଫ କରିଛି। ସେ ହେଲେ ଢେଙ୍କାନାଳ ଜିଲା ବାଲିଝାଟି ଗ୍ରାମର ଆଶିଷ କୁମାର ଜେନା (୨୧)। ତାଙ୍କଠାରୁ ୧୦୦ ଗ୍ରାମର ସୁନା ଅଳଙ୍କାର ଜବତ କରାଯାଇଛି। ଏନେଇ ପୋଲିସ ମାମଲା (ନଂ.୨୮୪/୨୨) ରୁଜୁ କରି କରିଛି। ସୂଚନାନୁଯାୟୀ, ନାବାଳିକାଙ୍କ ବୟସ ୧୪ ବର୍ଷ। ସେ ପ୍ରତିଦିନ ସା ଭ୍ରମଣରେ ନିକଟ ଖେଳ ପଡିଆକୁ ଯାଆନ୍ତି। ଅଭିଯୁକ୍ତ ଜଣକ ସବୁଦିନ ତାଙ୍କୁ ପିଛା କରିବା ପରେ ପ୍ରେମ ଜାଲରେ ଫସାଇଥିଲେ। ଧୀରେ ଧୀରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ନିବିଡି ହୋଇଥିଲା। ଭିଡିଓ କଲ୍‌ରେ କଥା ହେବା ଭିତରେ ଅଭିଯୁକ୍ତ ପ୍ରେମିକ ଆଶିଷ ନାବାଳିକାଙ୍କ ନଗ୍ନ ଚିତ୍ର ଓ ଭିଡିଓ ରେର୍କଡ କରିଥିଲେ। ଏହାପରେ ସେ ଉକ୍ତ ଭିଡିଓ ଜରିଆରେ ନାବାଳିକାଙ୍କୁ ବ୍ଲାକ୍‌ମେଲ କରିବା ସହ ଟଙ୍କା ମାଗିଥିଲେ। ଏଥିସହ ଟଙ୍କା ନ ଦେଲେ ଭିଡିଓଗୁଡିକୁ ସୋସିଆଲ ମିଡିଆରେ ପୋଷ୍ଟ କରିଦେବେ ବୋଲି ଧମକ ଦେଇଥିଲେ। ଏପରି କି ସହପାଠୀ, ପରିବାର ଓ ସମ୍ପର୍କୀୟଙ୍କ ନିକଟକୁ ପଠାଇଦେବେ ବୋଲି କହିଥିଲେ। ତେଣୁ ନାବାଳିକା ଜଣକ ଭୟରେ ପର୍ଯ୍ୟାୟକ୍ରମେ ଦେଢ ଲକ୍ଷ ଟଙ୍କା ସହ ୧୦ ଭରି ସୁନା ଦେଇଥିଲେ। ଏହାପରେ ବି ଅଭିଯୁକ୍ତ ଆଶିଷ ସମାନ ଧମକ ଦେଇ ଟଙ୍କା ମାଗି ଚାଲିଥିଲେ। ଅସହ୍ୟ ହେବାରୁ ଶେଷରେ ନାବାଳିକା ଜଣକ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ଗତ ୨୬ ତାରିଖରେ ପରିବାର ପକ୍ଷରୁ ନୟାପଲ୍ଲୀ ଥାନାରେ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଦିଦିଙ୍କ ଅଲଟିମେଟମ: ’କହିଲେ ଭାଜପା ନେତାଙ୍କ ଘର ବାହାରେ ଧାରଣା ଦେବି’

କୋଲକାତା,୩।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ଟିଏମସି କାର୍ଯ୍ୟାଳୟରେ ଭଙ୍ଗାରୁଜାକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯଦି ଟିଏମସି ବିରୋଧରେ…

୨୦ ଟିଏମସି ବିଦ୍ରୋହୀଙ୍କୁ ବାଚସ୍ପତିଙ୍କ ବଡ଼ ଆଶ୍ୱସ୍ତି; ମହୁଆ ମୋଇତ୍ରା କହିଲେ – ‘ଆଶ୍ଚର୍ଯ୍ୟ…’

କୋଲକାତା,୩।୯: ଲୋକ ସଭା ବାଚସ୍ପତି ଓମ ର୍ବିର୍ଲା ୨୦ ଜଣ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ସାଂସଦଙ୍କୁ ସେମାନଙ୍କ ବିରୁଦ୍ଧରେ ଅଯୋଗ୍ୟତା ପ୍ରକ୍ରିୟା ସମ୍ପର୍କରେ ଜବାବ ଦାଖଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri