ରିମାଣ୍ଡ ସରିଲା, ବିଷ ଗାଳିପାରିଲାନି ଇଡି

ଭୁବନେଶ୍ୱର, ୧୩।୧୨ (ବ୍ୟୁରୋ):ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ୭ ଦିନିଆ ରିମାଣ୍ଡ ଅବଧି ସୋମବାର ସରିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ) ଗତ ଡିସେମ୍ବର ୬ ତାରିଖରୁ ଅର୍ଚ୍ଚନାଙ୍କୁ ରିମାଣ୍ଡରେ ଆଣି ଜେରା ଆରମ୍ଭ କରିଥିଲା। ତେବେ ଅର୍ଚ୍ଚନାଙ୍କୁ ଜେଲରୁ କୋର୍ଟକୁ ନେବା ସମୟରେ ଓ ରିମାଣ୍ଡରେ ଇଡି କାର୍ଯ୍ୟାଳୟକୁ ଅଣାଯିବାବେଳେ ସେ ବିସ୍ଫୋରକ ବୟାନ ଦେଇଥିଲେ। ‘ମୁଁ ମୁହଁ ଖୋଲିଲେ ରାଜ୍ୟ ଦୋହଲିଯିବ। ଇଡିକୁ ଅପେକ୍ଷା କରିଥିଲି, ଏବେ ମୁହଁ ଖୋଲିବାକୁ ସୁଯୋଗ ମିଳିବ। ମୋତେ ୩୦ ମିନିଟ୍‌ ଦିଆଯାଉ। ନେତା, ମନ୍ତ୍ରୀ ଆଉ କିଏ ସବୁ ସମ୍ପୃକ୍ତ ଅଛନ୍ତି ସବୁ ପ୍ରମାଣ ଦେଖାଇଦେବି।’ ତେବେ ଆଶା କରାଯାଉଥିଲା ଇଡି ଆଗରେ ଅର୍ଚ୍ଚନା ତାଙ୍କ ହନିଟ୍ରାପ୍‌, ବ୍ଲାକ୍‌ମେଲିଂ ଓ ଠକେଇ ସାମ୍ରାଜ୍ୟରେ ସମ୍ପୃକ୍ତ ଥିବା ବଡ଼ବଡ଼ିଆଙ୍କ ନାଁ କହି ବିଷ ଗାଳିଦେବେ। ହେଲେ ଇଡି ଜେରାରୁ ସେପରି କିଛି ବାହାରିଲା ନାହିଁ। ସେମିତି କିଛି ଗୁରୁତ୍ୱପୂର୍ଣ୍ଣ ଗୁମର କିମ୍ବା ନୂଆ ତଥ୍ୟ ଇଡି ଅଧିକାରୀମାନେ ପାଇପାରିନାହନ୍ତି। ଅର୍ଚ୍ଚନା ମୁହଁ ଖୋଲୁ ନ ଥିବା ଓ ତଦନ୍ତରେ ସହଯୋଗ କରୁ ନ ଥିବା ଅଧିକାରୀମାନେ କହିଛନ୍ତି। ଇତି ମଧ୍ୟରେ ୭ଦିନ ସରିଯାଇଛି। ମଙ୍ଗଳବାର ଅର୍ଚ୍ଚନାଙ୍କୁ ଇଡି ନେଇ କୋର୍ଟରେ ହାଜର କରାଇବ। ଏହି ସମୟରେ ତାଙ୍କୁ ପୁଣି ଥରେ ରିମାଣ୍ଡରେ ଆଣିବାକୁ ମଧ୍ୟ ଆବେଦନ କରାଯିବା ନେଇ ସୂଚନା ମିଳିଛି। ସେହିପରି ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ମଧ୍ୟ ରିମାଣ୍ଡରେ ଆଣିବାକୁ ଇଡି ଆବେଦନ କରିବ। ନାଗ ଦମ୍ପତିଙ୍କୁ ରିମାଣ୍ଡରେ ଆଣି ଉଭୟଙ୍କୁ ମୁହାଁମୁହିଁ ଜେରା କରିବାକୁ ଯୋଜନା ହୋଇଥିବା ଜଣାପଡିଛି।
ଶ୍ରଦ୍ଧାଞ୍ଜଳିଙ୍କ ଏତଲା ଆଧାରରେ ଖଣ୍ଡଗିରି ଥାନାରେ ରୁଜୁ ହୋଇଥିବା ମାମଲାରେ ଜଗବନ୍ଧୁ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ତେବେ ଗତ ଡିସେମ୍ବର ୧ରେ ଜଗବନ୍ଧୁଙ୍କ ଜାମିନ ଆବେଦନକୁ ଭୁବନେଶ୍ୱର ଏଡିଜେ-୨ ଖାରଜ କରିଦେଇଥିଲେ।
ତେବେ ଗର୍ଜୁଥିବା ଅର୍ଚ୍ଚନା ଚୁପ୍‌ ରହିବାକୁ ନେଇ ନାନା ଆଲୋଚନା ଚାଲିଛି। ତାଙ୍କ ଉପରେ କୌଣସି ଅଦୃଶ୍ୟ ଚାପ ଥିବା କୁହାଯାଉଛି। ଅପରପକ୍ଷରେ ଅର୍ଚ୍ଚନାଙ୍କୁ ରିମାଣ୍ଡରେ ଆଣିବା ପରେ ଶ୍ରଦ୍ଧାଞ୍ଜଳିଙ୍କୁ ଡାକି ମୁହାଁମୁହିଁ ଜେରା କରିବାକୁ ଯୋଜନା କରିଥିଲା ଇଡି। ହେଲେ ବାରମ୍ବାର ନୋଟିସ ସତ୍ତ୍ୱେ ଶ୍ରଦ୍ଧାଞ୍ଜଳି ଧରାଛୁଆଁ ଦେଉ ନ ଥିବାରୁ ସେ ଏବେ କେଉଁଠି ବୋଲି ଚର୍ଚ୍ଚା ଚାଲିଛି। ଇତିମଧ୍ୟରେ ଇଡି ୧୦ରୁ ଅଧିକ ଜଣଙ୍କୁ ଜେରା କରିଥିଲେ ମଧ୍ୟ ଏଯାଏ କୌଣସି ରାଜନେତା କିମ୍ବା ପ୍ରଶାସନିକ ଅଧିକାଙ୍କୁ ଜେରା କରି ନ ଥିବାରୁ ଆଉଏକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri