ଦୁର୍ଘଟଣା ପାଇଁ ଏନ୍‌ଏଚ୍‌ଏଆଇ ଉପରେ ଦୋଷ

ଢେଙ୍କାନାଳ ଅଫିସ, ୨୪ା୧: ୫୫ନଂ. ଜାତୀୟ ରାଜପଥର ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ଥାନା ପଞ୍ଚୁପଟି ବ୍ରିଜ୍‌ଠାରେ ସୋମବାର ଭୋର ୪ଟାରେ ଘଟିଥିବା ପିକ୍‌ନିକ୍‌ ବସ୍‌ ଦୁର୍ଘଟଣା ପାଇଁ ଏନ୍‌ଏଚ୍‌ଏଆଇକୁ ଦୋଷ ଦେଇଛନ୍ତି ଜନସାଧାରଣ। ଜାତୀୟ ରାଜପଥର ସମ୍ପ୍ରସାରଣ କାର୍ଯ୍ୟରେ ଅହେତୁକ ବିଳମ୍ବ ଏବଂ ପୋଲଗୁଡିକ ନିର୍ମାଣ ନ ହୋଇ ଅଧାପନ୍ତରିଆ ହୋଇ ପଡିଥିବାରୁ ଏଭଳି ଦୁର୍ଘଟଣା ବାରମ୍ବାର ଘଟୁଥିବା ଅଞ୍ଚଳବାସୀ ଅଭିଯୋଗ କରିବା ସହିତ ଏନ୍‌ଏଚ୍‌ଏଆଇ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏପରିକି ଜିଲା ଆଞ୍ଚଳିକ ପରିବହନ ବିଭାଗ ଏ ଦିଗରେ ଧ୍ୟାନ ଦେଉ ନ ଥିବାରୁ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ଗୁରୁତ୍ୱପୂର୍ଣ୍ଣ କଥା ହେଲା, ପଞ୍ଚୁପଟି ଠାରେ ନୂତନ ବ୍ରିଜ ନିର୍ମାଣ ଚାଲୁଥିଲେ ହେଁ ସେଠାରେ ଯାନବାହନ ଗୁଡିକର ବେଗ କମାଇବା ପାଇଁ ଚାଳକଙ୍କୁ ସତର୍କ କରିବା ନିମନ୍ତେ କୌଣସି ପ୍ରକାର ସତର୍କତାମୂଳକ ସାଇନେଜ୍‌ ଜାତୀୟ ରାଜପଥ ପ୍ରାଧିକରଣ କିମ୍ବା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଲଗାଯାଇ ନ ଥିଲା। ଗତ ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ଅନୁଷ୍ଠିତ ସଚେତନତା ବୈଠକରେ ଏ ସମ୍ପର୍କରେ ଜିଲାପାଳଙ୍କ ଉପସ୍ଥିତିରେ ପ୍ରାଧିକରଣ କର୍ତ୍ତୃପକ୍ଷ ଏବଂ ଆଞ୍ଚଳିକ ପରିବହନ ବିଭାଗ ଅଧିକାରୀଙ୍କୁ ଏଥିପ୍ରତି ଦୃଷ୍ଟି ଦେବାକୁ ବାରମ୍ବାର କୁହାଯାଇଥିଲା। ହେଲେ ବିଭାଗ ପକ୍ଷରୁ ସାଇନେଜ୍‌ ଲଗାଯାଇ ନ ଥିଲା। ଦୁର୍ଘଟଣା ପରେ ତୁରନ୍ତ ଜିଲାପାଳ ପ୍ରାଧିକରଣ ଅଧିକାରୀଙ୍କୁ ଘଟଣାସ୍ଥଳକୁ ଡକାଇ ଏ ସମ୍ପର୍କରେ ପଚାରିଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ଜନସାଧାରଣ ପ୍ରାଧିକରଣ ଅଧିକାରୀଙ୍କ ଉପରେ ପ୍ରବଳ ବର୍ଷିଥିଲେ। ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri