Posted inଜାତୀୟ

ଡିଜେ ଡ୍ୟାନ୍ସ୍‌ରେ ଫାଙ୍କା ଗୁଳି ଚାଳନା: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ, ୧।୯: ଡିଜେ ଡ୍ୟାନ୍ସ୍‌ ସମୟରେ ଜଣେ ବ୍ୟକ୍ତି ମହିଳାଙ୍କ ସହିତ ନାଚୁଥିବା ସମୟରେ ଖୁସିରେ ଫାଙ୍କା ଗୁଳି ଚାଳନା କରୁଥିବାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓଟି ଉତ୍ତରପ୍ରଦେଶର ମିର୍ଜାପୁର ଅଞ୍ଚଳର ବୋଲି କୁହାଯାଉଛି। ଭିଡ଼ିଓ ଭାଇରାଲ ହେବାପରେ ପୋଲିସ ବିଭାଗର ନିଦ ହଜିଯାଇଛି। ସୋସିଆଲ୍‌ ମିଡ଼ିଆରେ ପୋଲିସ ବିଭାଗର କାର୍ଯ୍ୟ ଉପରେ ବହୁ ୟୁଜରଙ୍କ ପକ୍ଷରୁ ପ୍ରଶ୍ନ କରାଯାଇଛି। ବିଭିନ୍ନ ଉତ୍ସବରେ ଉତ୍ତରପ୍ରଦେଶରେ କରାଯାଉଥିବା ଫାଙ୍କା ଗୁଳି ଚାଳନା ଉପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ କଡ଼କଣା ଜାରି ହୋଇଛି। ଏହାଯୋଗୁ ବେଳେ ବେଳେ ଧନଜୀବନ ହାନୀ ହେଉଥିବାରୁ ସରକାର ଏଭଳି ନ କରିବାକୁ ବାରଣ କରିଛନ୍ତି। ସରକାରୀ ନିୟମର ଉଲ୍ଲଂଘନ କରି କିଭଳି ଏବଂ କାହା ଅନୁମତିରେ ଏଭଳି କରାଯାଇଥିବା ୟୁଜର ପ୍ରଶ୍ନ କରିଛନ୍ତି। ଏନେଇ ସ୍ଥାନୀୟ ପୋଲିସ ବିଭାଗ ପକ୍ଷରୁ ତନାଘନା ଆରମ୍ଭ ହୋଇଛି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରହିଥିବା ଏସ୍‌ପି ଅଜୟ କୁମାର ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri