ଇଶାନିନ୍ଦା ଆଇନ ପାଲଟିଛି ହିନ୍ଦୁଙ୍କ ଉପରେ ଅତ୍ୟାଚାରର ମାଧ୍ୟମ, ୨୦୨୧ରେ ୫୮୫ ଗିରଫ…

ଇସଲାମାବାଦ, ୨୪।୮ : ପାକିସ୍ତାନରେ ହିନ୍ଦୁ ସମେତ ଅନ୍ୟ ସଂଖ୍ୟାଲଘୁଙ୍କ ଉପରେ ଅତ୍ୟାଚାର, ବାଧ୍ୟତାମୂଳକ ଧର୍ମ ପରିବର୍ତ୍ତନ ଏବଂ ହତ୍ୟା ଘଟଣା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଇଶା ନିନ୍ଦା ଆଇନ ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟ ଉପରେ ଅତ୍ୟାଚାରର ସବୁଠାରୁ ବଡ ମାଧ୍ୟମ ଭାବରେ ଉଭା ହୋଇଛି। ନିକଟରେ ହାଇଦ୍ରାବାଦରେ ଏହା ସହ ଜଡିତ ଏକ ନକଲି ମାମଲାରେ ହିନ୍ଦୁ ସମ୍ପ୍ରଦାୟର ଅଶୋକ କୁମାର ଭିଡ଼ ହିଂସାର ସମ୍ମୁଖୀନ ହୋଇଥିଲେ। ଏହାପରେ ପୋଲିସ ତାଙ୍କୁ ଗିରଫ କରିଥିଲା।

ପାକିସ୍ତାନ ମାନବିକ ଅଧିକାର ଅନୁଯାୟୀ, କେବଳ ୨୦୨୧ ମସିହାରେ ସମଗ୍ର ଦେଶରେ ଇଶା ନିନ୍ଦା ଅଭିଯୋଗରେ ୫୮୫ ଜଣଙ୍କୁ ଗିରଫ କରାଯାଇଥିଲା। ଏଥି ସହିତ ଧାର୍ମିକ ଅହମ୍ମଦିଆ ସମ୍ପ୍ରଦାୟ ବିରୁଦ୍ଧରେ ୧୦୦ ରୁ ଅଧିକ ମାମଲା ପଞ୍ଜିକୃତ ହୋଇଥିବାବେଳେ ବିଭିନ୍ନ ସ୍ଥାନରେ ତିନିଜଣ ସଂଖ୍ୟାଲଘୁଙ୍କୁ ହତ୍ୟା କରାଯାଇଥିବା ରିପୋର୍ଟ ହୋଇଛି। ବାଧ୍ୟତାମୂଳକ ଧର୍ମ ପରିବର୍ତ୍ତନ ମାମଲା ପଞ୍ଜାବ ପ୍ରଦେଶରେ ତିନି ଗୁଣା ବୃଦ୍ଧି ପାଇଛି।

୨୦୨୦ରେ ଏଭଳି ମାମଲା ୧୩ ଥିବାବେଳେ ୨୦୨୧ରେ ୩୬ ମାମଲା ରେକର୍ଡ କରାଯାଇଥିଲା। ଏହା ବ୍ୟତୀତ ଗତ ବର୍ଷ ସିନ୍ଧ୍‌ର ବିଭିନ୍ନ ଅଞ୍ଚଳରେ ଧର୍ମ ପରିବର୍ତ୍ତନ ମାମଲା ମଧ୍ୟ ରିପୋର୍ଟ ହୋଇଥିଲା। ଏଭଳି ମାମଲାରେ ହିନ୍ଦୁ ଏବଂ ଖ୍ରୀଷ୍ଟିଆନମାନଙ୍କୁ ଅଧିକ ଟାର୍ଗେଟ କରାଯାଉଛି।

ହିନ୍ଦୁ ଯୁବତୀମାନଙ୍କୁ ମୁସଲମାନ ଧର୍ମରେ ଧର୍ମାନ୍ତରଣ କରିବା ପାଇଁ ଅପହରଣ ଘଟଣା ବଢ଼ିବାରେ ଲାଗିଛି। ମାନବିକ ଅଧିକାର ବିଶେଷଜ୍ଞଙ୍କ ଅନୁଯାୟୀ, ପାକିସ୍ତାନରେ ମୁସଲମାନମାନଙ୍କ ଦ୍ୱାରା ହିନ୍ଦୁ ସମେତ ଅନ୍ୟ ସଂଖ୍ୟାଲଘୁ ପରିବାରଙ୍କ ଉପରେ ଅତ୍ୟାଚାର ଜାରି ରହିଛି।

ବିଶେଷ କରି ଗତ କିଛି ବର୍ଷ ମଧ୍ୟରେ ହିନ୍ଦୁ ଯୁବତୀମାନଙ୍କୁ ଅପହରଣ କରି ମୁସଲମାନ ଯୁବକମାନଙ୍କ ସହିତ ପ୍ରେମ ବିବାହରେ ପରିଣତ କରିବା ଘଟଣା ବଢ଼ିବାରେ ଲାଗିଛି ବୋଲି ପାକିସ୍ତାନ ମାନବିକ ଅଧିକାର କହିିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri