ଜିଏମ୍‌ ଆଇରନ ପ୍ଲାଣ୍ଟରେ ବିସ୍ଫୋରଣ, ୬ ଆହତ

ପରଜଙ୍ଗ, ୩୦ା୮ (ନିଗମାନନ୍ଦ ଦଳବେହେରା)/ ଢେଙ୍କାନାଳ (ରତନ ନାୟାର): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ଗେଙ୍ଗୁଟିଆ ପଞ୍ଚାୟତର କୁଲେଇସ୍ଥିତ ଜିଏମ୍‌ ଆଇରନ ଆଣ୍ଡ ଷ୍ଟିଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ୩ ନମ୍ବର ଫର୍ନେସରେ ବୁଧବାର ଅପରାହ୍ନରେ ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣାରେ ୬ ଜଣ ଶ୍ରମିକ ଆଦିତ୍ୟ ଭୂତିଆ (ତାଳଚେର), ମନୋଜ କେଶି (ଭଦ୍ରକ), ଚିନ୍ମୟ ମହାକୁଡ (ଭଦ୍ରକ), ବିମ୍ବାଧର ବେହେରା, ବଂଶୀଧର ଧଳ ଏବଂ ସୁଶୀଲ ସାହୁ (କିଶୋରନଗର) ଆହତ ହୋଇଛନ୍ତି। ଏମାନଙ୍କ ବୟସ ୩୦ରୁ ୩୫ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ସମସ୍ତ ଆହତଙ୍କୁ ପ୍ରଥମେ ଅନୁଗୋଳ ଜିଲା ବଅଁରପାଳସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେଠାରୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ପରଜଙ୍ଗ ପୋଲିସ ପକ୍ଷରୁ କାରଖାନା ପରିସରରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। କାମାକ୍ଷାନଗର ଏସ୍‌ଡିପିଓ, ପରଜଙ୍ଗ ଥାନା ଅଧିକାରୀ ପ୍ରଶାନ୍ତ କୁମାର ପାତ୍ର ଏବଂ ଦଦରାଘାଟି ଫାଣ୍ଡି ଅଧିକାରୀ ଶକ୍ତି ପ୍ରସାଦ ସାହୁ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ଏ ସମ୍ପର୍କରେ ଦଦରାଘାଟି ଫାଣ୍ଡି ଅଧିକାରୀ ସାହୁ କହିଛନ୍ତି, ଫର୍ନେସରେ ଲିକେଜ ହେବା କାରଣରୁ ଦୁର୍ଘଟଣା ଘଟିଛି। ମୋଟ ୬ ଜଣ ଆହତ ହୋଇଛନ୍ତି। ପ୍ଲାଣ୍ଟ ପରିସରରେ କୌଣସି ଉତ୍ତେଜନା ନାହିଁ। ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ କହିଛନ୍ତି, ୬ ଶ୍ରମିକ ଆହତ ହୋଇଛନ୍ତି। କାହାରି ଅବସ୍ଥା ଗୁରୁତର ନାହିଁ। ସେମାନଙ୍କୁ ଆବଶ୍ୟକ ଚିକିତ୍ସା କରାଯାଉଛି। ଘଟଣାସ୍ଥଳକୁ ଅତିରିକ୍ତ ଜିଲାପାଳ ଓ ସ୍ଥାନୀୟ ବ୍ଲକ ଅଞ୍ଚଳର ଅଧିକାରୀଙ୍କୁ ପଠାଯାଇଛି। ତଦନ୍ତ ରିପୋର୍ଟ ମିଳିବା ପରେ ଯାହା କିଛି କୁହାଯାଇପାରିବ। ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର କହିଛନ୍ତି, ଅପରାହ୍ନ ପ୍ରାୟ ୨ଟାରେ ଦୁର୍ଘଟଣା ଘଟିଛି। ୨ ଆହତଙ୍କୁ କଟକ ପଠାଯାଇଛି। ଜଣେ ଆହତ ଚିକିତ୍ସା ପରେ ଘରକୁ ଫେରିଛନ୍ତି। ଘଟଣାସ୍ଥଳରେ ଜଣେ ଡିଏସ୍‌ପି ଓ ଥାନା ଅଧିକାରୀ ଉପସ୍ଥିତ ରହି ଅନୁଧ୍ୟାନ କରୁଛନ୍ତି। ଜିଲା ପୋଲିସ ପକ୍ଷରୁ ଦୁର୍ଘଟଣା ସମ୍ପର୍କରେ ଜିଲା ପ୍ରଶାସନକୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri