ଜିଏମ୍‌ ଆଇରନ ପ୍ଲାଣ୍ଟରେ ବିସ୍ଫୋରଣ, ୬ ଆହତ

ପରଜଙ୍ଗ, ୩୦ା୮ (ନିଗମାନନ୍ଦ ଦଳବେହେରା)/ ଢେଙ୍କାନାଳ (ରତନ ନାୟାର): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ଗେଙ୍ଗୁଟିଆ ପଞ୍ଚାୟତର କୁଲେଇସ୍ଥିତ ଜିଏମ୍‌ ଆଇରନ ଆଣ୍ଡ ଷ୍ଟିଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ୩ ନମ୍ବର ଫର୍ନେସରେ ବୁଧବାର ଅପରାହ୍ନରେ ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣାରେ ୬ ଜଣ ଶ୍ରମିକ ଆଦିତ୍ୟ ଭୂତିଆ (ତାଳଚେର), ମନୋଜ କେଶି (ଭଦ୍ରକ), ଚିନ୍ମୟ ମହାକୁଡ (ଭଦ୍ରକ), ବିମ୍ବାଧର ବେହେରା, ବଂଶୀଧର ଧଳ ଏବଂ ସୁଶୀଲ ସାହୁ (କିଶୋରନଗର) ଆହତ ହୋଇଛନ୍ତି। ଏମାନଙ୍କ ବୟସ ୩୦ରୁ ୩୫ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ସମସ୍ତ ଆହତଙ୍କୁ ପ୍ରଥମେ ଅନୁଗୋଳ ଜିଲା ବଅଁରପାଳସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେଠାରୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ପରଜଙ୍ଗ ପୋଲିସ ପକ୍ଷରୁ କାରଖାନା ପରିସରରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। କାମାକ୍ଷାନଗର ଏସ୍‌ଡିପିଓ, ପରଜଙ୍ଗ ଥାନା ଅଧିକାରୀ ପ୍ରଶାନ୍ତ କୁମାର ପାତ୍ର ଏବଂ ଦଦରାଘାଟି ଫାଣ୍ଡି ଅଧିକାରୀ ଶକ୍ତି ପ୍ରସାଦ ସାହୁ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ଏ ସମ୍ପର୍କରେ ଦଦରାଘାଟି ଫାଣ୍ଡି ଅଧିକାରୀ ସାହୁ କହିଛନ୍ତି, ଫର୍ନେସରେ ଲିକେଜ ହେବା କାରଣରୁ ଦୁର୍ଘଟଣା ଘଟିଛି। ମୋଟ ୬ ଜଣ ଆହତ ହୋଇଛନ୍ତି। ପ୍ଲାଣ୍ଟ ପରିସରରେ କୌଣସି ଉତ୍ତେଜନା ନାହିଁ। ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ କହିଛନ୍ତି, ୬ ଶ୍ରମିକ ଆହତ ହୋଇଛନ୍ତି। କାହାରି ଅବସ୍ଥା ଗୁରୁତର ନାହିଁ। ସେମାନଙ୍କୁ ଆବଶ୍ୟକ ଚିକିତ୍ସା କରାଯାଉଛି। ଘଟଣାସ୍ଥଳକୁ ଅତିରିକ୍ତ ଜିଲାପାଳ ଓ ସ୍ଥାନୀୟ ବ୍ଲକ ଅଞ୍ଚଳର ଅଧିକାରୀଙ୍କୁ ପଠାଯାଇଛି। ତଦନ୍ତ ରିପୋର୍ଟ ମିଳିବା ପରେ ଯାହା କିଛି କୁହାଯାଇପାରିବ। ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର କହିଛନ୍ତି, ଅପରାହ୍ନ ପ୍ରାୟ ୨ଟାରେ ଦୁର୍ଘଟଣା ଘଟିଛି। ୨ ଆହତଙ୍କୁ କଟକ ପଠାଯାଇଛି। ଜଣେ ଆହତ ଚିକିତ୍ସା ପରେ ଘରକୁ ଫେରିଛନ୍ତି। ଘଟଣାସ୍ଥଳରେ ଜଣେ ଡିଏସ୍‌ପି ଓ ଥାନା ଅଧିକାରୀ ଉପସ୍ଥିତ ରହି ଅନୁଧ୍ୟାନ କରୁଛନ୍ତି। ଜିଲା ପୋଲିସ ପକ୍ଷରୁ ଦୁର୍ଘଟଣା ସମ୍ପର୍କରେ ଜିଲା ପ୍ରଶାସନକୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?