ବେଲୁଚିସ୍ତାନରେ ବିସ୍ଫୋରଣ: ୫ ସ୍କୁଲପିଲାଙ୍କ ସମେତ ୮ ମୃତ

ଇସ୍‌ଲାମାବାଦ,୨ା୧୧(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ଶୁକ୍ରବାର ଏକ ପୋଲିସ ଭ୍ୟାନ୍‌କୁ ଟାର୍ଗେଟକରି ରିମୋଟ୍‌ କଣ୍ଟ୍ରୋଲ୍‌ଡ ବୋମା ବିସ୍ଫୋରଣ କରାଯିବାରୁ ୫ ସ୍କୁଲପିଲାଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟିଛି ଓ ଅନ୍ୟ ୧୭ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ପୋଲିସ କର୍ମଚାରୀ ରହିଛନ୍ତି। ମସ୍ତୁଙ୍ଗ ଜିଲାର ସିଭିଲ୍‌ ହସ୍ପିଟାଲ ଚୌକ୍‌ଠାରେ ଥିବା ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ସକାଳ ୮ଟା ୩୫ ମିନିଟ୍‌ ସମୟରେ ଏହି ବିସ୍ଫୋରଣ ଘଟିଥିଲା। ସେଠାରେ ରଖାଯାଇଥିବା ଏକ ବାଇକ୍‌ରେ ବିସ୍ଫୋରଣ ସାମଗ୍ରୀକୁ ଲୁଚାଇ ରଖାଯାଇଥିଲା। ଏହାକୁ ବିସ୍ଫୋରଣ ଘଟାଇବା ପାଇଁ ଆତଙ୍କବାଦୀମାନେ ରିମୋଟ୍‌ କଣ୍ଟ୍ରୋଲ ଡିଭାଇସ୍‌ ବ୍ୟବହାର କରିଥିଲେ। ସ୍କୁଲ୍‌ ନିକଟରେ ଥିବା ପୋଲିସର ମୋବାଇଲ୍‌ ଭ୍ୟାନ୍‌କୁ ଟାର୍ଗେଟ କରାଯାଇଥିବା କଲାଟ୍‌ ଡିଭିଜନ କମିଶନର କହିଛନ୍ତି। ପୋଲିସ ମୋବାଇଲ୍‌ ଉକ୍ତ ବାଇକ୍‌ର ନିକଟବର୍ତ୍ତୀ ହେବା ପରେ ସେଥିରେ ଖଞ୍ଜାଯାଇଥିବା ଆଇଇଡିକୁ ବିସ୍ଫୋରଣ କରାଯାଇଥିଲା। ଭ୍ୟାନ୍‌ଟି ଖସିଯାଇଥିବାବେଳେ ସ୍କୁଲ ଭ୍ୟାନ୍‌ ସମେତ କେତେକ ଅଟୋରିକ୍ସା କ୍ଷତିଗ୍ରସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri