Posted inଜାତୀୟ

ଲୋହିଆ ନଗରରେ ବିସ୍ଫୋରଣ

ମେରଠ,୧୭।୧୦: ମେରଠର ଲୋହିଆ ନଗରରେ ମଙ୍ଗଳବାର ସକାଳେ ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଏକ କାରଖାନାରେ ହୋଇଥିବା ଏହି ବିସ୍ଫୋରଣରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି। ସୂଚନାଯୋଗ୍ୟ, ଏଠାରେ ଥିବା ଏକ ଘରେ କାର୍ଯ୍ୟ କରୁଥିବା କାରଖାନାରେ ଘଟିଥିବା ଏକ ବଡ଼ ଧରଣର ବିସ୍ଫୋରଣରେ ସମଗ୍ର ଅଞ୍ଚଳ ଥରି ଉଠିଥିଲା। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ କାରଖାନା ଚାଲୁଥିବା ଘର ସହିତ ନିକଟସ୍ଥ ଦୁଇ ତିନିଟି ଘର ଭୁଶୁଡି ପଡିଥିଲା। ଏହି ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦଶରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଡିଏମ ଏବଂ ମାଜିଷ୍ଟ୍ରେଟଙ୍କ ସମେତ ବହୁ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଡିଏମ ଦୀପକ ମୀନାଙ୍କ ଅନୁଯାୟୀ, ବାଣ କାରଖାନା ଭଳି କୌଣସି ଜିନିଷ ସାମ୍ନାକୁ ଆସି ନାହିଁ, ବହୁ ପରିମାଣର ସାବୁନ ଘଟଣାସ୍ଥଳରେ ବିଛାଡି ହୋଇ ପଡିଥିବା ଦେଖିବାକୁ ମିଳିଛି।
ଭୁଷୁଡିବା ସ୍ଥାନରେ ଅନେକ ଲୋକ ପୋତି ହୋଇ ପଡିଥିବାର ସମ୍ଭାବନା ଅଛି ବୋଲି କୁହାଯାଇଛି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ୩୩କେଭି ଲାଇନର ସ୍ତମ୍ଭ ମଧ୍ୟ ଭାଙ୍ଗିଗଲା। ରାସ୍ତାରେ ଯାଉଥିବା ଅନେକ ଲୋକ ଆହତ ହୋଇଥିଲେ। ପାଖାପାଖି ୩ ରୁ ୪ କିଲୋମିଟର ଦୂରରେ ଥିବା ଘର ବିସ୍ଫୋରଣରେ ଥରି ଉଠିଥିଲା। ଭୁଶୁଡ଼ି ପଡ଼ିଥିବା ଘରଟି ଜଣେ ସଞ୍ଜୟ ଗୁପ୍ତାଙ୍କର ବୋଲି କୁହାଯାଉଛି ଯାହାକୁ ଗୌରବ ତ୍ୟାଗି ନାମକ ଜଣେ ବ୍ୟକ୍ତି ଭଡ଼ାରେ ନେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?